ଦକ୍ଷିଣ ଓଡ଼ିଶାରେ ଲଗାଣ ବର୍ଷା ଜାରି 
by Argus News
Wed, Dec 06 | 12:31 p.m.

ଭୁବନେଶ୍ୱର:  ଗଭୀର ଅବପାତରୁ ଦୁର୍ବଳ ହୋଇ ଅବପାତରେ ପରିଣତ ହେଲା ବାତ୍ୟା ମିଗଜୋମ୍। ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ଲଗାଣ ବର୍ଷା ଜାରି ରହିଛି। ଗଞ୍ଜାମ ଓ ଗଜପତିରେ ଲଗାଣ ବର୍ଷାରୁ ଧାନ ଚାଷ ନଷ୍ଟ ହେବା ଆଶଙ୍କା ଦେଖାଦେଲାଣି। କ୍ଷେତରେ ଧାନ ଅମଳ କ୍ଷମ ହୋଇସାରିଥିବା ବେଳେ ପାଣି ପଶିଲେ ନଷ୍ଟ ହେବା ନେଇ ଚିନ୍ତାରେ ପଡିଛନ୍ତି ଚାଷୀ। ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଜି ଦକ୍ଷିଣ ଓଡ଼ିଶାର ୮ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ବର୍ଷାର ପ୍ରଭାବ ଆଗାମୀ ୨୪ ଘଂଟା ଯାଏଁ ରହିବ। ସେପଟେ ରାଜ୍ୟର ଉପକୂଳିଆ ଜିଲ୍ଲାରେ ସକାଳୁ ଜାରି ରହିଛି କୋହଲା ପାଗ। ତେବେ ଆଗାମୀ କିଛି ଘଣ୍ଟା ପାଇଁ ପାଗ ଏଭଳି ରହିପାରେ ବୋଲି ପୂର୍ବାନୁମାନ କରିଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ। 

ଅଧିକ ପଢନ୍ତୁ ଓଡ଼ିଶା ଖବର 

ଆଜିଠାରୁ ଏକମାସ
37m ago
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
58m ago
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି