ଅର୍ଗସ ବ୍ୟୁରୋ: ରାଜ୍ୟରେ ଖୁବଶୀଘ୍ର କାର୍ଯ୍ୟକାରୀ ହେବ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା । ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ହେବ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ। ଲୋକସେବା ଭବନରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥାର ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ ଏନେଇ ଘୋଷଣା କରିଛନ୍ତି ।
ଯୋଜନାରେ ମୋଟ ୬ ହଜାର ୭୯୪ଟି ବିଦ୍ୟାଳୟ ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଛି । ବିଦ୍ୟାଳୟ ଗୁଡିକରେ ପିଲାମାନଙ୍କ ପାଇଁ ଆଦର୍ଶ ଶିକ୍ଷା ପରିବେଶ ସୃଷ୍ଟି କରାଯିବ। ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ପାଇଁ ଉନ୍ନତ ଭିତ୍ତିଭୂମି ବିକାଶ ଉପରେ ଗୁରୁତ୍ୱ ଦେଉଛନ୍ତି ରାଜ୍ୟ ସରକାର।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର