ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
by Argus News
Thu, Sep 19 | 8:30 p.m.

ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦୦ ବନ୍ୟା ବିପନ୍ନ। ପାଣିଘେରରେ ଥିବା ଲୋକଙ୍କୁ ଉଦ୍ଧାର କରିଛନ୍ତି ଓଡ୍ରାଫ ଟିମ୍ ସମେତ ଅଗ୍ନିଶମ କର୍ମଚାରୀ ,ଅନ୍ୟପଟେ ବାଲେଶ୍ବର ସାଂସଦ ପ୍ରତାପ ଷଡଙ୍ଗୀ ବାଲିଆପାଳ ବ୍ଲକର  ଗାଁ ଗୁଡିକ ବୁଲି ଦେଖିବା ସହ ଶୁଖିଲା ଖାଦ୍ୟ ବାଣ୍ଟିଛନ୍ତି ଲୋକ ମାନଙ୍କର ସୁଖ ଦୁଃଖ ପଚାରି ବୁଝିଛନ୍ତି । ଆଜି ୮ଟି ପଂଚାୟତ ରେ ସ୍କୁଲ ଓ ବାତ୍ୟା ଆଶ୍ରୟ ସ୍ଥଳୀରେ ରହୁଥିବା  ଲୋକଙ୍କୁ ପ୍ରଶାସନ ତରଫରୁ  ରନ୍ଧାଖାଦ୍ୟ ମଧ୍ୟ ଯୋଗାଇ ଦିଆଯାଇଛି । ଜଳ ବନ୍ଦୀରେ ରେ ଥିବା ଲୋକଙ୍କୁ ଚୁଡା ,ବିସ୍କୁଟ ,ଗୁଡ଼ ଓ ପାଣି ଯୋଗାଇ ଦିଆଯାଇଛି l ସ୍ଵାସ୍ଥ ବିଭାଗ ତରଫରୁ ଅସ୍ଥାୟୀ ଶିବିର କରି ଲୋକଙ୍କୁ ଚିକିତ୍ସା ଯୋଗାଇ ଦିଆଯାଇଛି ।ବନ୍ୟା ପ୍ରଭାବିତ ଅଞ୍ଚଳ ଉପରେ ତୀକ୍ଷିଣ ନଜର ରଖିଛି ଜିଲ୍ଲା ପ୍ରଶାସନ। ସୁବର୍ଣ୍ଣରେଖା ଓ ବୁଡାବଳଙ୍ଗ ଓ ଜଳକାରେ ଜଳ ସ୍ତର କମୁଥିବାବେଳେ ସ୍ଥିତି ନିୟନ୍ତ୍ରଣକୁ ଆସୁଛି


 

ବାଲେଶ୍ବର ବନ୍ୟା
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ