ଓଭରବ୍ରିଜ ତଳକୁ ଓଲଟିଲା ଟ୍ରକ, ଡ୍ରାଇଭର ମୃତ
by Argus News
Wed, Nov 08 | 8:13 a.m.

କେନ୍ଦୁଝର:  ଭାରସାମ୍ୟ ହରାଇ ଓଭରବ୍ରିଜ ତଳକୁ ଓଲଟିଲା ଟ୍ରକ । ଘଟଣାସ୍ଥଳରେ ଡ୍ରାଇଭର ମୃତ। ଆନନ୍ଦପୁର ଦେଇ ଯାଇଥିବା ଜାତୀୟ ରାଜପଥ ୨୦ ର ଘସିପୁରା ଥାନା ଶାଳପଡା ନିକଟରେ ଓଲଟିଲା ଲୁହାପଥର ବୋଝେଇ ଟ୍ରକ । 

ଦ୍ରୁତ ଗତି ନେଉଛି ଜୀବନ

OD 23A6971 ନମ୍ବର ଲୁହାପଥର ବୋଝେଇ ଟ୍ରକ କେନ୍ଦୁଝରରୁ ଲୁହାପଥର ବୋଝେଇ କରି ପାରାଦ୍ୱୀପ ଅଭିମୁଖେ ଯାଉଥିବା ସମୟରେ ଶାଳପଡା ଓଭରବ୍ରିଜ ନିକଟରେ ଭାରସାମ୍ୟ ହରାଇ ଓଭରବ୍ରିଜ ତଳକୁ ଓଲଟିପଡିଥିବା ସୂଚନା ମିଳିଛି । 

ଟ୍ରକଟି ଓଲଟି ପଡିବା ସମୟରେ ଡ୍ରାଇଭର ଡେଇଁ ପଡି ଜୀବନ ବଞ୍ଚାଇବାକୁ ଚେଷ୍ଟା କରୁଥିବା ବେଳେ ଡ୍ରାଇଭର ଉପରେ ଟ୍ରକଟି ପଡିଯିବାରୁ ଘଟଣାସ୍ଥଳରେ ତାର ମୃତ୍ୟୁ ହୋଇଯାଇଛି । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଡ୍ରାଇଭରର ମୃତଦେହକୁ ଉଦ୍ଧାର କରିଥିବାବେଳେ ଘସିପୁରା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
 

VILLAGE
now
ଡ଼ୁମଡୁମୀ ଗାଁରେ ଆଜି ବି ବିକାଶ ଅପହଞ୍ଚ
ଅର୍ଗସ ବ୍ୟୁରୋ: ପାହାଡ ତଳେ ଅସହାୟ ଡ଼ୁମଡୁମୀ। ଗାଁର ଅବସ୍ଥା ଦେଖିଲେ ଲାଗିବ ସତେ ଯେମିତି ପାହାଡର ଚଟ୍ଟାଣ ଡେଇଁ ପହଞ୍ଚି ପାରିନି ବିକାଶ। ମନ୍ତ୍ରୀ ଟୁକୁନୀ ସାହୁ ଘର ଠାରୁ ମାତ୍ର 10
STRUGGLE
13m ago
ଗୋଟିଏ ପଟେ ଜୀବନ ଆଉ ଗୋଟେ ପଟେ ସଂଗ୍ରାମ
ଅର୍ଗସ ବ୍ୟୁରୋ: ଗୋଟିଏ ପଟେ ଜୀବନ ଆଉ ଗୋଟେ ପଟେ ଜୀବନ ପାଇଁ ସଂଗ୍ରାମ। ଏଥିରେ ବାଜିରେ ପଡିଛି ଜୀବନ। କେମିତି ବିପଦ ସଂଙ୍କୁଳ ଅବସ୍ଥାରେ ପିଇବା ପାଣି ସଂଗ୍ରହ କରୁଛନ୍ତି ମହିଳା
METEOROLOGICAL
26m ago
ପ୍ରାକ୍ ମୌସୁମୀ ଋତୁରେ ବାତ୍ୟା ଆକଳନ କଲା ପାଣିପାଗ ବିଭାଗ
ଅର୍ଗସ ବ୍ୟୁରୋ : ଅସହ୍ୟ ତାତିରୁ ମିଳିବ ଆଶ୍ୱସ୍ତି । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ହୋଇପାରେ ବର୍ଷା । ପ୍ରାକ୍ ମୌସୁମୀ ଋତୁରେ ବାତ୍ୟା ଆକଳନ କଲା ପାଣିପା