ଖସୁନି ସୁନା ଦର: ସୁନା ଦର ଛୁଇଁଲା ୭୪ ହଜାର
by Argus News
Fri, Apr 12 | 5:03 p.m.

ଅର୍ଗସ ବ୍ୟୁରୋ: ସର୍ବକାଳୀନ ରେକର୍ଡ ସ୍ତରରେ ପହଞ୍ଚିଛି ସୁନା। ଦିନକୁ ଦିନକୁ ସୁନାର ଦାମ୍ ବୃଦ୍ଧି ପାଉଥିବାରୁ ଚିନ୍ତାରେ ଗ୍ରାହକ । ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ହୋଇଛି ।  ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୩,୩୧୦ ଟଙ୍କା ରହିଛି। କ୍ରମାଗତ ଭାବେ ବଢ଼ିଚାଲିଛି ସୁନା ଦର। ଆଗକୁ ବିବାହ ଋତୁ ଏବଂ ଅକ୍ଷୟ ତୃତୀୟା ଥିବାବେଳେ ଚାହିଦା ବଡ଼ ଆକାରରେ ବୃଦ୍ଧି ପାଇବାର ସମ୍ଭାବନା ରହିଛି। 

ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୭,୨୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୬୨୦ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୨,୯୬୦ ଟଙ୍କା ରହିଛି ।

ଅନ୍ୟପକ୍ଷରେ ଇରାନ-ଇସ୍ରାଏଲ ଯୁଦ୍ଧ ଆଶଙ୍କାରୁ ଦର ଆହୁରି ବଢ଼ିବ ବୋଲି ବଜାର ବିଶେଷଜ୍ଞମାନେ ପ୍ରକାଶ କରିଛନ୍ତି। ଏଭଳି ସ୍ଥିତିରେ ନିବେଶକ ଉତ୍ସାହିତ ଥିବାବେଳେ ସାଧାରଣ ଗ୍ରାହକଙ୍କ ମଧ୍ୟରେ ଚାହିଦା ପ୍ରଭାବିତ ହୋଇପାରେ ବୋଲି ଆଶଙ୍କା ପ୍ରକାଶ ପାଇଛି। ସୁନା ଭଳି ରୁପା ମଧ୍ୟ ନୂଆ ରେକର୍ଡ ଯୋଡ଼ି ଚାଲିଛି। ରାଜଧାନୀ ଭୁବନେଶ୍ବରରେ କିଲୋଗ୍ରାମ ପିଛା ରୁପା ୧୦୦୦ ଟଙ୍କା ମହଙ୍ଗା ହୋଇ ୮୯,୦୦୦ ଟଙ୍କା ଛୁଇଁଛି। ଏବର୍ଷ ସୁନା ଦର ୮୦,୦୦୦ ଛୁଇଁବା ନେଇ ଆକଳନ କରିଛନ୍ତି ବଜାର ବିଷେଷଜ୍ଞ। 

ଅଧିକ ପଢ଼ନ୍ତୁ ବାଣିଜ୍ୟ ଖବର 
 

LOW PRESSURE
17m ago
ନିର୍ବାଚନରେ ବାଧକ ସାଜିପାରେ ବର୍ଷା...
ଅର୍ଗସ ବ୍ୟୁରୋ: ଆଗାମୀ ୨୨ ତାରିଖ ବେଳକୁ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି l ଏହା ପ୍ରାଥମିକ ସ୍ତରରେ ଉତ୍ତରପୂର୍
ADR REPORT
52m ago
ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୩୩% ବିଧାୟକ ପ୍ରାର୍ଥୀ କୋଟିପତି
ଭୁବନେଶ୍ୱର: ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୧୨୬ ଜଣ ଅର୍ଥାତ୍ ୩୩% ବିଧାୟକ ପ୍ରାର୍ଥୀ କୋଟିପତି । କେନ୍ଦୁଝର ଚମ୍ପୁଆର BJD ବିଧାୟକ ପ୍ରାର୍ଥୀ ସନାତନ ମହାକୁଡ଼ ତୃତୀୟ ପର୍ଯ୍ୟାୟ
ଆଇଲାସେସ୍
55m ago
ଆଖି ନଷ୍ଟ କରେ ଆଇଲାସେସ୍
ଅର୍ଗସ ବ୍ୟୁରୋ: ସବୁ ଝିଅଙ୍କୁ ମେକଅପ୍ ନେବାକୁ ଭଲଲାଗେ। ଆଜିକାଲି ମାର୍କେଟକୁ ଏତେ ସବୁ ମେକଅପ୍ ପ୍ରଡକ୍ସ ଆସିଲାଣି ତାର ଗଣନା କରିହେବନି। ମେକଅପ୍ ଦ୍ବାରା ଅସମ୍ଭବ ବି ସମ୍ଭବ ହୋଇପାରୁଛି