ଭୁବନେଶ୍ୱର: ସମୀର ଦେଙ୍କ ପରଲୋକ । ବରିଷ୍ଠ ବିଜେପି ନେତା ସମୀର ଦେ’ଙ୍କ ପରଲୋକ ଘଟିଛି । ୬୭ ବର୍ଷରେ କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ପରଲୋକ ନେଇ ଘରୋଇ ହସ୍ପିଟାଲ ଡାକ୍ତର ସୂଚନା ଦେଇଛନ୍ତି । ଅସୁସ୍ଥ ଥାଇ ଦୀର୍ଘଦିନରୁ ଚିକିତ୍ସାଧୀନ ଥିଲେ ସମୀର । ନିମୋନିଆ, କିଡ୍ନୀ, ରକ୍ତଚାପ ଜନିତ ରୋଗରେ ଆକ୍ରାନ୍ତ ଥିଲେ । ମେଣ୍ଟ ସରକାରରେ ମନ୍ତ୍ରୀ ଥିଲେ ସମୀର ଦେ’ ।