ଓଡିଶାରେ ଏଥର ବିଜେଡି ଯିବ, ବିଜେପି ଆସିବ : ପ୍ରଧାନମନ୍ତ୍ରୀ
by Argus News
Tue, May 07 | 11:42 a.m.

ଅର୍ଗସ ବ୍ୟୁରୋ : ଓଡିଶାରେ ଏଥର ବିଜେଡି ଯିବ, ବିଜେପି ଆସିବ । ଓଡିଶାରେ ପ୍ରଥମ କରି ଗଢାହେବ ଡବଲ ଇଞ୍ଜିନ ସରକାର । ବ୍ରହ୍ମପୁର ପରେ ନବରଙ୍ଗପୁରରେ ମଧ୍ୟ ବିଜେପି ସରକାର ଗଢିବା ନେଇ ଦୃଢୋକ୍ତି ଦେଖାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଏଥିସହିତ ଓଡିଶାକୁ ବିଜେପିର ପ୍ରଥମ ମୁଖ୍ୟମନ୍ତ୍ରୀ ମିଳିବ । ଓଡିଶାର ପୁଅ କିମ୍ବା ଓଡିଶାର ଝିଅ ମୁଖ୍ୟମନ୍ତ୍ରୀ ହେବ, କେହି ବାହାର ଲୋକ ହେବନି । ଯିଏ ଓଡିଶାର ମାଟିକୁ ମଥାରେ ଲଗେଇ ବୁଲିବ, ତାକୁ ବିଜେପି ନିଜର ପ୍ରଥମ ମୁଖ୍ୟମନ୍ତ୍ରୀ ବନେଇବ ବୋଲି ମୋଦି କହିଛନ୍ତି ।

ପ୍ରଧାନମନ୍ତ୍ରୀ ଆହୁରି କହିଛନ୍ତି, ଜୁନ୍‌ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି । ଜୁନ୍‌ ୬ରେ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଚୟନ କରାଯିବ । ଜୁନ୍‌ ୧୦ରେ ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ହେବ । ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହକୁ ନିମନ୍ତ୍ରଣ ଦେବାକୁ ଆସିଛି । ଓଡ଼ିଶାରେ ବିଜେଡି ଅସ୍ତ ହେଉଛି, କଂଗ୍ରେସ ଅତୀତ ହୋଇଛି । ଓଡ଼ିଶାରେ କେବଳ ବିଜେପି ଉଦିତ ସୂର୍ଯ୍ୟ ଭାବେ ଉଭା ହୋଇଛି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । 

 

ତେବେ ଏହି ବିଶାଳ ଜନସଭାରେ ମୋଦିଙ୍କ ପ୍ରତିଛବି ଧରିଥିବା କୁନି କୁନି ପିଲାମାନଙ୍କ ଚିତ୍ର ସଂଗ୍ରହ କରିବାକୁ ଏସପିଜିଙ୍କୁ ନିର୍ଦ୍ଦେଶ ଦେଇଥିଲେ ପ୍ରଧାନମନ୍ତ୍ରୀ । କୁନି କୁନି ଛୁଆଙ୍କର ଏହି ଭଲପାଇବା ମତେ ଅଭିଭୂତ କରିଛି । ମୁଁ ଓଡ଼ିଆରେ ପୂର୍ବରୁ ଚିଠି ଲେଖିଛି । ଆଗକୁ ବି ଲେଖିବି । ଆପଣଙ୍କ ମୁଖ୍ୟମନ୍ତ୍ରୀ ଭଳି ମୁଁ ନୁହେଁ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ଖାଲି ସେତିକି ନୁହେଁ, ଯିଏ ଏଠାକାର ସମସ୍ୟା ଜାଣିଛି, ସମାଧାନ ଜାଣିଛି । ଯିଏ ଲୋକଙ୍କ ସହ ଜଡିତ ଅଛି, ବିଜେପି ସେମିତି ଜଣେ ଲୋକକୁ ମୁଖ୍ୟମନ୍ତ୍ରୀ କରିବ । ଏ ହେଉଛି ମୋଦିର ଗ୍ୟାରେଣ୍ଟି ବୋଲି ନବରଙ୍ଗପୁର ଜନସଭାରେ କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦି ।
 

HELICOPTER CARRYING
କୁହୁଡ଼ି ଓ ଖରାପ ପାଗ ଏହି ଦୁର୍ଘଟଣାର କାରଣ ବୋଲି କୁହାଯାଉଛି
ଅର୍ଗସ ବ୍ୟୁରୋ : ଇରାନରେ ଘଟିଲା ବଡ଼ ଦୁର୍ଘଟଣା । ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି, ଏହା ପରେ ଜରୁରୀକାଳୀ
ରୋଡ ସୋ'
ରାଜଭବନରେ ପ୍ରଧାନମନ୍ତ୍ରୀ, କାଲି ମୋଦିଙ୍କ ରୋଡ ସୋ'
ଭୁବନେଶ୍ୱର: ରାଜଭବନ ଅଭିମୁଖେ ପ୍ରଧାନମନ୍ତ୍ରୀ। ପରିଚାଳନା କମିଟି ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ କରି ରାଜଭବନରେ ଅଭିମୁଖେ ଯାଉଛନ୍ତି ମୋଦି। ରାଜଭବନରେ ରାତ୍ରୀଯାପ
PM MODI
ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍ୟ ମାନଙ୍କ ସହ କଲେ ଆଲୋଚନା
ଅର୍ଗସ ବ୍ୟୁରୋ : ଗୁରୁ ମନ୍ତ୍ର ବି ଦେଲେ ମୋଦି । ରାଜ୍ୟ ବିଜେପିର ନିର୍ବାଚନ ପରିଚାଳନା କମିଟିର ସଦସ୍ୟ ମାନଙ୍କ ସହ ବୈଠକ କଲେ ପ୍ରଧାନମନ୍ତ୍ରୀ । ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍