ଚାଲିଛି ଭୋଟ ଗଣତି, ଦୁଇଟି ସ୍ଥାନରେ ଆଗରେ ଚାଲିଛି ବିଜେପି
by Argus News
Sun, Dec 03 | 9:20 a.m.

ଅର୍ଗସ ବ୍ୟୁରୋ: ଚାଲିଛି ଭୋଟ ଗଣତି। ଦେଶର ୪ଟି ରାଜ୍ୟର ବିଧାନସଭା ନିର୍ବାଚନର ଫଳାଫଳ ଉପରେ ସାରା ଦେଶର ନଜର ରହିଛି । ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ଼ ଓ ତେଲେଙ୍ଗାନାରେ ଭୋଟ ଗଣତି ଆରମ୍ଭ ହୋଇଯାଇଥିବା ବେଳେ ତା’ର ପ୍ରାରମ୍ଭିକ ରିପୋର୍ଟ ସାମ୍ନାକୁ ଆସିଛି ।

ମଧ୍ୟପ୍ରଦେଶରେ ବିଜେପି ୧୪ଟି ଆସନରେ ଓ କଂଗ୍ରେସ ୧୮ଟି ଆସନରେ ଆଗୁଆ ରହିଛି । ରାଜସ୍ଥାନରେ ବିଜେପି ୨୧ଟିରେ ଆସନରେ ଆଗୁଆ ରହିଛି । ଛତିଶଗଡ଼ରେ ବିଜେପି ୧୫ଟିରେ ଓ କଂଗ୍ରେସ ୧୫ଟି ଆସନରେ ରହିଛି । ସେହିପରି ତେଲେଙ୍ଗାନାରେ ଭାରତ ରାଷ୍ଟ୍ର ସମିତି (ବିଆରଏସ) ୧୦ଟିରେ ଓ କଂଗ୍ରେସ ୧୫ଟି ଆସନରେ ଆଗୁଆ ରହିଥିବା ଜଣାପଡ଼ିଛି । ଆଗକୁ ଭୋଟ ଗଣତି ଜାରି ରହିବା ସହିତ ଭୋଟ ବ୍ୟବଧାନରେ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି ।

ମଧ୍ୟପ୍ରଦେଶରେ 230 ଆସନ ପାଇଁ 2 ହଜାର 5 ଶହ 33 ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ବିତା କରୁଥିବାବେଳେ ରାଜସ୍ଥାନରେ 199 ଆସନରେ 18 ଶହ, ଛତିଶଗଡ଼ରେ 90 ଆସନରେ 1 ହଜାର 1 ଶହ 81 ଏବଂ ତେଲଙ୍ଗାନାରେ 119 ଆସନରେ 2 ହଜାର 2 ଶହ 90 ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି।

ଅଧିକ ପଢ଼ନ୍ତୁ ଦେଶ ଖବର: 

 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ