ଗଡ଼ିଲା ମୁଣ୍ଡ : ଘରେ ଶୋଇଥିବା ସମୟରେ ଯୁବକଙ୍କୁ କଲେ ହତ୍ୟା
by Argus News
Sat, Apr 06 | 3:34 p.m.

ଅର୍ଗସ ବ୍ୟୁରୋ :  ଗଞ୍ଜାମରେ ପୁଣି ଗଡ଼ିଲା ମୁଣ୍ଡ । ପୁରୁଷୋତ୍ତମପୁର ଥାନା ପାଣ୍ଡିଆ ପନ୍ଦରା ସାହିରେ ଘଟିଛି ବିଭତ୍ସ ହତ୍ୟାକାଣ୍ଡ । ଘରେ ଶୋଇଥିବା ସମୟରେ ଯୁବକକୁ ମାରଣାସ୍ତ୍ରରେ ହାଣି ହତ୍ୟା କରିଛନ୍ତି ଦୁର୍ବୁତ୍ତ । ମୃତକ ସେହି ଗ୍ରାମର ମୁରଲୀ ବାଡ଼ତ୍ୟା । ଗତ ରାତିରେ ମୁରଲୀ ଘରେ ସୋଇଥିବା ବେଳେ ତାଙ୍କ ବାପା ବାରଣ୍ଡାରେ ସୋଇଥିଲେ ।

ଅଧିକ ପଢନ୍ତୁ ଓଡ଼ିଶା ଖବର

ସୂଚନା ଅନୁସାରେ, ମୁରଲି ଘରେ ଶୋଇଥିବା ବେଳେ ତାଙ୍କ ବାପା ବାରଣ୍ଡାରେ ଶୋଇଥିଲେ । ତେବେ ବାପା ପାଣି ପିଇବା ଲାଗି ଘର ଭିତରକୁ ଯାଇଥିବା ବେଳେ ପୁଅ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଥିବା ଦେଖିବାକୁ ପାଇଥିଲେ । ତୁରନ୍ତ ପୁଅକୁ ଚିକିତ୍ସା ଲାଗି ହିଞ୍ଜିଳି ଡାକ୍ତରଖାନାକୁ ନେଇଥିଲେ । ଡାକ୍ତର ସେଠାରେ ମୁରଲିଙ୍କୁ ମୃତ ଘୋଷଣା କରିଥିଲେ । ପୁରୁଷୋତ୍ତମପୁର ପୋଲିସ ଘଟଣାର ତଦନ୍ତ କରୁଛି । ତେବେ ହତ୍ୟାକାଣ୍ଡର ପ୍ରକୃତ କାରଣ ଜଣାପଡିନାହିଁ । 

ପୋଲିସ
ପୋଲିସର ବର୍ରରତା, ମହିଳାଙ୍କ ଉପରେ ଲାଠିଚାର୍ଜ ସହ ଗୁଳିମାଡ
ବୌଦ୍ଧ : ଭୋଟ୍ ବିବାଦ । ପୋଲିସ ଜନତା ମୁହାଁମୁହିଁ । ବୌଦ୍ଧ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ମହେଶ୍ବରପିଣ୍ଡାରେ ପୋଲିସର ବର୍ବର ଗୁଳି ଚାଳନା । ଗାଁ ଲୋକ କଲେ ପୋଲିସ ଉପରକୁ ପଥରମାଡ଼
ସମ୍ବିଧାନ ମୁଖବନ୍ଧରେ
ସମ୍ବିଧାନ ମୁଖବନ୍ଧରେ ଅହିଂସା ଦାବି କରୁଥିବା ଦଳ, ଘଟାଉଛି ରାଜରାସ୍ତାରେ ହିଂସା
ଅର୍ଗସ ବ୍ୟୁରୋ: ବିଜେଡି ସାଜିଛି ରକ୍ତମୁଖା। ନିର୍ବାଚନକୁ ନେଇ ଗଡିଲା ମୁଣ୍ଡ। ରାଜନୈତିକ ହିଂସାର ଶିକାର ନିରୀହ ଲୋକ । ବରଗଡ଼ରେ ବିଜେଡି ଗୁଣ୍ଡାଙ୍କ ଶିକାର ହୋଇଛନ୍ତି ଜଣେ ଅଟୋ ଚାଳକ
ସମ୍ଭାବ୍ୟ ବାତ୍ୟାକୁ
ସମ୍ଭାବ୍ୟ ବାତ୍ୟାକୁ ନେଇ ମତ୍ସଜୀବୀଙ୍କ ପାଇଁ ଜାରି ହେଲା ସତର୍କ ସୂଚନା
ଅର୍ଗସ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମ୍ଭାବ୍ୟ ବାତ୍ୟାକୁ ନେଇ ଓଡିଶା ସରକାରଙ୍କ ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ସତର୍କ ସୂଚନା ଜାରି କରିଛନ୍ତି । ଆଜି ପୂର୍ବାହ୍