ପୋଲିସର ଚଢ଼ାଉ, ହଜାର ହଜାର ଗଞ୍ଜେଇ ଗଛ ନଷ୍ଟ
by Argus News
Thu, Dec 07 | 1:10 p.m.

ଅର୍ଗସ ବ୍ୟୁରୋ: ବୌଦ୍ଧ ଜିଲ୍ଲା ମନମୁଣ୍ଡା ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ବ୍ୟାପକ ଗଞ୍ଜେଇ ଗଛ ନଷ୍ଟ କରାଯାଇଛି । ମନମୁଣ୍ଡା ପୋଲିସର ଏକ ଟିମ୍ ମନମୁଣ୍ଡା ଥାନା ଶଗଡା ଫାଣ୍ଡି ଅଧିନ ଭରୁଆ ଗ୍ରାମ ନିକଟ ଜଙ୍ଗଲରେ ଚଢ଼ାଉ କରି ବେଆଇନ ଭାବରେ ଚାଷ ହୋଇଥିବା ହଜାର ହଜାର ଗଞ୍ଜେଇ ଗଛକୁ କାଟି ପୋଡ଼ି ନଷ୍ଟ କରିଛି। ଜଙ୍ଗଲର 21ଏକର ପରିମିତ ଜାଗାରେ ବେଆଇନ ଭାବରେ ଚାଷ ହୋଇଥିବା ଖବର ପାଇ  ସେଠାରେ ପହଞ୍ଚି ପୋଲିସ 32ହଜାର  ଗଞ୍ଜେଇ ଗଛକୁ କାଟି ପୋଡ଼ି ସଂପୂର୍ଣ୍ଣ ନଷ୍ଟ କରିଦେଇଛି । ନଷ୍ଟ ଗଞ୍ଜେଇ ଗଛର ଆନୁମାନିକ ବଜାର ମୂଲ୍ୟ ୧କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେବ ବୋଲି ପୁଲିସ ପକ୍ଷରୁ ସୂଚନା ମିଳିଛି । ଏହାସହ ପୋଲିସ ଅଧିକ ତଦନ୍ତ ଜାରି ରଖିଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ