ବାତ୍ୟାକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ ,ଘରୁ ବାହାରନ୍ତୁ ନାହିଁ
by Argus News
Wed, Oct 23 | 4:42 p.m.

ଅର୍ଗସ ବ୍ୟୁରୋ: ସ୍ଥଳଭାଗ ଛୁଇଁଛି ବାତ୍ୟାର ବାହ୍ୟ ବଳୟ । ଭଦ୍ରକ ଓ କେନ୍ଦ୍ରାପଡାରେ ଏହାର ପ୍ରାଥମିକ ପ୍ରଭାବ ଦେଖିବାକୁ ମିଳିଛି । ପାରାଦୀପରୁ ରାଡାରରୁ ମିଳିଥିବା ତଥ୍ୟରୁ ଏହି ସୂଚନା ମିଳିଛି । ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ଆରମ୍ଭ ହୋଇଛି ବର୍ଷା ଏବଂ ବଢ଼ିଛି ପବନର ବେଗ । ଏବେ ପାରାଦୀପ ଠାରୁ ୪୯୦ କିମି ଦୂରରେ ରହିଛି ବାତ୍ୟା ଦାନା । ଘଣ୍ଟା ପ୍ରତି ୧୩ କିମି ବେଗରେ ଆଗକୁ ବଢୁଛି । 

ବାତ୍ୟା ସମୟରେ କଣ କରିବେ 

. ବାତ୍ୟାକୁ ନେଇ ଭୟଭୀତ ନହେବା ଲାଗି ପରାମର୍ଶ ଦିଅନ୍ତୁ, ଘରୁ ବାହାରନ୍ତୁ ନାହିଁ

. ପଶୁଙ୍କୁ ସୁରକ୍ଷିତ ସ୍ଥାନକୁ ନେଇ ଯାଆନ୍ତୁ

. ବାତ୍ୟା ଆଶ୍ରୟସ୍ଥଳୀକୁ ଯିବା ସମୟରେ ପାଖରେ ଜରୁରୀ ସାମଗ୍ରୀ ରଖନ୍ତୁ

. ଗୋଟିଏ ସ୍ଥାନରେ ସମସ୍ତେ ଏକାଠି ହୋଇ ରୁହନ୍ତୁ

. ବାତ୍ୟା ନେଇ ଆସୁଥିବା ଖବର ସହ ଅପଡେଟ୍ ରୁହନ୍ତୁ


ବାତ୍ୟା ସମୟରେ କଣ କରିବେ ନାହିଁ ?

. ଘରର ଉପର ମହଲାରେ ରୁହନ୍ତୁ ନାହିଁ

. ମତ୍ସ୍ୟଜୀବୀମାନେ ସମୁଦ୍ର ମଧ୍ୟକୁ ଯଆନ୍ତୁ ନାହିଁ

. ବିଦ୍ୟୁତ ତାରକୁ ସ୍ପର୍ଶ କରନ୍ତୁ ନାହିଁ


 

CM REVIEW
ତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପରିଦର୍ଶନ କରି ସେଠାରେ ବାତ୍ୟା ମୁକାବିଲା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷ
CYCLONE UPDATE
କାଲି ସନ୍ଧ୍ୟା 5 ଟାରୁ 25 ତାରିଖ ସକାଳ 9 ଟା ଯାଏଁ ଭୁବନେଶ୍ୱର ବିମାନ ଚଳାଚଳ ବନ୍ଦ
ଅର୍ଗସ ବ୍ୟୁରୋ: ଆସନ୍ତାକାଲି ସନ୍ଧ୍ୟା 5 ଟାରୁ 25 ତାରିଖ ସକାଳ 9ଟା ପର୍ଯ୍ୟନ୍ତ ଭୁବନେଶ୍ୱର ବିମାନ ଚଳାଚଳ ବନ୍ଦ । ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି
ଧାମରା ପୋର୍ଟରେ
ଧାମରା ପୋର୍ଟରେ ସୁରଜ୍ ସୂର୍ଯ୍ୟବଂଶୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ
ଅର୍ଗସ ବ୍ୟୁରୋ: ଧାମରା ଆଦାନୀ ପୋର୍ଟରେ ମନ୍ତ୍ରୀ ସୁରଜ୍ ସୂର୍ଯ୍ୟବଂଶୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ। ପୋର୍ଟ କର୍ତ୍ତୃପକ୍ଷଙ୍କ ସହ ଉପସ୍ଥିତ ଅଛନ୍ତି ଜିଲ୍ଲାର ବିଭିନ୍