ବିବାହ ନାଁରେ ଏକାଧିକ ମହିଳାଙ୍କୁ କରିଥିଲା ଠକେଇ 
by Argus News
Sun, Sep 15 | 3:12 p.m.

ଭୁବନେଶ୍ୱର:  କ୍ରାଇମବ୍ରାଞ୍ଚ କବ୍ଜାରେ ରିସିକିଆ ପ୍ରେମିକ। ବିବାହ ନାଁରେ ଏକାଧିକ ମହିଳାଙ୍କୁ କରିଥିଲା ଠକେଇ। ଅଭିଯୁକ୍ତ ହେଲା ଛେଣ୍ଡିପଦା ଅଞ୍ଚଳର ବିରଞ୍ଚି ନାରାୟଣ ନାଥ।  ମହିଳା ମାନଙ୍କୁ ଫସେଇବା ପାଇଁ ସୋସିଆଲ ମିଡ଼ିଆରେ ଖୋଲିଥିଲା ଫେକ ଆକାଉଣ୍ଟ।  ନିଜକୁ ସରକାରୀ ଅଧିକାରୀର ପରିଚୟ ଦେଇ କରୁଥିଲା ଠକେଇ । କେତେବେଳେ ନିଜକୁ ରେଲୱେ କର୍ମଚାରୀ , ଇନକମ ଟ୍ୟାକ୍ସ ଇନସପେକ୍ଟର, କଷ୍ଟମ୍ସ ଅଫିସର ଓ ସେଣ୍ଟ୍ରାଲ ଏକସାଇଜ ଅଧିକାରୀ କହୁଥିଲା ।

ମେଟ୍ରିମୋନିଆଲ ସାଇଡରେ ବିବାହ କରିବାକୁ ପ୍ରସ୍ତାବ ଦେଉଥିଲା ଅଭିଯୁକ୍ତ । ଅନେକ ମହିଳାଙ୍କୁ ମନ୍ଦିରରେ ବିବାହ କରିଥିଲା। ବିବାହ ପରେ ଗୁପ୍ତ କ୍ୟାମେରାରେ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ସୁଟ କରୁଥିଲା ଅଭିଯୁକ୍ତ।  ଆଉ କିଛି ମହିଳାଙ୍କୁ  ଭିଡିଓ କଲରେ ଅଶ୍ଳୀଳ କଥା ହୋଇ ସ୍କ୍ରିନ ସଟ ରଖି ବ୍ଲାକମେଲ କରୁଥିଲା। 2022ରେ ଏନେଇ କଟକ ର ଜଣେ ମହିଳା କ୍ରାଇମବ୍ରାଞ୍ଚରେ ଅଭିଯୋଗ କରିଥିଲେ। ମହିଳାଙ୍କ ଠାରୁ 5ଲକ୍ଷ ଟଙ୍କା ଓ 32ଗ୍ରାମ ସୁନା ନେଇଥିଲା ଠକ । କେବଳ ଓଡିଶା ନୁହେଁ ରାସଜସ୍ଥାନ, ପଶ୍ଚିମବଙ୍ଗ, ମହାରାଷ୍ଟ୍ର, ମଧ୍ୟପ୍ରଦେଷ, ହରିଆଣା ଓ ଦିଲ୍ଲୀ ରେ ତା ନାଁରେ ମାମଲା ଥିବା ତଦନ୍ତରୁ ଜଣା ପଡିଛି।  ଅଭିଯୁକ୍ତ ଠାରୁ ଅନ୍ତରଙ୍ଗ ମୁହୂର୍ତ୍ତ ର ଫୋଟ, ଭିଡ଼ିଓ, ଫେକ ଆଇଡିକାର୍ଡ ଜବତ କରିଛି କ୍ରାଇମବ୍ରାଞ୍ଚ। 

ଅଧିକ ପଢନ୍ତୁ ଓଡ଼ିଶା ଖବର 

ବାଲେଶ୍ବର ବନ୍ୟା
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ