ଲଘୁଚାପ ଜନିତ ବର୍ଷା ଯୋଗୁଁ ବିପଦ ସଙ୍କେତ ଟପିଲା ଜଳକା ନଦୀ
by Argus News
Mon, Sep 16 | 11:36 a.m.

ଅର୍ଗସ ବ୍ୟୁରୋ: ଲଘୁଚାପ ଜନିତ ବର୍ଷା ଯୋଗୁଁ ବିପଦ ସଙ୍କେତ ଟପିଲା ଜଳକା ନଦୀ। ବାଲେଶ୍ବର ଜିଲ୍ଲା ବସ୍ତା ବ୍ଲକ ମଥାନୀ ଠାରେ ନଦୀର ବିପଦ ସଙ୍କେତ 6.50 ମିଟର ରହିଥିବାବେଳେ ସକାଳ 7ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ 6.68 ମିଟରରେ ପ୍ରବାହିତ ହେଉଛି । ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ଯୋଗୁଁ ଗତ ଦୁଇଦିନ ଧରି ବାଲେଶ୍ବର ସମେତ ଜଳକା ନଦୀର ଉପରମୁଣ୍ତ ପଡୋଶୀ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଛି । 

ରାସଗୋବିନ୍ଦପୁର, ମୋରଡା, ଶୁଳିଆପଦା, ଚିତ୍ରଡା ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ କ୍ରମଶଃ ବୃଦ୍ଧି ପାଉଛି ନଦୀର ଜଳସ୍ତର। ନଦୀର ଜଳସ୍ତର ବୃଦ୍ଧି ପାଉଥିବା ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହେଇଛି। ଏକ ହଜାରରୁ ଉର୍ଦ୍ଧ୍ବ ହେକ୍ଟର ଚାଷ ଜମିରେ ବନ୍ୟା ପାଣି ପଶିଥିବାବେଳେ 30ରୁ ଅଧିକ ଗାଁ ପାଣି ଘେରରେ ରହିଛନ୍ତି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ବାଲେଶ୍ବର ବନ୍ୟା
36m ago
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ