ଖୁସି ଖବର: ୨୪ ଘଣ୍ଟାରେ କେରଳରେ ପହଞ୍ଚିବ ମୌସୁମୀ
by Argus News
Wed, May 29 | 6:54 p.m.

ଅର୍ଗସ ବ୍ୟୁରୋ: ଭାରତ ପାଇଁ ଆଶ୍ବସ୍ତିକର ଖବର। ଆସନ୍ତା ୨୪ ଘଣ୍ଟାରେ ମୌସୁମୀ କେରଳରେ ପହଞ୍ଚିବ। ଫଳରେ ଦେଶରେ ଜାରି ରହିଥିବା ଅସହ୍ୟ ତାତି ଲହରରୁ ମୁକ୍ତି ମିଳିବ। ଦିଲ୍ଲୀ-ଏନସିଆର ଏବଂ ରାଜସ୍ଥାନ ସମେତ ଅନେକ ରାଜ୍ୟରେ ତାପମାତ୍ରା ୪୮ ଡିଗ୍ରୀରେ ପହଞ୍ଚିଛି। ପ୍ରବଳ ଉତ୍ତାପକୁ ଦୃଷ୍ଟିରେ ରଖି ଦିଲ୍ଲୀ ଲେଫ୍ଟନାଣ୍ଟ ଗଭର୍ଣ୍ଣର ଭି.କେ ସକ୍ସେନା ମଧ୍ୟାହ୍ନ ୧୨ଟା ରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଶ୍ରମିକଙ୍କୁ କାମ ନ କରିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି। ଦିଲ୍ଲୀର ତାପମାତ୍ରା ୫୨.୩ ଡିଗ୍ରୀରେ ପହଞ୍ଚି ରେକର୍ଡ କରିଛି। ତେବେ ଏଥିରୁ ଲୋକଙ୍କୁ ଆଶ୍ବସ୍ତି ମିଳିବାକୁ ଯାଉଛି।

 

ଦେଶବାସୀ ଉତ୍ସାହର ସହିତ ମୌସୁମୀକୁ ଅପେକ୍ଷା କରିଛନ୍ତି। ଏହି ସମୟରେ ବର୍ଷା ସମ୍ପର୍କରେ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଇଏମଡି ସୂଚନା ଦେଇଛି ଯେ ମେ’ ୩୦ରେ ଦିଲ୍ଲୀ, ପଶ୍ଚିମ ଉତ୍ତରପ୍ରଦେଶ, ହରିୟାଣା, ପଞ୍ଜାବ ଏବଂ ରାଜସ୍ଥାନରେ ବର୍ଷା ହୋଇପାରେ। ଅନ୍ୟପଟେ ଜୁନ ଦ୍ବିତୀୟ ସପ୍ତାହରେ ମୌସୁମୀ ଓଡ଼ିଶା ଛୁଇଁବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। 
 

ଉଚ୍ଚ ଜୁଆର
16m ago
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି
ରାଇବଣିଆ ଅଞ୍ଚଳରେ
19m ago
ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡ
ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ