ହରିୟାଣା ନିର୍ବାଚନ ; ସଂଧ୍ୟା ୬ଟା ସୁଦ୍ଧା ହୋଇଛି ୬୫ ପ୍ରତିଶତ ମତଦାନ
by Argus News
Sat, Oct 05 | 8:35 p.m.

ଅର୍ଗସ ବ୍ୟୁରୋ : ଶେଷ ହୋଇଛି ହରିୟାଣା ନିର୍ବାଚନ । ନିର୍ବାଚନ କମିଶନ ତଥ୍ୟ ଅନୁସାରେ ସଂଧ୍ୟା 6ଟା ସୁଦ୍ଧା ହୋଇଛି 65 ପ୍ରତିଶତ ମତଦାନ । ଗତ 1 ତାରିଖରେ ଜମ୍ମୁ କାଶ୍ମୀର ନିର୍ବାଚନ ଶେଷ ହେବା ପରେ ଆଜି ଗୋଟିଏ ପର୍ଯ୍ୟାୟରେ ହୋଇଥିଲା ହରିୟାଣାର 90 ଆସନରେ ମତଦାନ । ଆସନ୍ତା ୮ ତାରିଖରେ ହେବ ଭୋଟ ଗଣତି । ଚଳିତବର୍ଷ ନିର୍ବାଚନରେ ବିଜେପି ଓ କଂଗ୍ରେସ ମଧ୍ୟରେ ହୋଇଛି କଡ୍ଡା ଟକ୍କର । ବିଜେପି ହ୍ୟାଟ୍ରିକ ଲକ୍ଷ୍ୟରେ ଥିବାବେଳେ କଂଗ୍ରେସ 10 ବର୍ଷ ପରେ ପୁଣିଥରେ ଶାସନକୁ ଫେରିବାକୁ ଲକ୍ଷ୍ୟ ରଖିଛି । ମୁଖ୍ୟମନ୍ତ୍ରୀ ନାୟବ ସିଂହ ସୈନି, ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପିନ୍ଦର ସିଂହ ହୁଦା, ରେସଲରରୁ ନେତା ହୋଇଥିବା ଭିନେଶ ଫୋଗଟ, ଜେଜେପି ନେତା ଦୁଷ୍ୟନ୍ତ ଚୌତାଲାଙ୍କ ସମେତ ୧ ହଜାର ୩୧ ପ୍ରାର୍ଥୀଙ୍କ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମରେ ସିଲ ହୋଇଛି ।

ଅଧିକ ପଢନ୍ତୁ : ୯୦ ବିଧାନସଭା ଆସନ ପାଇଁ ଆସନ୍ତାକାଲି ହେବ ମତଦାନ

ହରିୟାଣାରେ ଗତ ୧୦ ବର୍ଷ ଧରି କ୍ଷମତାରେ ରହିଛି ବିଜେପି । ୨୦୧୪ରେ କଂଗ୍ରେସକୁ କ୍ଷମତାଚ୍ୟୁତ କରି ରାଜ୍ୟରେ ପ୍ରଥମ ଥର ପାଇଁ ସରକାର ଗଢିଥିଲା ବିଜେପି । ୯୦ରୁ ୪୭ ଆସନ ଜିତିଥିଲା ଦଳ । ୨୦୧୯ରେ କ୍ଷମତା ବଜାୟ ରଖିଥିଲା ବିଜେପି ।  ବିଜେପି ୪୦, କଂଗ୍ରେସ ୩୧ ଓ ଜନନାୟକ ଜନତା ପାର୍ଟି ୧୦ ଆସନରେ ବିଜୟୀ ହୋଇଥିଲା । ଜେଜେପି ସମର୍ଥନରେ ଲଗାତର ଦ୍ୱିତୀୟ ଥର ପାଇଁ ବିଜେପି କ୍ଷମତାକୁ ଆସିଥିଲା ।
 

ଗ୍ୟାସ୍‌ ଲିକ୍
କେମିକାଲ ଫ୍ୟାକ୍ଟ୍ରିରୁ ଗ୍ୟାସ୍‌ ଲିକ୍ , ବର୍ତ୍ତମାନ ସ୍ଥିତି ନିୟନ୍ତ୍ରଣ
ଅର୍ଗସ ବ୍ୟୁରୋ : କେମିକାଲ ଫ୍ୟାକ୍ଟ୍ରିରୁ ଗ୍ୟାସ୍‌ ଲିକ୍‌ ଘଟଣା। ସଘଟଣା ସ୍ଥଳରେ ପହଞ୍ଚିଲେ ଅତିରିକ୍ତ ଜିଲ୍ଲାପାଳ। ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି ପରଖିବାଛନ୍ତି। ଅଗ୍ନିଶମ
ମଟନ୍ ବିରିୟାନୀ
ଜେଲରେ କଏଦୀଙ୍କୁ ମିଳିବ ମଟନ୍ ବିରିୟାନୀ
ଅର୍ଗସ ବ୍ୟୁରୋ : କଏଦୀଙ୍କ ପାଇଁ ଦଶହରା ଭେଟି । ଜେଲରେ ମିଳିବ ବିରିୟାନୀର ମଜା । ପଶ୍ଚିମବଙ୍ଗ ସରକାରଙ୍କ ନିଷ୍ପତ୍ତି । ଅକ୍ଟୋବର ୯ରୁ ୧୨ ତାରିଖ ଯାଏଁ ଜେଲରେ କଏଦୀଙ୍କୁ ମିଳିବ ସ୍ବାଦିଷ୍
ହରିୟାଣା ନିର୍ବାଚନ
ହରିୟାଣା ନିର୍ବାଚନ ; ସଂଧ୍ୟା ୬ଟା ସୁଦ୍ଧା ହୋଇଛି ୬୫ ପ୍ରତିଶତ ମତଦାନ
ଅର୍ଗସ ବ୍ୟୁରୋ : ଶେଷ ହୋଇଛି ହରିୟାଣା ନିର୍ବାଚନ । ନିର୍ବାଚନ କମିଶନ ତଥ୍ୟ ଅନୁସାରେ ସଂଧ୍ୟା 6ଟା ସୁଦ୍ଧା ହୋଇଛି 65 ପ୍ରତିଶତ ମତଦାନ । ଗତ 1 ତାରିଖରେ ଜମ୍ମୁ କାଶ୍ମୀର ନିର୍ବାଚନ ଶେଷ ହେବ