ଶ୍ରୀମନ୍ଦିରରେ ଠେଲାପେଲା, ୧୦ରୁ ଉର୍ଦ୍ଧ୍ବ ଆହତ
by Argus News
Fri, Nov 10 | 12:17 p.m.

ପୁରୀ : ପୁରୀ ଶ୍ରୀମନ୍ଦିରରେ ମଙ୍ଗଳଆଳତୀ ସମୟରେ ଠେଲାପେଲା। ଘଣ୍ଟିଦ୍ୱାର ଓ ସାତପାହାଚ ନିକଟରେ ଠେଲାପେଲା। ବହୁ ହବିଷ୍ଯାଳୀଙ୍କ ସମେତ ୧୦ରୁ ଉର୍ଦ୍ଧ୍ବ ଆହତ। ବଗଲା ଧର୍ମଶାଳା ସରକାରୀ ହବିଷ୍ଯାଳୀ ସେଣ୍ଟରରେ ଥିବା ଜଣେ ହବିଷ୍ଯାଳୀଙ୍କ ଗୋଡରେ ଲାଗିଛି ଶକ୍ତ ଆଘାତ। ଆହତ ମହିଳା ମାନଙ୍କୁ ପୁରୀ ସଦର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ଆହତ ମାନଙ୍କୁ ତୁରନ୍ତ ମେଡିକାଲ ନେବା ପାଇଁ ଏକାଧିକ ଆମ୍ବୁଲାନ୍ସ ନିୟୋଜିତ ହୋଇଥିଲା। ତେବେ ଦର୍ଶନ ବ୍ୟବସ୍ଥାରେ ଅହେତୁକ ତୃଟି ଯୋଗୁଁ ଏଭଳି ଘଟଣା ଘଟିଥିବା ଅଭିଯୋଗ ହେଉଛି।

ଅଧିକ ପଢନ୍ତୁ: ଆଗାମୀ ରଥଯାତ୍ରାରୁ ଖୋଲିପାରେ ଶ୍ରୀଗୁଣ୍ଡିଚା ମନ୍ଦିର

ମଙ୍ଗଳାଳତୀ ପରେ  ସିଂହଦ୍ୱାର ବେରିକେଡ ଖୋଲାଯିବା ସମୟରେ ହବିଷ୍ୟାଳୀ ମାନଙ୍କୁ ମଧ୍ୟ ଏକ କାଳିନ ମନ୍ଦିରକୁ ଛଡାଯାଇଥିଲା। 
ଫଳରେ ସାତପାହାଚ ନିକଟରେ ହଜାର ହଜାର ଭକ୍ତଙ୍କ ଗହଳି ଓ ଠେଲାପେଲା ହୋଇଥିଲା।ସୁରକ୍ଷା କର୍ମୀ ମାନେ ଗହଳି ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିଲେ। ଆହତ ହବିଷ୍ଯାଳୀ ଓ ଭକ୍ତ ମାନଙ୍କ କହିବା କଥା ହେଲା ଠେଲାପେଲା ସମୟରେ ଲୋକମାନେ ସେମାନଙ୍କ ଉପରେ ଚଢିଯିବା ସହ ଚକଟି ଦେଇଥିଲେ। ଫଳରେ ବହୁ ଭକ୍ତ ଆହତ ହୋଇଥିଲେ ।ପରବର୍ତ୍ତୀ ପର୍ଯ୍ୟାୟରେ ପ୍ରାଥମିକ ଚିକତ୍ସା ପରେ ଆହତ ମାନେ ସୁସ୍ଥ ହୋଇଛନ୍ତି ।

ଧର୍ମ ଓ ସଂସ୍କୃତି ଖବର ଆହୁରି ପଢନ୍ତୁ

ରାଜ୍ୟରେ ଲାଗୁ ହେବ
5m ago
ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020
ଅର୍ଗସ ବ୍ୟୁରୋ: ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020। ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି 2020 ଲାଗୁ କରିବା ପାଇଁ ପୁନଃଗଠିତ ହେଲା ଟାସ୍କ ଫୋର୍ସ । ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥ
LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର