ସନରାଇଜର୍ସ ହାଇଦ୍ରାବାଦକୁ ୭ ଓ୍ବିକେଟରେ ପରାସ୍ତ କଲା ଗୁଜରାଟ ଟାଇଟନ୍ସ
by Argus News
Sun, Mar 31 | 7:44 p.m.

ଅର୍ଗସ ବ୍ୟୁରୋ: ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମଠାରେ ଚାଲିଥିବା ଆଇପିଏଲର-୨୦୨୪ର ଏକ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ୭ ଓ୍ବିକେଟରେ ପରାସ୍ତ କରିଛି ଗୁଜରାଟ ଟାଇଟନ୍ସ । ବିଜୟ ପାଇଁ ଗୁଜରାଟ ଆଗରେ ୧୬୩ ରନର ଲକ୍ଷ୍ୟ ଥିବାବେଳେ ଦଳ ତାହାକୁ ୧୯.୧ ଓଭରରେ ୩ ଓ୍ବିକେଟ ହରାଇ ହାସଲ କରିନେଇଥିଲା । ଦଳ ପକ୍ଷରୁ ସାଇ ସୁଦର୍ଶନ ୪୫ ରନ କରିଥିବାବେଳେ ଡେଭିଡ୍ ମିଲର ୪୪ ରନ କରିଥିଲେ । ଶୁଭମନ ଗିଲ୍ ୩୬ ରନ କରିଥିବାବେଳେ ରିଦ୍ଧିମାନ ଶାହା ୨୫ ରନ କରିଥିଲେ ।

ଏହି ମ୍ୟାଚରେ ହାଇଦ୍ରାବାଦ ଦଳ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ତେବେ ଦଳ ଆରମ୍ଭରୁ ନିୟମିତ ବ୍ୟବଧାନରେ ଓ୍ବିକେଟ ହରାଇ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଦଳର ଅଧିକାଂଶ ବ୍ୟାଟ୍ସମ୍ୟାନ ଭଲ ଆରମ୍ଭ କରିଥିଲେ ବି ବଡ଼ ସ୍କୋର କରିବାରେ ବିଫଳ ହୋଇଥିଲେ । ଅଭିଷେକ ଶର୍ମା ସର୍ବାଧିକ ୨୯ ରନ କରିଥିବାବେଳେ ଅବଦୁଲ ସମଦ ମଧ୍ୟ ୨୯ ରନ କରିଥିଲେ । ହେନରିକ କ୍ଲାସେନ ୨୪ ରନ କରିଥିବାବେଳେ ଶାହବାଜ ଅହମ୍ମଦ ୨୨ ରନ କରିଥିଲେ । ସେହିପରି ଟ୍ରାଭିସ ହେଡ୍ ୧୯ ରନ କରିଥିବାବେଳେ ଆଇଡେନ ମାର୍କରାମ ୧୭ ରନ କରିଥିଲେ । ଦଳ ୨୦ ଓଭରରେ ୮ ଓ୍ବିକେଟ ହରାଇ ୧୬୨ ରନ କରିଥିଲା । ଗୁଜରାଟ ପକ୍ଷରୁ ମୋହିତ ଶର୍ମା ସର୍ବାଧିକ ୩ଟି ଓ୍ବିକେଟ ନେଇଥିବାବେଳେ ଅଜମାତୁଲ୍ଲା, ଉମେଶ ଯାଦବ, ରସିଦ ଖାଁ, ନୁର ଅହମ୍ମଦ ଗୋଟିଏ ଲେଖାଏଁ ଓ୍ବିକେଟ ନେଇଥିଲେ। 

ଅଧିକ ପଢ଼ନ୍ତୁ କ୍ରୀଡ଼ା ଖବର 
 

ନିହଲପ୍ରସାଦ ନିକଟରେ
1m ago
ନିହଲପ୍ରସାଦ ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ୨ମୃତ
ଅର୍ଗସ ବ୍ୟୁରୋ: ଢ଼େଙ୍କାନାଳ ଜିଲ୍ଲା ନିହଲପ୍ରସାଦ ଥାନା ଅନ୍ତର୍ଗତ ଟୋଲରପଶି ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ
ଅମିତ ଶାହ
19m ago
ଆସନ୍ତା କାଲି ପରଜଙ୍ଗ ଆସୁଛନ୍ତି ଅମିତ ଶାହ , ବିଶାଳ ଜନସଭାକୁ କରିବେ ସମ୍ବୋଧନ
ଢେଙ୍କାନାଳ : ଆସନ୍ତା କାଲି ପରଜଙ୍ଗ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ବିଶାଳ ଜନସଭାକୁ କରିବେ ସମ୍ବୋଧନ |ତେବେ ପରଜଙ୍ଗ ନିର୍ବାଚନ ମଣ୍ଡଳୀ କଙ୍କଡାହାଡ଼ ବ୍ଲକର ବାଟ ଗା
ମତଦାନ
24m ago
ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ: ଦିନ ଗୋଟାଏ ସୁଦ୍ଧା ୩୫.୩୧ ପ୍ରତିଶତ
ଭୁବନେଶ୍ୱର: ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଚାଲିଛି ଭୋଟିଂ । ଦିନ ଗୋଟାଏ ସୁଦ୍ଧା ୩୫.୩୧ ପ୍ରତିଶତ ମତଦାନ । 5 ଲୋକସଭା ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର