ଆପଣଙ୍କ ଦିନଟି ଆଜି କିପରି କଟିବ ଜାଣନ୍ତୁ ...
by Argus News
Mon, Dec 04 | 8:27 a.m.

ମେଷ-
କର୍ମକ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ପ୍ରତ୍ୟେକ ପରିସ୍ଥିତିରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ । ଅସୁସ୍ଥତା କାରଣରୁ କେତେକ କାମରେ ଅବହେଳା କରିପାରନ୍ତି । ସାମାଜିକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ । ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - କୈାଣସି ଛୋଟା ଲୋକଙ୍କୁ କିଛି ସାହାର‌୍ୟ୍ୟ କରନ୍ତୁ
ବୃଷ-
ଧୈର‌୍ୟ୍ୟହରା ନ ହୋଇ କାର‌୍ୟ୍ୟ କଲେ ଉପକୃତ ହେବେ । ଅର୍ଥ, ଜମିଜମା, ପ୍ରଭୃତି ମଧ୍ୟମ ପ୍ରକାରର ରହିବ । ଭଲ କାରବାର ହେତୁ ଆତ୍ମସନ୍ତୋଷ ମିଳିପାରେ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇପାରେ । ମହିଳା ମାନେ ଇଶ୍ୱର ବିଶ୍ୱାସି ହେବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ
ମିଥୁନ-
ବୟସ୍କ ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଯୋଗୁ ମାନସିକ ସ୍ଥିତି ଠିକ୍ ରହିବ ନାହିଁ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ପରାମର୍ଶକୁ ଗ୍ରହଣ କରିବେ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ । ପ୍ରଶାସନିକ ସ୍ତରରେ ସମସ୍ୟା ବୃଦ୍ଧି ପାଇବ । ଗୃହ ନିର୍ମାଣ, ଯାନ ମରାମତିରୁ ଖୁସି ରହିବେ । କାର‌୍ୟ୍ୟକୁଶଳତା ହେତୁ ମାନସିକ ସ୍ଥିତି ଭଲ ରହିବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ବଗଳାମୁଖିଙ୍କର ପୂଜା ପାଠ କରନ୍ତୁ
କର୍କଟ-
ସ୍ୱାସ୍ଥ୍ୟ ଭଲ ରହିବ ଓ ଅର୍ଥ, ସମ୍ମାନ ପାଇବେ । କର୍ମକ୍ଷେତ୍ରରେ କେତେକ ବିବାଦୀୟ ଚିନ୍ତାଧାରା ମନକୁ ବ୍ୟସ୍ତବିବ୍ରତ କରିପାରେ । ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।  ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ, ଗୁରୁଜନଙ୍କ ପାଖରେ ଆଦୃତ ହେବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – କୈାଣସି ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ
ସିଂହ-
ପାରିବାରିକ ସ୍ଥିତି, ସଭାସମିତି, ଆଲୋଚନାଚକ୍ର, ସାହିତ୍ୟ ସଭା ପ୍ରଭୃତିରୁ ଖୁସି ରହିବେ । କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଘେରରେ ପଡ଼ିପାରନ୍ତି । ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦର ଆଶଙ୍କା ରହିଛି ।  ଭୁଲ୍ ଅର୍ଥ ସମ୍ପର୍କିତ ଆଲୋଚନାରେ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଳାପ ଆଲୋଚନାରେ ସମୟ କଟାଇପାରନ୍ତି । 
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ
କନ୍ୟା-
ପୁରାଣ ପଠନ ସାଙ୍ଗକୁ ଧର୍ମକାର‌୍ୟ୍ୟରେ ନିଜକୁ ନିୟୋଜିତ କରିବେ । ଚଳଚ୍ଚିତ୍ର ତଥା ସଭାସମିତିରେ ସୁନାମ ମିଳିବ । ଶିଳ୍ପ, ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ କିନ୍ତୁ ନିରାଶ ହେବେନି । ପରୋକ୍ଷ ଶତ୍ରୁତା ପ୍ରତି ସତର୍କ ରହିବା ସହିତ କାମ ହାସଲ କରିବାରେ କିଛି ଅସୁବିଧା ହେବ ନାହିଁ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା-
ନିଜ ଲୋକଙ୍କ ବେଖାତିର ମନୋଭାବ କାରଣରୁ ମନ ଭଲ ଲାଗିବ ନାହିଁ । ଯେ କୌଣସି କାମ ହେଉନା କାହିଁକି ଆପଣ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ । ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ । ନିଜ ମନ ପସନ୍ଦର ଜିନିଷ କିଣିବା ସକାଶେ ମନ ବଳାଇବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଦେବଙ୍କର ଦର୍ଶନ ସହିତ ପୂଜା ପାଠ କରନ୍ତୁ
ବିଛା-
କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ । ବନ୍ଧୁ ଗହଣରେ ସାଧାରଣ ଘଟଣାକୁ ନେଇ ମନସ୍ତାପ କରିବାକୁ ପଡ଼ିପାରେ। ଶାରୀରିକ ସମସ୍ୟାକୁ ଅଣ ଦେଖା କରିବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ନାନା ସମସ୍ୟା ବଢିପାରେ । ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ 
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ବଗଳାମୁଖୀଙ୍କ ପୂଜାର୍ଚ୍ଚନା କରନ୍ତୁ
ଧନୁ-
ପ୍ରେମ ସମ୍ପର୍କକୁ ବଢାଇବା ସହିତ ଦାମ୍ପତ୍ୟ ଜୀବରେ ସୁଧାର ଆଣିବେ ।  ବ୍ୟବସାୟ ଅଗ୍ରଗତି କରିବା ପାଇଁ  ସାହାଯ୍ୟକାରୀ ଲୋକମାନେ ସହାୟତା କରିବେ । ଶିକ୍ଷାର୍ଥୀ ମାନେ ପଥ ଭ୍ରଷ୍ଟ ହୋଇ ପାରନ୍ତି । ବିବାଦୀୟ ଘଟଣାରେ ପ୍ରତିଦ୍ୱନ୍ଦିତା କ୍ରମଶଃ ବୃଦ୍ଧି ପାଇବ।   ଇଲୋକ୍ଟ୍ରୋନିକ ସାମଗ୍ରୀ କିଣି ପାରନ୍ତି 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର –  ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ
ମକର-
ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ । ଦୃଢ଼ ମନୋବଳ ଓ କାର‌୍ୟ୍ୟଦକ୍ଷତା କର୍ମକ୍ଷେତ୍ରରେ ଲୋକପ୍ରିୟତା ସୃଷ୍ଟି କରିବ ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି । ଭାବପ୍ରବଣତାବଶତଃ ବର୍ତ୍ତମାନ ପରିସ୍ଥିତିରେ ଅନ୍ୟମାନଙ୍କ ସହ ଶତ୍ରୁତା କଲେ କ୍ଷତିରେ ପଡ଼ିବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା  ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ଦେହ ଭଲ ରହିଲେ ମଧ୍ୟ ମୁଣ୍ଡ ରୋଗରେ କଷ୍ଟ ପାଇବେ । ଦୂରଯାତ୍ରା ସଫଳ ହେବ ଓ ଲକ୍ଷ୍ୟ ହାସଲରେ ସମର୍ଥ ହୋଇପାରିବେ । ଆଜି ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇପଡ଼ିବ । ପରିସ୍ଥିତିବଶତଃ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜାର୍ଚ୍ଚନା କରନ୍ତୁ 
ମୀନ-
ପରିବାର ଓ ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇ ପାରନ୍ତି । ସମସ୍ୟା ରହିଥିଲେ ମଧ୍ୟ କାମ ହାସଲ ପାଇଁ ପ୍ରତିବନ୍ଧକ ସାଜିବ ନାହିଁ। ମାଲିମକଦ୍ଦମାରେ ବିଜୟ ଓ ଶତ୍ରୁଙ୍କୁ ପରାସ୍ତ କରିବାରେ ସହାୟକ ହେବେ 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବିଷ୍ଣୁ ସାହସ୍ରନାମା  ପାଠ କରନ୍ତୁ 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ