ବିହାରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୮ ମୃତ
by Argus News
Wed, Feb 21 | 10:12 a.m.

ଅର୍ଗସ ବ୍ୟୁରୋ: ବର୍ତ୍ତମାନ ବିହାରର ଲାଖିସରାୟ ବଡ଼ ଖବର ସାମ୍ନାକୁ ଆସିଛି। ଏଠାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଯେଉଁଥିରେ ୮ଜଣଙ୍କର ମୃତ୍ୟୁ ହୋଇଛି। ଅଧା ଅଧିକ ଲୋକ ଗୁରୁତର ଆହତ ହୋଇ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଘଟଣା ସମ୍ପର୍କରେ ସଦୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳରେ ପୋଲିସ ମୃତଦେହକୁ ଉଦ୍ଧାର କରି ଘଟଣାର ତଦନ୍ତ ଆରମ୍ଭ କରିଛି। 

ସୂଚନା ଅନୁସାରେ ଏହି ଘଟଣାକୁ ନେଇ କୁହାଯାଉଛି ଯେ, ଏକ ଅଜଣା ଗାଡି ଅଟୋକୁ ଧକ୍କା ଦେଇଥିଲା। ଯେଉଁ କାରଣରୁ ଅଟୋ ଖଣ୍ଡ ଖଣ୍ଡ ହୋଇଯାଇଥିଲା। ଏହି ଦୁର୍ଘଟଣା ଲଖିସରାୟ-ସିକନ୍ଦ୍ରା ମୁଖ୍ୟ ରାସ୍ତାର ବିହାରୌରା ଗ୍ରାମ ନିକଟରେ ଘଟିଛି। ଏଠାରେ ୧୫ ଜଣ ଲୋକ ଏକ ଅଟୋରେ ଯାତ୍ରା କରୁଥିଲେ। ଯେତେବେଳେ ଏକ ଅଜଣା ଗାଡ଼ି ଅଟୋକୁ ଧକ୍କା ଦେଇଥିଲା। ଧକ୍କା ହେତୁ ଚିତ୍କାର ଶୁଣାଯାଇଥିଲା।

ଏହି ଘଟଣାରେ ୮ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟମାନେ ଆହତ ହୋଇଛନ୍ତି। ନିକଟସ୍ଥ ଲୋକମାନେ ଏହା ଦେଖି ପୋଲିସକୁ ସୂଚନା ଦେଇଥିଲେ। ଆହତଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି। ମୃତ ଓ ଆହତଙ୍କ ପରିଚୟ ବର୍ତ୍ତମାନ ସୁଦ୍ଧା ଜଣାପଡ଼ିନାହିଁ। ପୋଲିସ ଏହି ଘଟଣାରେ ତଦନ୍ତ ଜାରି ରଖିଛି। 

ଅଧିକ ପଢ଼ନ୍ତୁ ଭାରତ ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ