ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
by Argus News
Mon, Sep 16 | 9:55 p.m.

ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଅହମ୍ମଦାବାଦ ଓ ଭୁଜଙ୍କୁ ସଂଯୋଗ କରୁଥିବା ଦେଶର ପ୍ରଥମ ନମୋ ଭାରତ ରାପିଡ ରେଲକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ।

ପଶ୍ଚିମ ରେଲୱେ ପାଇଁ ଏହା ଗୌରବ ହୋଇଛି । ଅହମଦାବାଦ-ଭୁଜ ନମୋ ଭାରତ ରାପିଡ ରେଲ ୯ଟି ଷ୍ଟେସନରେ ରହିବ। ଏହି ମେଟ୍ରୋ ୫ ଘଣ୍ଟା ୪୫ ମିନିଟରେ ୩୬୦ କିମି ଦୂର ଯାତ୍ରା କରିବ । ଭୁଜରୁ ସକାଳ ୫.୦୫ରେ ଟ୍ରେନ ଛାଡି ସକାଳ ୧୦ଟା ୩୦ରେ ଅହମଦାବାଦରେ ପହଞ୍ଚିବ । ଯାତ୍ରୀଙ୍କୁ ଏହି ସେବା ନିୟମିତ ଭାବେ ଆସନ୍ତାକାଲିଠାରୁ ମିଳିବ । ଏଥିପାଇଁ ଯାତ୍ରୀଙ୍କୁ ୪୫୫ ଟଙ୍କା ଭଡ଼ା ଦେବାକୁ ପଡ଼ିବ ।

ପ୍ରଥମ ଟେଷ୍ଟ
ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ
ନୂଆଦିଲ୍ଲୀ: ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟର ଟକ୍କର । ରୋହିତ ଶର୍ମାଙ୍କ ନେତୃତ୍ବର
ମଙ୍କିପକ୍ସ
ଭାରତରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଭାରତରେ ଆଉଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ଘର କେରଳରେ । ସେ କିଛି ଦିନତଳେ ୟୁଏଇରୁ ଫେରିଛନ୍ତି । ତାଙ୍କୁ ଆଇସୋଲେସନରେ ରଖ
ଚନ୍ଦ୍ରଯାନ
ଚନ୍ଦ୍ରଯାନ ୪ର ମିଶନ ପାଇଁ କେନ୍ଦ୍ର କ୍ୟାବିନେଟ୍‌ର ମଂଜୁରୀ
ନୂଆଦିଲ୍ଲୀ: ମହାକାଶରେ ଆହୁରି ଶକ୍ତିଶାଳୀ ହେବ ଭାରତ । ଚନ୍ଦ୍ରଯାନ ୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମିଳିଛି ମଂଜୁରୀ । ବହୁ ପ୍ରତିକ୍ଷୀତ ଏହି ମିଶନ ପାଇଁ ୨୧୦୪କୋଟି ଟଙ୍କା ବ୍ୟ