ତାତିରୁ ନାହିଁ ନିସ୍ତାର, ଆହୁରି ଦୁଇରୁ ତିନି ଦିନ ନିଆଁ ବର୍ଷା...
by Argus News
Wed, May 01 | 11:45 a.m.

ଅର୍ଗସ ବ୍ୟୁରୋ:  ତାତିରୁ ନାହିଁ ନିସ୍ତାର । ଆହୁରି ଦୁଇରୁ ତିନି ଦିନ ଯାଏଁ ରହିବ ହିଟ୍ ଓ୍ଵେଭର ପ୍ରଭାବ । ଆଜି ବି ରାଜଧାନୀ ଭୁବନେଶ୍ଵରର ତାପମାତ୍ରା ୪୫ ଡିଗ୍ରୀ ଟପିବା ଆଶଙ୍କା । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ନେଇ ଟ୍ଵିନ ସିଟି ସହ ବୌଦ୍ଧ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ମୟୁରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାକୁ ଆଲର୍ଟ କରାଯାଇଛି । ଦୁଇ ଦିନ ପରେ ତାପମାତ୍ରା ୨ ରୁ ୩ ଡିଗ୍ରୀ ଯାଏ ହ୍ରାସ ପାଇବା ସମ୍ଭାବନା ରହିଛି । ୬ ଓ ୭ ତାରିଖବେଳକୁ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।

ଆଜି ସକାଳ 8ଟା 30 ସୁଦ୍ଧା 35 ଟପିଲା 12 ସହରର ତାପମାତ୍ରା । 38.4 ଡିଗ୍ରୀ ସହ ତାଳଚେର ସବୁଠୁ ଉତ୍ତପ୍ତ ସହର । ଭବାନୀପାଟଣା 37.4, ବାରିପଦା 36.4, ବଲାଙ୍ଗୀର 36.2, ଟିଟିଲାଗଡ଼ ଓ ବାଲେଶ୍ୱର 36, ହୀରାକୁଦ 35.6,ଝାରସୁଗୁଡା ଓ  କେନ୍ଦୁଝର 35.4, କଟକ, ସମ୍ବଲପୁର, ମାଲକାନଗିରି ଓ  ବୌଦ୍ଧରେ 35, ସୋନପୁର ଓ ଭୁବନେଶ୍ୱରରେ 34.8 ଏବଂ ରାଉରକେଲାରେ 34.6 ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

BJP
46m ago
ଓଡ଼ିଶାରେ ବିଜେପି ୨୧ ରୁ ୨୧ ଲୋକସଭା ଆସନ ଜିତିବ : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଅର୍ଗସ ବ୍ୟୁରୋ : ଭୁବନେଶ୍ୱର ଲୋକସଭା କାର୍ଯ୍ୟକର୍ତ୍ତା ବୈଠକରେ ଯୋଗ ଦେଲେ ବିଜେପିର ୫ ହେଭିୱେଟ ନେତା । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ
BJD
ନିଜ ଦଳର ସମ୍ବିଧାନକୁ ଭୁଲିଗଲେ କି ବିଜେଡି ନେତା
ଅର୍ଗସ ବ୍ୟୁରୋ : ନିଜ ଦଳର ସମ୍ବିଧାନକୁ ଭୁଲିଗଲେ କି ବିଜେଡି ନେତା ? ସମ୍ବିଧାନର ସର୍ତ୍ତ ମଦ ପିଉଥିଲେ ମିଳିବନି ବିଜେଡି ସଦସ୍ୟତା ? ଏହି ସମ୍ବିଧାନ ଆଧାରରେ ନିର୍ବାଚନ କମିଶନ ଦେଇଛିନ୍ତ
MODI
ଆସନ୍ତାକାଲି ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି
ଅର୍ଗସ ବ୍ୟୁରୋ: ବିଜେପି ଫୋକସରେ ଓଡ଼ିଶା। ରାଜ୍ୟରେ ସତ୍ତା ପରିବର୍ତ୍ତନ ପାଇଁ ବିଜେପି ପ୍ରଚାରର ମଙ୍ଗ ଧରିଛନ୍ତି ଖୋଦ୍ ପ୍ରଧାନମନ୍ତ୍ରୀ। ଏଥିପାଇଁ ଆସନ୍ତାକାଲି ପୁଣି ଓଡ଼ିଶା ଆସୁଛନ୍ତ