ସରକାରୀ ଟଙ୍କାରେ ଘର କରିଥିଲେ, ଏବେ ଭାଙ୍ଗିକି ଗୁଣ୍ଡ
by Argus News
Tue, Jun 25 | 12:28 p.m.

ଭୁବନେଶ୍ୱର:  ନବୀନ ଦୁର୍ନୀତିକୁ ପ୍ରସୟ ଦେଉଥିବାର ବଡ଼ ପ୍ରମାଣ। ଭଙ୍ଗା ଚାଲିଛି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଓରଫ୍ ବବି ଦାସଙ୍କ ସରକାରୀ କ୍ବାର୍ଟର୍ସ । ଭୁବନେଶ୍ବର ସ୍ଥିତ ସରକାରୀ ଆବାସ ଭିତରେ ଥିଲା ବିଶାଳ ଆଲିଶାନ୍ ବଙ୍ଗଳା। ବବି ଦାସଙ୍କ ସରକାରୀ ବାସଭବନରୁ ଏକ୍ସକ୍ଲୁସିଭ୍ ଚିତ୍ର । ସରକାରୀ କ୍ବାର୍ଟର ଅଣ୍ଡରଗ୍ରାଉଣ୍ଡରେ ବବି ଦାସଙ୍କ ଆଲିସାନ ବଙ୍ଗଳା । ବଙ୍ଗଳା ଭିତରେ ଅତ୍ୟଧୁନିକ ସୁବିଧା ସହ ରହିଛି ପଞ୍ଚତାରକା ହୋଟେଲ ଭଳି ସୁବିଧା । କୋଟି କୋଟି ଟଙ୍କାରେ ତିଆରି ହୋଇଥିଲା ବଙ୍ଗଲା । ଲୋକ ଓ ମେସିନ୍ ଲଗାଇ ଚାଲିଛି ଭଙ୍ଗାରୁଜା । ନବୀନ ଦୁର୍ନୀତିକୁ ପ୍ରସୟ ଦେଉଥିବାର ବଡ଼ ପ୍ରମାଣ । କାହା ଅନୁମତି ନେଇ ଏତେ ଟଙ୍କାରେ ହୋଇଥିଲା ନିର୍ମାଣ । 

ଭୁବନେଶ୍ୱରର ସରକାରୀ କ୍ୱାର୍ଟର୍ସର ଯେଉଁ ଅଣ୍ଡରଗ୍ରାଉଣ୍ଡ ଆଲିଶାନ କୋଠା ଥିଲା ସେଠାକୁ ସର୍ବସାଧାରଣ ଏପରିକି ବିଜେଡି ନେତାମାନଙ୍କ ପ୍ରବେଶ ବାରଣ ଥିଲା ।  ସେହି କୋଠାରେ ସୋଫା,ବେଡ୍ , ଅନ୍ୟାନ୍ୟ ଉପକରଣ ଓ ଲାଇଟ୍ ଆଦି ବିଭିନ୍ନ ସାଜସଜ୍ଜା ସାମଗ୍ରୀ ବିଦେଶରୁ ଅଣାଯାଇଥିଲା । ଗାର୍ଡେନରେ ମଧ୍ୟ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଇ କେବଳ ‘ହ୍ୱାଇଟ ଲିଲି’ରେ ସଜ୍ଜିତ ହୋଇଥିଲା । ଯାହା ଭାଙ୍ଗିଯାଇଛି...କେବଳ ଏତିକି ନୁହେଁ, ସେହି କ୍ୱାର୍ଟର୍ସ ମଧ୍ୟରେ ପ୍ରଣବଙ୍କ ପରିବାରର ମାଲିକାନାରେ ଥିବା ପ୍ରାୟ ୨୫ରୁ ଅଧିକ ବିଳାସପୂର୍ଣ୍ଣ କାର ପାର୍କିଂ କରୁଥିଲା । ସରକାରୀ କ୍ୱାର୍ଟର୍ସଠୁ ମାତ୍ର ୫୦୦ମିଟର ଦୂରରେ ପ୍ରଣବଙ୍କ ନିଜସ୍ୱ ଘର ଥିଲେ ମଧ୍ୟ ସେ କେବଳ ନିଜର ପତିଆରା ଦେଖାଇବା ପାଇଁ ଏହି ସରକାରୀ କୋଠାକୁ ନେଇଥିଲେ ।

ସାଧାରଣ ପ୍ରଶାସନ ବିଭାଗ ୨୦୧୯ ଜୁନ୍ ୧୬ତାରିଖରେ ଯେଉଁ ଚିଠି ନମ୍ବର-୧୬୬୮୭ରେ ପ୍ରଣବଙ୍କୁ ଭିଆଇଆଇଆଇ-ଏମଆର-ଏ କ୍ୱାର୍ଟର୍ସକୁ ଆବଂଟନ କରିଥିଲା ସେଥିରେ ସରକାରଙ୍କ ବିନା ଅନୁମତିରେ କୌଣସି ଭଙ୍ଗାଗଢ଼ା କାର୍ଯ୍ୟ ନକରିବା ପାଇଁ ସ୍ପଷ୍ଟ ଭାବେ ଉଲ୍ଲେଖ କରିଥିଲା । ତା’ଛଡ଼ା ଇଷ୍ଟେଟ ନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ଥିବା ବାସଭବନ ଆବଂଟନ କମିଟିଙ୍କ ସହମତି ମଧ୍ୟ ରହିଥିଲା । ଏହି କ୍ୱାର୍ଟର୍ସ ମରାମତି ପାଇଁ ୨୦୧୯-୨୦ ଓ ୨୦୨୦-୨୧ରେ ମୋଟ ୯.୩୭ଲକ୍ଷ ଟଙ୍କା ସରକାରୀ ତହବିଲରୁ ଖର୍ଚ୍ଚ ହୋଇଛି । ତେବେ ବବିଙ୍କ ଘର ଏବେ ଭଙ୍ଗାଯାଉଥିବାରୁ ଚର୍ଚ୍ଚା ଜୋର ।

ଆହୁରି ପଢନ୍ତୁ ଓଡିଶା ଖବର...

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା