ଘୋଷଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ
by Argus News
Sat, Apr 20 | 10:18 a.m.

ପୁରୀ: ଆଜି ବସିବ ଚଳିତବର୍ଷ ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ । ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି । ପୁରୀ ପୌରସଦନରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ବସିବ ପ୍ରଥମ ରଥ ସମନ୍ବୟ କମିଟି ବୈଠକ । ବୈଠକରେ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ସେମାନଙ୍କ ବିଭାଗର ଆକ୍ସନ ପ୍ଲାନ ରିପୋର୍ଟ ଦାଖଲ କରିବେ । ପୂର୍ବରୁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଦୁଇଦୁଇ ଥର ହୋଇଥିବା ପ୍ରସ୍ତୁତି ବୈଠକରେ ସବୁ ଅଧିକାରୀଙ୍କୁ  ଡେଡ୍ ଲାଇନ ଦିଆଯାଇଥିଲା । 

ପ୍ରଶାସନିକ ସ୍ତରରେ ବୈଠକକୁ ନେଇ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ବାସ୍ତବିକ ବିଭାଗୀୟ ଅଧିକାରୀମାନେ ସେତେଟା ତତ୍ପରତା ଦେଖାଇନାହାନ୍ତି । ରାସ୍ତା ମରାମତି, ନାଳ ସଫା, ବିଦ୍ୟୁତ ଇତ୍ୟାଦିର ଅବ୍ୟବସ୍ଥା ଏବେବି ପରିଲକ୍ଷିତ ହେଉଛି । ତେଣୁ ଏସବୁ ଭିତରେ ଆଗକୁ ରଥଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ବିଭାଗ ଗୁଡିକ କେତେ ସକ୍ରିୟ ଅଛନ୍ତି ତାହାର ଆକ୍ସନ ପ୍ଲାନ, ରିପୋର୍ଟ ଦାଖଲ ପରେ ସ୍ପଷ୍ଟ ହେବ । 

ସମନ୍ବୟ ବୈଠକରେ ଜିଲ୍ଲାପାଳ, ଏସପି,  ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ, ସେବାୟତ, ବୁଦ୍ଧିଜୀବୀ ଏବଂ ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ରହିବେ ।

ଆହୁରି ପଢନ୍ତୁ ଓଡିଶା ଖବର...

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ