ପ୍ରକୃତ ଦୋଷୀକୁ ଦଣ୍ଡ ମିଳୁ- ସୁଜିତ କୁମାର
by Argus News
Thu, Sep 19 | 1:39 p.m.

ଅର୍ଗସ ବ୍ୟୁରୋ: ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡ ଘଟଣାର ହେଉ ପୁନଃ ତଦନ୍ତ । ପ୍ରକୃତ ଦୋଷୀକୁ ଦଣ୍ଡ ମିଳୁ। ଏ ନେଇ ବଡ଼ ବୟାନ ଦେଇଛନ୍ତି ବିଜେଡିର ପୂର୍ବତନ ସାଂସଦ ସୁଜିତ୍ କୁମାର। ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ଯୋଗ ଦେଇଥିବା ସୁଜିତ୍ କୁମାରଙ୍କୁ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ସ୍ବାଗତ କରାଯାଇଥିଲା । 

ଏହି ସମୟରେ ଅର୍ଗସକୁ ସ୍ବତନ୍ତ୍ର ସାକ୍ଷାତକାରରେ ସୁଜିତ୍ କୁମାର କହିଛନ୍ତି ମମିତା ମେହେର ହତ୍ୟାକାଣ୍ଡ ଘଟଣାର ପୁନଃ ତଦନ୍ତ ହେଉ ଏବଂ ପ୍ରକୃତ ଦୋଷୀ ଦଣ୍ଡ ମିଳୁ । ସେପଟେ ମମିତାଙ୍କ ହତ୍ୟାର ସିବିଆଇ ତଦନ୍ତ ଦାବି କରିଛନ୍ତି ତାଙ୍କ ମା । ମମିତା ମେହେର ହତ୍ୟା ମାମଲାରେ ବିବାଦ ଘେରକୁ ଆସିଥିଲେ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର । ମାମଲାରେ ଦିବ୍ୟଶଙ୍କର ସମ୍ପୃକ୍ତି ନେଇ ଅଭିଯୋଗ ହୋଇଥିଲା ।

ପୁଣି କଣ୍ଟାବାଞ୍ଜି ଜେଲରେ ଗୋବିନ୍ଦ ସାହୁଙ୍କର ସନ୍ଦେହ ଜନକ ମୃତ୍ୟୁ ହୋଇଥିଲା । ଗୋବିନ୍ଦଙ୍କୁ ଯୋଜନାବଦ୍ଧ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଥିଲେ ତାଙ୍କ ପରିବାର ଲୋକେ। ଏହାପଛରେ ବଡ଼ ନେତାଙ୍କ ହାତ ଥିବା ଅଭିଯୋଗ ହୋଇଥିଲା।

ଆହୁରି ପଢନ୍ତୁ ଓଡିଶା ଖବର...
 

ବାଲେଶ୍ବର ବନ୍ୟା
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ