ସନ୍ଧ୍ୟା ୬ଟାରୁ ରାତି ୯ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ 
by Argus News
Wed, Jul 24 | 11:53 a.m.

ଭୁବନେଶ୍ୱର:  ଆଜି ତିନିଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ । ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ  । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ  ।

ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଆଦି ଯୋଗାଇ ଦିଆଯାଇଛି।  ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ  । ଏହା ଏକ ଗୁପ୍ତ ସେବା ନିତି ହୋଇଥିବାରୁ ଆପାତତଃ ସନ୍ଧ୍ୟା ୬.୦୦ ଟାରୁ ରାତି ୯.୦୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ରାତି ୯ଟା ପରେ ସ୍ବାଭାବିକ ହେବ ଦର୍ଶନ।  ଏନେଇ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି।

ଅଧିକ ପଢନ୍ତୁ ଓଡ଼ିଶା ଖବର 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା