ଏଣିକି ସରକାରୀ ଭାଷା ଆଇନକୁ ଅକ୍ଷରେ ଅକ୍ଷରେ ପାଳନ କରାଯିବ
by Argus News
Thu, Jul 04 | 5:46 p.m.

ଭୁବନେଶ୍ୱର: ତୃତୀୟ ମହଲାରେ ପାଦ ରଖୁ ରଖୁ ବଡ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଓଡିଆ ଅସ୍ମିତାକୁ ଦେଲେ ଗୁରୁତ୍ୱ । ଏଣିକି ଓଡିଆ ଭାଷାରେ ହେବ ରାଜ୍ୟର ପରିଚାଳନା । ଏଥିପାଇଁ ସରକାରୀ ଭାଷା ଆଇନକୁ ଅକ୍ଷରେ ଅକ୍ଷରେ ପାଳନ କରାଯିବ । ଦରକାର ପଡିଲେ ଏଥିରେ ଆବଶ୍ୟକ ପରିବର୍ତ୍ତନ କରାଯାଇ ଆହୁରି ସଶକ୍ତ କରାଯିବ । ଓଡିଆ ଭାଷାରେ ସମସ୍ତ ସରକାରୀ କାର୍ଯ୍ୟ ହେବ। ଆଜି ତୃତୀୟ ମହଲାରେ ବିଜେପିର ପ୍ରଥମ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କାର୍ଯ୍ୟ ଆରମ୍ଭ କରିବା ସହ ଏହି ବଡ ଘୋଷଣା କରିଛନ୍ତି । 

22 ଦିନ ପରେ ଆଜି ତୃତୀୟ ମହଲାରେ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଜିଠୁ ଲୋକସେବା ଭବନର ତୃତୀୟ ମହଲା ହୋଇଛି ମୁଖ୍ୟମନ୍ତ୍ରୀଙ୍କ ବିଧିବଦ୍ଧ କାର୍ଯ୍ୟାଳୟ । 22 ଦିନ ହେଲା ରାଜ୍ୟ ଅତିଥି ଭବନରେ ଚାଲିଥିଲା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ । ଲୋକସେବା ଭବନ ପରିସରରେ ମୁଖ୍ୟମନ୍ତ୍ରୀଙ୍କ ସ୍ୱାଗତ ପାଇଁ ବିଶେଷ ଆୟୋଜନ କରାଯାଇଥିଲା । ରଙ୍ଗବେରଙ୍ଗ ଫୁଲରେ ଲୋକସେବା ଭବନକୁ ସଜାଯାଇଥିଲା ।  ବିଭିନ୍ନ ବିଭାଗର ମନ୍ତ୍ରୀ ଓ ସଚିବ ମୁଖ୍ୟମନ୍ତ୍ରୀଙ୍କ ସ୍ୱାଗତ କରିଥିଲେ । 

ମନ୍ତ୍ର ଧ୍ୱନିରେ କମ୍ପିଲା ତୃତୀୟ ମହଲା 

ମୁଣ୍ଡିଆ ମାରି ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ ସ୍ୱାଗତର ଦୃଶ୍ୟ କିଛି ଏମିତି ଥିଲା । ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠକୁ ଫୁଲରେ ସୁନ୍ଦର ଭାବରେ ସଜାଯାଇଥିଲା । ପୂଜାର୍ଚ୍ଚନା କରାଯାଇଥିଲା । ମୁଖ୍ୟମନ୍ତ୍ରୀ ପହଞ୍ଚିବା କ୍ଷଣି ପୁଷ୍ପଗୁଚ୍ଛ ଦେଇ ବିଭିନ୍ନ ବିଭାଗର ମନ୍ତ୍ରୀ ଓ ସଚିବ ମୁଖ୍ୟମନ୍ତ୍ରୀଙ୍କ ସ୍ୱାଗତ କରିଥିଲେ । ଆଉ ମୁଖ୍ୟମନ୍ତ୍ରୀ ଲୋକସେବା ଭବନକୁ ମୁଣ୍ଡିଆ ମାରି ପ୍ରବେଶ କରିଥିଲେ । ଯେଉଁ ଚାମ୍ବରରେ ନବୀନ ବସୁଥିଲେ ସେହି ଚାମ୍ବରରେ ବସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କେବଳ ଟେବୁଲ ଆଉ ଚେୟାରର ଦିଗ ବଦଳିଛି ।  
ଅନ୍ୟପଟେ ଲୋକସେବା ଭବନରେ କାର୍ଯ୍ୟ ଆରମ୍ଭ କରିବା ସହ ଓଡିଆ ଭାଷା ପ୍ରତିଷ୍ଠାନର ପୁନର୍ଗଠନ ହେବା ନେଇ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଓଡିଆ ଭାଷାର ବ୍ୟାପକ ବ୍ୟବହାରକୁ ସହଜ, ସରଳ ଓ ସୁଗମ କରିବା ପାଇଁ ଉପଯୁକ୍ତ ବୈଷୟିକ ଜ୍ଞାନକୌଶଳନ ପ୍ରୟୋଗ କରାଯିବ । ଏଥିସହ ତାଙ୍କ ପାଖରେ ଉପସ୍ଥାପିତ ହେବାକୁ ଥିବା ସବୁ ନଥିପତ୍ରକୁ ଓଡିଆରେ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । 

ଓଡିଆ ଭାଷା ଓ ସାହିତ୍ୟର ପ୍ରସାର ପାଇଁ ଅନୁବାଦ ଏକାଡେମୀ ପ୍ରତିଷ୍ଠା ହେବ । ଓଡିଆ ଭାଷା ଭବନ ଅସ୍ମିତା ଭବନ ନିର୍ମାଣ କରାଯିବ । ଭାଷା କମିଶନ ଗଠିତ ହେବ । ଓଡିଆ ଅସ୍ମିତାର ପ୍ରତିଷ୍ଠା, ଅଭିବୃଦ୍ଧି, ସଂରକ୍ଷଣ ଓ ପ୍ରସାରକୁ ଦିଆଯିବ ଗୁରୁତ୍ବ । ଓଡିଆ ଭାଷା ଉପରେ ଗୁଣାତ୍ମକ ଗବେଷଣାକୁ ପ୍ରୋତ୍ସାହିତ କରାଯିବ । ଓଡିଶାରେ ପଠନ ଅଭ୍ୟାସ ବୃଦ୍ଧି ଓ ଲାଇବ୍ରେରୀ । ଆନ୍ଦୋଳନକୁ ବ୍ୟାପକ ଓ ବ୍ୟବସ୍ଥିତ କରାଯିବ । ସାହିତ୍ୟ, ସଙ୍ଗୀତ, ନାଟକ ଓ ଲଳିତ କଳା ଏକାଡେମୀର ପୁନର୍ଗଠନ ଓ କାର୍ଯ୍ୟକ୍ଷମତା ବୃଦ୍ଧି ପାଇଁ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । 


 

ଭବିଷ୍ୟବାଣୀ
ଡରାଇଲାଣି ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ...
ନୂଆଦିଲ୍ଲୀ: ପୁଣି ସାମ୍ନାକୁ ଆସିଲା ବାବା ଭେଙ୍ଗାଙ୍କ ସାଙ୍ଘାତିକ ଭବିଷ୍ୟବାଣୀ । ଏ ଭବିଷ୍ୟବାଣୀ ଶୁଣିଲା ପରେ ପୁରା ବିଶ୍ଵରେ ହଇଚଇ ସୃଷ୍ଟି ହେଲାଣି । କାରଣ ବାବା କହିଛନ୍ତି
ଜନସମୁଦ୍ର
ଜଗା ପାଇଁ ଜନସମୁଦ୍ର...
ପୁରୀ : ଆଜି ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା । ଜନସମୁଦ୍ର ହୋଇ ଉଠିଛି ବଡଦାଣ୍ଡ। ଛୁଟିଛି ଭକ୍ତଙ୍କ ସୁଅ। ଜଗାର ରଥଯାତ୍ରା ଦେଖିବା ପାଇଁ ଦୂରଦୂରାନ୍ତରୁ ଆଗମ
ରଥ
ତୁଳସୀ କାଠ ଓ ଫାଇବରରେ ନିର୍ମିତ ଗୋଟିଏ ଇଞ୍ଚ୍ ର ରଥ
ଭଦ୍ରକ: ତୁଳସୀ କାଠ ଓ ଫାଇବର ଗୋଟିଏ ଇଞ୍ଚ୍ ର ରଥ। ଏହି ରଥକୁ ନିର୍ମାଣ କରିଛନ୍ତି ଭଦ୍ରକ ଜିଲ୍ଲା ଧାମନଗର ଅଞ୍ଚଳର ଜଣାଶୁଣା ଶିଳ୍ପୀ ଗୋପାଲ ସାମଲ। ତିନୋଟି ରଥ ନିର୍ମାଣ