ଆଉ କିଛି ସମୟର ଅପେକ୍ଷା: ବାରଣାସୀକୁ ମିଳିବ ବଡ଼ ଉପହାର 
by Argus News
Sun, Oct 20 | 1:33 p.m.

ନୂଆଦିଲ୍ଲୀ: ବାରଣାସୀକୁ ମିଳିବ ବଡ଼ ଉପହାର । ଆଉ କିଛି ସମୟ ପରେ ପ୍ରଧାନମନ୍ତ୍ରୀ ମୋଦି ୬ ହଜାର ୧ ଶହ କୋଟିରୁ ଅଧିକ ମୂଲ୍ୟର ଏକାଧିକ ପ୍ରକଳ୍ପ ଉଦ୍‌ଘାଟନ ଓ ଶିଳାନ୍ୟାସ କରିବେ ।  ପ୍ରଧାନମନ୍ତ୍ରୀ ଆର୍ ଜେ ଶଙ୍କର ଚକ୍ଷୁ ଚିକିତ୍ସାଳୟ ମଧ୍ୟ ଉଦ୍‌ଘାଟନ କରିବେ। ଖେଲୋ ଇଣ୍ଡିଆ ଓ ସ୍ମାର୍ଟ ସିଟି ମିଶନ ଅଧୀନରେ ୨୧୦ କୋଟିରୁ ଅଧିକ ମୂଲ୍ୟରେ ନିର୍ମିତ ବାରାଣସୀ ସ୍ପୋର୍ଟ୍ସ କମ୍ପେ୍ଲକ୍ସର ପୁନର୍ବିକାଶର ଦ୍ବିତୀୟ ଏବଂ ତୃତୀୟ ପର୍ଯ୍ୟାୟର ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦି। ଏହାପରେ ଅପରାହ୍ନରେ ବାରାଣସୀର ଏକାଧିକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ କରିବେ। ଆୟୋଜିତ ସମାବେଶକୁ ପ୍ରଧାନମନ୍ତ୍ରୀ ମୋଦି ସମ୍ବୋଧିତ କରିବେ ।  

୨ ହଜାର ୮ ଶହ ୭୦ କୋଟି ଟଙ୍କାର ବ୍ୟୟ ଅଟକଳରେ ବାରାଣସୀର ଲାଲ ବାହାଦୂର ଶାସ୍ତ୍ରୀ ଅନ୍ତର୍ଜାତୀୟ ବିମାନବନ୍ଦର ରନୱେ ସମ୍ପ୍ରସାରଣ ପ୍ରୋଜେକ୍ଟ ସହ ଏକ ନୂତନ ଟର୍ମିନାଲ ଭବନର ଶିଳାନ୍ୟାସ କରିବେ ମୋଦି । ଏହାସହିତ ୫୭୦ କୋଟିରୁ ଅଧିକ ଟଙ୍କାର ବ୍ୟୟ ଅଟକଳରେ ଆଗ୍ରା ବିମାନବନ୍ଦର, ୯୧୦ କୋଟି ଟଙ୍କାର ବ୍ୟୟରେ ଦରଭଙ୍ଗା ବିମାନବନ୍ଦର ଏବଂ ୧୫୫୦ କୋଟି ଟଙ୍କ ବ୍ୟୟରେ ବାଗଡୋଗରା ବିମାନବନ୍ଦରରେ ନିର୍ମିତ ହେବାକୁ ଥିବା ନୂତନ ସିଭିଲ୍ ଏନକ୍ଲେଭ୍ର ମଧ୍ୟ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ । 
ଅଧିକ ପଢନ୍ତୁ ଭାରତ ଖବର  

ବାତ୍ୟା
3m ago
ଓଡ଼ିଶାକୁ ବାତ୍ୟା ଭୟ,ଅତ୍ୟାବଶ୍ୟକ ସାମଗ୍ରୀ କଳାବଜାରୀ କଲେ କାର୍ଯ୍ୟାନୁଷ୍ଠାନ:ଯୋଗାଣ ମନ୍ତ୍ରୀ
ଅର୍ଗସ ବ୍ୟୁରୋ:୨୩ରେ ବାତ୍ୟା,୨୪ ସକାଳ ସୁଦ୍ଧା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବା ସମ୍ଭାବନା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ହେବ ଅତି ପ୍ରବଳ ବର୍ଷା। ପୁରୀ, ଖୋର୍ଦ୍ଧା, ଗଞ୍ଜାମ
ଶତକ ମାରି ଚମକାଇଲେ
ଶତକ ମାରି ଚମକାଇଲେ ଅଲରାଉଣ୍ଡର: ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ପାଇଁ ଟିମରେ ସାମିଲ କଲା ବିସିସିଆଇ
ଅର୍ଗସ ବ୍ୟୁରୋ: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍ ବେଙ୍ଗାଲୁରୁ ଏମ. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚରେ ଭାରତକୁ ୮ ଉଇକେଟରେ ପରାଜୟର ସାମ୍ନ
ଜମ୍ମୁ ଓ କଶ୍ମୀରରେ
ଜମ୍ମୁ ଓ କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ, ୨ ପ୍ରବାସୀ ଶ୍ରମିକ ମୃତ
ଅର୍ଗସ ବ୍ୟୁରୋ: ଜମ୍ମୁ-କଶ୍ମୀରର ଗନ୍ଦରବଲ ଜିଲ୍ଲା ଗଗନଗିରିର ସୋନମର୍ଗ ଅଞ୍ଚଳରେ ଜେଡ୍-ମୋଡ୍ ଟନେଲ ନିକଟରେ ଏକ ଗୁଳିବିନିମୟ ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଏହି ସନ୍ଦିଗ୍