ପୁଣି କଲବଲ କରିବ ତାତି: ହିଟ ଓ୍ବେଭ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର
by Argus News
Sat, Apr 13 | 2:11 p.m.

ଅର୍ଗସ ବ୍ୟୁରୋ: ପୁଣି କଲବଲ କରିବ ତାତି। ରାଜ୍ୟକୁ ପୁଣି ଧିରେ ଧିରେ ଫେରୁଛି ଗରମ। ଆଜିଠାରୁ ୫ ଦିନ ମଧ୍ୟରେ ବିଭିନ୍ନ ସ୍ଥାନରେ ତାପମାତ୍ରା ୬ରୁ ୮ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ଓ ଆସନ୍ତାକାଲି ବୌଦ୍ଧ, ଅନଗୁଳ, ନୟାଗଡ, ଖୋର୍ଦ୍ଧା ଓ କଟକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଉଷ୍ମ ଓ ଆର୍ଦ୍ର ଜଳବାୟୁ ରହିବ।

ଗତକିଛି ଦିନ ଧରି ପାଗରେ ପରିବର୍ତ୍ତନ ଯୋଗୁଁ ଖରା, ତାତିରୁ ଲୋକଙ୍କୁ ଆଶ୍ଵସ୍ତି ମିଳିଥିଲା। ପଶ୍ଚିମା ଝଡ଼ ପ୍ରଭାବ ଅପସରି ଯାଇଥିବାବେଳେ ଉତ୍ତର ଓଡ଼ିଶାରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ।

୧୫ ଓ ୧୬ ତାରିଖ ପାଇଁ ପାଣିପାଗ ବିଭାଗ ପକ୍ଷରୁ ହିଟ ୱେଭ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୭ରୁ ୨୦ ତାରିଖ ବେଳକୁ ତାପମାତ୍ରା ଆହୁରି ଅଧିକ ବୃଦ୍ଧି ପାଇବା ସମ୍ଭାବନା ରହିଛି। କିଛି ସ୍ଥାନରେ ତାପମାତ୍ରା ୪୩ ଡିଗ୍ରୀ ଛୁଇଁପାରେ । ତେଣୁ ସତର୍କ ରହିବାକୁ ପରାମର୍ଶ ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେବେ ଆଜି ଦିନ ୧୧ଟା ୩୦ ସୁଦ୍ଧା ତାପମାତ୍ରା ହେଉଛି

ଚାନ୍ଦବାଲି: 36.8°C
ବାଲେଶ୍ୱର: 36.4°C
ଭୁବନେଶ୍ୱର: 36.2°C
ଗୋପାଳପୁର: 34.6°C
କେନ୍ଦୁଝର: 34°C
ପୁରୀ: 33.8°C
ପାରାଦ୍ୱୀପ: 33.4°C
ଝାରସୁଗୁଡା: 33.4°C
ରାଉରକେଲା: 32.6°C
ସମ୍ବଲପୁର:32.4°C
ହୀରାକୁଦ:32.2°C

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

TEA
30m ago
ଆନ୍ତର୍ଜାତୀୟ ଚା' ଦିବସ
ଅର୍ଗସ ବ୍ୟୁରୋ: ଅଧିକାଂଶ ଲୋକଙ୍କ ସକାଳ ଚା ବିନା ଅଧା ରହିଯାଏ। ସେମାନଙ୍କ ମଧ୍ୟରେ ଅନେକ ଲୋକ ଅଛନ୍ତି ଯେଉଁମାନେ ଜଳଖିଆ, ମଧ୍ୟାହ୍ନ ଭୋଜନ ଏବଂ ରାତ୍ରୀ ଭୋଜନ ପରେ ମଧ୍ୟ ଚା ଏବଂ କଫ
ନୀଳଗିରିରେ ପହଞ୍ଚି
41m ago
ନୀଳଗିରିରେ ପହଞ୍ଚି ଦୁଇଟି ପଦ୍ମ ଫୁଲରେ ଭୋଟ ଦେବାକୁ ନିବେଦନ କଲେ
ଅର୍ଗସ ବ୍ୟୁରୋ: ବିଜୁ ଜନତା ଦଳକୁ ଏବେ ଜଣେ କଳାପାହାଡ଼ ଚଳାଉଛି। ଏମିତି କହି ବିଜେଡି ଉପରେ ବର୍ଷିଛନ୍ତି ବିଜେପି ନେତା ଅନୁଭବ ମହାନ୍ତି। ସ୍ୱତନ୍ତ୍ର ହେଲିପ୍ୟାଡ ଯୋଗେ ନୀଳଗିରିର
ଆଇସକ୍ରିମ
56m ago
ଅର୍ଡର କରିଥିଲେ ଆଇସକ୍ରିମ, ହେଲେ ଆଇସକ୍ରିମରୁ ବାହାରିଲା ....
ଅର୍ଗସ ବ୍ୟୁରୋ : ଅନଲାଇନ ସପିଂ, ଅନଲାଇନ ଫୁଡ ଡେଲିଭରୀ ଏବେର ବ୍ୟସ୍ତବହୁଳ ଲୋକଙ୍କ ଜୀବନର ପ୍ରମୁଖ ମାଧ୍ୟମ ପାଲଟିଛି । ସମୟ ବଞ୍ଚିବା ସହ ଅଳ୍ପ ସମୟରେ ନିଜ ମନପସନ୍ଦର ଜିନିଷ ପା