ଦିନିକିଆ ମୟୂରଭଞ୍ଜ ଗସ୍ତରେ ମହାମହିମ ରାଜ୍ୟପାଳ
by Argus News
Wed, Feb 21 | 11:04 a.m.

ଅର୍ଗସ ବ୍ୟୁରୋ: ଦିନିକିଆ ମୟୂରଭଞ୍ଜ ଗସ୍ତରେ ମହାମହିମ ରାଜ୍ୟପାଳ । ଶୁଳିଆପଦାର ବିଭିନ୍ନ ସ୍ଥାନରେ  ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ଶୁଣିଲେ ଲୋକଙ୍କ ଅଭିଯୋଗ। ମୟୂରଭଞ୍ଜ ଜିଲ୍ଲା ଗସ୍ତ ଅବସରରେ ରାଜ୍ୟପାଳ ରଘୁବର ଦାସ ଗତକାଲି ସନ୍ଧ୍ୟାରେ ବାରିପଦାରେ ପହଞ୍ଚି ବିଭିନ୍ନ ସ୍ଥାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ସକାଳୁ ଶୁଳିଆପଦା ବ୍ଲକର କୁଜିଡିହି ସ୍ଥିତ ଅଙ୍ଗନବାଡ଼ି କେନ୍ଦ୍ରରେ ପହଞ୍ଚି ଅଙ୍ଗନବାଡ଼ି କର୍ମୀଙ୍କ ଓ ଅଭିଭାବକଙ୍କ ସହ ପୋଷଣ ଯୋଜନା ସମ୍ପର୍କରେ ଆଲୋଚନା କରିଥିଲେ । 

ପରେ ବଡ଼ଢେଙ୍କିଆ ଗ୍ରାମରେ ପହଞ୍ଚି ଚାଷୀ ମାନଙ୍କ ସହ ସରକାରୀ ଯୋଜନାର ସଫଳ ରୂପାୟନ ନେଇ ଓ  ବିଭିନ୍ନ ସମସ୍ୟା ନେଇ ଆଲୋଚନା କରିଥିଲେ। ଜିଲ୍ଲାର ଜଳ ସେଚନ ବ୍ୟବସ୍ଥା କୁ ନେଇ ଚିନ୍ତା ପ୍ରକଟ କରିବା ସହ ଜିଲ୍ଲାର ବିଭିନ୍ନ ସ୍ଥାନରେ  ଜଳସେଚନ ବ୍ୟବସ୍ଥା କିପରି ହେଇ ପାରିବ ସେ ନେଇ ଜିଲ୍ଲା ପ୍ରଶାସନକୁ ତାଗିଦ୍ କରିବା ସହିତ ରାଜ୍ୟ ସରକାରଙ୍କୁ  ଏ ବାବଦରେ ଜଣେଇବା କଥା କହିଛନ୍ତି ମହାମହିମ ରାଜ୍ୟପାଳ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ