୯୦ ବିଧାନସଭା ଆସନ ପାଇଁ ଆସନ୍ତାକାଲି ହେବ ମତଦାନ
by Argus News
Fri, Oct 04 | 7:41 a.m.

ଅର୍ଗସ ବ୍ୟୁରୋ:  ଆସନ୍ତାକାଲି ହରିୟାଣାରେ ନିର୍ବାଚନ । ୯୦ ବିଧାନସଭା ଆସନ ପାଇଁ ଆସନ୍ତାକାଲି ହେବ ମତଦାନ। ଏନେଇ ଗତକାଲି ପ୍ରଚାର ଶେଷ ହୋଇଛି। ଶେଷ ଦିନରେ ସମସ୍ତ ରାଜନୈତିକ ଦଳ ନିଜ ନିଜ ପ୍ରାର୍ଥୀଙ୍କ ପାଇଁ ଜୋରଦାର କ୍ୟାମ୍ପେନିଂ କରିଥିଲେ। ବିଜେପି, କଂଗ୍ରେସ, ଜନ ନାୟକ ପାର୍ଟି, ଆପ୍‌ ପକ୍ଷରୁ ହୋଇଥିଲା ପ୍ରଚାର। ବିଜେପି ପକ୍ଷରୁ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମୀ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ମାରାଥନ୍ ପ୍ରଚାର କରିଥିଲେ। ୯୦ ଆସନରେ ଭାଗ୍ୟ ପରୀକ୍ଷା କରୁଛନ୍ତି ଏକ ହଜାର ୨୮ ପ୍ରାର୍ଥୀ । ୯୦ ଆସନ ବିଶିଷ୍ଟ ହରିୟାଣା ବିଧାନସଭାରେ ସମସ୍ତ ଆସନରେ ଏକାକୀ ଲଢୁଛି ବିଜେପି। ଇଣ୍ଡି ମେଣ୍ଟରେ ସାମିଲ କଂଗ୍ରେସ ଓ ସିପିଏମ। କଂଗ୍ରେସ ୮୯ ଓ ସିପିଏମ ଗୋଟିଏ ଆସନରେ ଲଢୁଛନ୍ତି। ଜନନାୟକ ଜନତା ପାର୍ଟି ଓ ଆଜାଦ ସମାଜ ପାର୍ଟି ମଧ୍ୟରେ ହୋଇଛି ମେଣ୍ଟ।

ଅଧିକ ପଢ଼ନ୍ତୁ ଦେଶ ଖବର:

ଗ୍ୟାସ୍‌ ଲିକ୍
କେମିକାଲ ଫ୍ୟାକ୍ଟ୍ରିରୁ ଗ୍ୟାସ୍‌ ଲିକ୍ , ବର୍ତ୍ତମାନ ସ୍ଥିତି ନିୟନ୍ତ୍ରଣ
ଅର୍ଗସ ବ୍ୟୁରୋ : କେମିକାଲ ଫ୍ୟାକ୍ଟ୍ରିରୁ ଗ୍ୟାସ୍‌ ଲିକ୍‌ ଘଟଣା। ସଘଟଣା ସ୍ଥଳରେ ପହଞ୍ଚିଲେ ଅତିରିକ୍ତ ଜିଲ୍ଲାପାଳ। ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି ପରଖିବାଛନ୍ତି। ଅଗ୍ନିଶମ
ମଟନ୍ ବିରିୟାନୀ
ଜେଲରେ କଏଦୀଙ୍କୁ ମିଳିବ ମଟନ୍ ବିରିୟାନୀ
ଅର୍ଗସ ବ୍ୟୁରୋ : କଏଦୀଙ୍କ ପାଇଁ ଦଶହରା ଭେଟି । ଜେଲରେ ମିଳିବ ବିରିୟାନୀର ମଜା । ପଶ୍ଚିମବଙ୍ଗ ସରକାରଙ୍କ ନିଷ୍ପତ୍ତି । ଅକ୍ଟୋବର ୯ରୁ ୧୨ ତାରିଖ ଯାଏଁ ଜେଲରେ କଏଦୀଙ୍କୁ ମିଳିବ ସ୍ବାଦିଷ୍
ହରିୟାଣା ନିର୍ବାଚନ
ହରିୟାଣା ନିର୍ବାଚନ ; ସଂଧ୍ୟା ୬ଟା ସୁଦ୍ଧା ହୋଇଛି ୬୫ ପ୍ରତିଶତ ମତଦାନ
ଅର୍ଗସ ବ୍ୟୁରୋ : ଶେଷ ହୋଇଛି ହରିୟାଣା ନିର୍ବାଚନ । ନିର୍ବାଚନ କମିଶନ ତଥ୍ୟ ଅନୁସାରେ ସଂଧ୍ୟା 6ଟା ସୁଦ୍ଧା ହୋଇଛି 65 ପ୍ରତିଶତ ମତଦାନ । ଗତ 1 ତାରିଖରେ ଜମ୍ମୁ କାଶ୍ମୀର ନିର୍ବାଚନ ଶେଷ ହେବ