ଟ୍ରକ-ବୋଲେରୋ ମୁହାଁମୁହିଁ ଧକ୍କା, 12 ଯାତ୍ରୀ ଗୁରୁତର
by Argus News
Sun, Feb 04 | 7:38 a.m.

ବୌଦ୍ଧ: ବୌଦ୍ଧ ଜିଲ୍ଲା  57ନ ଜାତୀୟ ରାଜପଥ ବାଉଁଶୁଣୀ ଥାନା ବହିରା ଛକ ନିକଟରେ ଟ୍ରକ-ବୋଲେରୋ ମୁହାଁମୁହିଁ ଧକ୍କା । ଫଳରେ 12 ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି । 
ଟ୍ରକ୍ ଟି ସୋନପୁର-ବୌଦ୍ଧ ଅଭିମୁଖେ ଯାଉଥିବାବେଳେ ସାମ୍ନା ପଟରୁ ଆସୁଥିବା ଏକ ବୋଲେରୋ ସହିତ ବହିରା ଛକ ନିକଟରେ ମୁହାଁମୁହିଁ ଧକାହୋଇଥିଲା ।

ଯାହା ଫଳରେ ବଲେରୋରେ ଥିବା ପ୍ରାୟ 12 ଜଣ ଯାତ୍ରୀ ଗୁରୁତର ଆହତ ହୋଇଥିବା ଜଣାପଡିଛି । ଖବର ପାଇ ବାଉଁସୁଣି ଦମକଳବାହୀନି ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ପ୍ରଥମେ ବାଉଁଶୁଣୀ ମେଡିକାଲରେ ଭର୍ତ୍ତି କରିଥିବା ଜଣାପଡିଛି । ଅନ୍ୟପଟେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆହୁରି ପଢନ୍ତୁ ଓଡିଶା ଖବର...
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ