ବଢ଼ୁଛି ତାପମାତ୍ରା, ଏପ୍ରିଲରେ ୩ରୁ ୮ଦିନ ଗ୍ରୀଷ୍ମ ପ୍ରବାହ ଅନୁଭୂତ
by Argus News
Tue, Apr 02 | 9:13 a.m.

ଅର୍ଗସ ବ୍ୟୁରୋ:  ଅସହ୍ୟ ତାତିରେ ସିଝିବ ସାରା ଓଡିଶା । ଚଳିତ ଏପ୍ରେଲ ସ୍ୱାଭାବିକ ଠାରୁ ଅଧିକ ରହିବ ଦିନ ତାପମାତ୍ରା । ଏବର୍ଷ ଏପ୍ରିଲରେ ୩ରୁ ୮ଦିନ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ । ପୂର୍ବରୁ ଏପ୍ରିଲ ମାସରେ ହାରାହାରି ୧ରୁ ୩ଦିନ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିଲା । ଅପ୍ରେଲରୁ ଜୁନ ମଧ୍ୟରେ ସ୍ୱାଭାବିକ ତୁଳନାରେ ୬ ରୁ ୧୪ ଦିନ ଅଧିକ ଗ୍ରୀଷ୍ମ ପ୍ରବାହ ର ଅବଧି ଅନୁଭୂତ ହେବାର ସମ୍ଭାବନା ରହିଛି । ଗତକାଲି ରାଜ୍ୟର ୮ ସହରରେ ୪୦ ଡିଗ୍ରୀ ଛୁଇଁଛି ପାରଦ। ଝାରସୁଗୁଡା ଓ ବାରିପଦାରେ ସର୍ବାଧିକ ୪୦.୪ ଡିଗ୍ରୀ ସେଲସିଅସ ତାପମାତ୍ରା ରେକର୍ଡ ହୋଇଥିବାବେଳେ ବଲାଙ୍ଗୀରରେ ତାପମାତ୍ରା ୪୦.୩ ଡିଗ୍ରୀ ରହିଛି।

ଟ୍ୱିନ ସିଟିରେ ତାପମାତ୍ରା ୩୯.୪ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ବୌଦ୍ଧ, ନୟାଗଡ, ଭବାନୀପାଟଣା, ତାଳଚେର ଏବଂ ଟିଟଲାଗଡରେ ୪୦ ଡିଗ୍ରୀ ଛୁଇଁଛି ତାତି। ଏପ୍ରିଲ ୪ରୁ ୬ ଯାଏଁ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଆଗମୀ ୨ ଦିନ ପର୍ଯ୍ୟନ୍ତ ଦିନ ତାପମାତ୍ରା ୨-୪ ଡିଗ୍ରୀ ବଢିବାର ସମ୍ଭାବନା ରହିଛି l ବିଶେଷ କରି ଆଭ୍ୟନ୍ତରିଣ ଓ ଉପକୂଳ ଓଡ଼ିଶାରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଛୁଇଁବ ।

ଅଧିକ ପଢ଼ନ୍ତୁ ଓଡିଶା ଖବର: 
 

LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର
SAMEER
ନିର୍ବାଚନ ଲଢ଼ିବେ ସମୀର ୱାଙ୍ଖଡେ
ଅର୍ଗସ ବ୍ୟୁରୋ: ନିର୍ବାଚନ ଲଢ଼ିବେ ସମୀର ୱାଙ୍ଖଡେ। ବଲିଉଡ୍ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ଯନଙ୍କୁ ଗିରଫ କରି ଚର୍ଚ୍ଚାକୁ ଆସିଥିଲେ। ଏକ ଡ୍ରଗ୍ସ ଡିଲ୍ ମାମଲାରେ 2021