ଆହୁରି ୪ ଦିନ ଜାଳିବ ତାତି...
by Argus News
Sat, Apr 27 | 7:40 a.m.

ଅର୍ଗସ ବ୍ୟୁରୋ:  ଆଗାମୀ 4 ଦିନ ଯାଏଁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଗ୍ରୀଷ୍ମ ପ୍ରବାହ ପାଇଁ ରାଜ୍ୟର ଅଧିକାଂଶ ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି। ଉତ୍ତର ଆଭ୍ୟନ୍ତରୀଣ, ଉପକୂଳ ଓଡ଼ିଶା ସମେତ ରାଜ୍ୟର ଅଧିକାଂଶ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଆଭ୍ୟନ୍ତରୀଣ ଓଡିଶାରେ ୪୫ କିମ୍ବା ତାଠୁ ଅଧିକ ତାପମାତ୍ରା ରେକର୍ଡ ହେବାର ସମ୍ଭାବନା ରହିଛି। ଦିନ ୧୧ ରୁ ୩ ଟା ଭିତରେ ବାହାରକୁ ବାହାରିଲେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦେଇଚି ପାଣିପାଗ ବିଭାଗ। ସେହିପରି ଆଗାମୀ ୨ ଦିନ ପାଇଁ ଦକ୍ଷିଣ ଓଡ଼ିଶା ସମେତ ଆଖପାଖ ଅଞ୍ଚଳରେ ବର୍ଷା ର ସମ୍ଭାବନା ରହିଛି। କୋରାପୁଟ , ମାଲକାନଗିରି, ଗଞ୍ଜାମ , ଗଜପତି, ଖୋର୍ଦ୍ଧା ର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ବର୍ଷା ହୋଇପାରେ । ପଶ୍ଚିମ ଦିଗରୁ ଶୁଷ୍କ ପବନ ପ୍ରବାହିତ ହେଉଛି ଯାହା ଫଳରେ ଗରମ ବଢୁଥିବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଅଧିକ ପଢ଼ନ୍ତୁ ଓଡିଶା ଖବର: 
 

HELICOPTER CARRYING
କୁହୁଡ଼ି ଓ ଖରାପ ପାଗ ଏହି ଦୁର୍ଘଟଣାର କାରଣ ବୋଲି କୁହାଯାଉଛି
ଅର୍ଗସ ବ୍ୟୁରୋ : ଇରାନରେ ଘଟିଲା ବଡ଼ ଦୁର୍ଘଟଣା । ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି, ଏହା ପରେ ଜରୁରୀକାଳୀ
ରୋଡ ସୋ'
ରାଜଭବନରେ ପ୍ରଧାନମନ୍ତ୍ରୀ, କାଲି ମୋଦିଙ୍କ ରୋଡ ସୋ'
ଭୁବନେଶ୍ୱର: ରାଜଭବନ ଅଭିମୁଖେ ପ୍ରଧାନମନ୍ତ୍ରୀ। ପରିଚାଳନା କମିଟି ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ କରି ରାଜଭବନରେ ଅଭିମୁଖେ ଯାଉଛନ୍ତି ମୋଦି। ରାଜଭବନରେ ରାତ୍ରୀଯାପ
PM MODI
ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍ୟ ମାନଙ୍କ ସହ କଲେ ଆଲୋଚନା
ଅର୍ଗସ ବ୍ୟୁରୋ : ଗୁରୁ ମନ୍ତ୍ର ବି ଦେଲେ ମୋଦି । ରାଜ୍ୟ ବିଜେପିର ନିର୍ବାଚନ ପରିଚାଳନା କମିଟିର ସଦସ୍ୟ ମାନଙ୍କ ସହ ବୈଠକ କଲେ ପ୍ରଧାନମନ୍ତ୍ରୀ । ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍