ସେବାୟତଙ୍କ ଦ୍ୱାରା ମହିଳା ବିଦେଶୀ ପର୍ଯ୍ୟଟକ ହେଲେ ଚିହ୍ନଟ
by Argus News
Sat, Mar 23 | 3:16 p.m.

ଅର୍ଗସ ବ୍ୟୁରୋ : ପୁଣି ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ଉପରେ ଉଠିଲା ପ୍ରଶ୍ନ । ପୁଣି ସୁରକ୍ଷାକର୍ମୀଙ୍କ ଅବହେଳା ପଦାରେ ପଡିଛି ।  କିଛିଦିନ ପୂର୍ବରୁ ୪ ଜଣ ଅଣହିନ୍ଦୁ ଶ୍ରୀମନ୍ଦିରରେ ପ୍ରବେଶ କରିଥିବା ବେଳେ ଆଜି ପୁର୍ନବାର ପୁରୀ ଶ୍ରୀମନ୍ଦିର ଭିତରେ ଜଣେ  ମହିଳା ବିଦେଶୀ ପର୍ଯ୍ୟଟକ ପ୍ରବେଶ କରିଛନ୍ତି । ତେବେ ସମ୍ପୃକ୍ତ ଅଣହିନ୍ଦୁ ମହିଳା ଜଣକ ବାଇଶିପାହାଚ ଦେଇ ଯାଉଥିବା ବେଳେ ସେବାୟତଙ୍କ ଦ୍ୱାରା ଚିହ୍ନଟ ପରେ ସିଂହଦ୍ଵାର ଥାନାରେ ଅଟକ ରଖାଯାଇଥିଲା ।  

ମହିଳା ବିଦେଶୀ ପର୍ଯ୍ୟଟକ ଜଣଙ୍କ ପୋଲାଣ୍ଡ ନାଗରିକ ହୋଇଥିବା ବେଳେ ସେ ଶ୍ରୀମନ୍ଦିର ଭିତରକୁ କେଉଁ କାରଣ ହେତୁ ପ୍ରବେଶ କଲେ ସେ ନେଇ ପୋଲିସ ଅଧିକ ଅନୁସନ୍ଧାନ କରୁଅଛି । ତେବେ ବିଦେଶିନୀଙ୍କ ସହିତ ଅନ୍ୟ ଜଣେ ଯୁବକ ମଧ୍ୟ ଯାଇଥିବା ବେଳେ ତାଙ୍କ ମଧ୍ୟ ପୋଲିସ ଅଟକ ରଖିଛି । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ବାଇଶିପାହାଚ ନିକଟରୁ ବିଦେଶୀନି ଜଣଙ୍କୁ ସେବାୟତ ଓ ପୋଲିସ କର୍ମଚାରୀ ମାନେ ଉଦ୍ଧାର କରିଥିବା ବେଳେ ସେ ଏକ ଦଳ ସହ ଶ୍ରୀମନ୍ଦିର ଭିତରକୁ ପଶି ଯାଇଥିବା ଜଣାପଡିଛି । ତେବେ ତାଙ୍କର ପାସପୋର୍ଟ ଯାଞ୍ଚ କରାଯାଉଥିବା ବେଳେ ସଂପୃକ୍ତ ବିଦେଶିନୀ ଜଣଙ୍କ ୨୦୨୩ରେ ମଧ୍ୟ  ଭାରତକୁ ଆସିଥିବା ଅତିରିକ୍ତ ଏସପି ସୁଶୀଲ ମିଶ୍ର ସୂଚନା ଦେଇଛନ୍ତି ।

SHREE MANDIR
ଅନ୍ଧାରରେ ଶ୍ରୀମନ୍ଦିର, ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ
ଅର୍ଗସ ବ୍ୟୁରୋ : ଅନ୍ଧାରରେ ଶ୍ରୀମନ୍ଦିର । ଅନ୍ଧାରରେ ଶ୍ରଦ୍ଧାଳୁ । ପ୍ରାୟ ୧୫ ମିନିଟ୍ ଲାଇନ୍ କଟିବା ଯୋଗୁଁ ଶ୍ରୀମନ୍ଦିର ଭିତରେ ଅନ୍ଧାର । ପାୱର ଟ୍ରିପ୍ ଯୋଗୁଁ ଅନ୍ଧାର ହୋଇଥିବା ସୂଚନା
AAP LEADER
ମନୀଷ ସିସୋଦିଆଙ୍କ ବିଚାର ବିଭାଗୀୟ ହାଜତ ମେ’ ୨୧ ପର୍ଯ୍ୟନ୍ତ ବୃଦ୍ଧି
ଅର୍ଗସ ବ୍ୟୁରୋ : ମନୀଷ ସିସୋଦିଆଙ୍କ ନ୍ୟାୟିକ ହେପାଜତ ଅବଧି ବୃଦ୍ଧି । ଦିଲ୍ଲୀ ମଦ ଦୁର୍ନୀତି ମାମଲା ମାମଲାରେ ଗିରଫ ସିସୋଦିଆଙ୍କ ଜେଲ୍ ଅବଧି ମେ ୨୧ ଯାଏ ବୃଦ୍ଧି କରିଛନ୍ତି କୋର୍ଟ
BJP
ବିଜେପି ପ୍ରାର୍ଥୀଙ୍କୁ ପଦ୍ମ ଫୁଲରେ ଭୋଟ୍ ଦେବା ପାଇଁ କଲେ ନିବେଦନ
ଅର୍ଗସ ବ୍ୟୁରୋ : ଦେବଗଡ ସମେତ ଓଡ଼ିଶାରେ ରେଳ ଲାଇନ କାମରେ ଜମି ଅଧିଗ୍ରହଣରେ ରାଜ୍ୟ ସରକାର ବାଧକ ସାଜିଛନ୍ତି । ଓଡ଼ିଶାରେ ବିଜେପି ସରକାର ଆସିଲେ ଜମି ଅଧିଗ୍ରହଣ ସମସ୍ୟା ରହିବ ନାହିଁ । ଏଠାର