ଆଗାମୀ 24 ଘଣ୍ଟା ପ୍ରବଳ ବର୍ଷିବ
by Argus News
Sun, Sep 22 | 4:15 p.m.

ଭୁବନେଶ୍ୱର:  ଗତକାଲି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ୨୩ ତାରିଖ ସୁଦ୍ଧା ଲଘୁଚାପ ସମ୍ଭାବନା । ଏହାସହ  ଆସନ୍ତା ୨୩ ତାରିଖରୁ  ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ  ଫେରୁଥିବାବେଳେ ମୌସୁମୀ  ଟ୍ରପଲାଇନର ପ୍ରଭାବ ରହୁଛି । ପ୍ରଭାବରେ ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ । ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡଘଡି ସହ ହାଲୁକରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । 

ବିଶେଷ କରି ଉପକୂଳ, ଉତ୍ତର ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲାର ୨୧ ଟି ଜିଲ୍ଲାରେ ବିଜୁଳି  ଘଡଘଡି ସହ ବର୍ଷା ସମ୍ଭାବନା ନେଇ ପାଣିପାଗ ବିଭାଗର ସୂଚନା । ସେହିପରି ଆସନ୍ତାକାଲି ବର୍ଷାର ବିସ୍ତୃତି ବଢିବା ସହ ଅଧିକାଂଶ ଜିଲ୍ଲାରେ ହାଲୁକରୁ ମାଧ୍ୟମ ଧରଣର ବର୍ଷା ହେବାକୁ ଥିବାବେଳେ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କଟକ, ଜଗତସିଂହପୁର , ଭଦ୍ରକ, ବାଲେଶ୍ଵର, ମୟୁରଭଞ୍ଜ , କେନ୍ଦୁଝର ଓ କେନ୍ଦ୍ରାପଡା ଏହି  ୧୨ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ୨୩ ତାରିଖରେ ୮ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ  ଦିଆଯାଇଥିବାବେଳେ ଆସନ୍ତା ୨୬ ତାରିଖ ଯାଏଁ ଜାରି ରହିବ ବର୍ଷା ।

ସେପଟେ ଗତ ୨୪ ଘଣ୍ଟା ରେ ରାଜ୍ୟର କିଛି କିଛି  ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହୋଇଥିବାବେଳେ ମୟୂରଭଞ୍ଜର ବିଜତାଲାରେ  ସର୍ବାଧିକ ୫୬.୦୦ ମିମି ବର୍ଷା ରେକର୍ଡ କରାଯାଇଛି । ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୧୦୦୯.୭  ମିମି ବର୍ଷା ରେକର୍ଡ ହୋଇଛି । ଏବେ ବି ୯% ନିଅଁଟିଆ ବର୍ଷା ରହିଛି । ୧୦୯୯.9  ମିମି ବର୍ଷା ସ୍ୱାଭାବିକ ରହିବା କଥା । ବର୍ତ୍ତମାନ ସୁଦ୍ଧା ଗୋଟିଏ ଜିଲ୍ଲାରେ ସ୍ୱାଭାବିକ ଠାରୁ  ଅଧିକ ବର୍ଷା ହୋଇଥିବା  ୧୯  ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ଓ ୧୦ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି ।


 

ଲିଜେଣ୍ଡସଙ୍କ ଜଲୱା
ଯୋଧପୁରରେ ଲିଜେଣ୍ଡସଙ୍କ ଜଲୱା, ବ୍ଲୁ ସିଟିରେ ଜୟ ଜୟ କାର
ଅର୍ଗସ ବ୍ୟୁରୋ: ବ୍ଲୁ ସିଟିରେ ଜୟ ଜୟ କାର। ପଠାନ ବ୍ରଦର୍ସଙ୍କ ସହ କୋଣାର୍କ ସୂୟାଜ୍ ଓଡିଶାକୁ ସପୋର୍ଟ କରିବାକୁ ବରଖୁତୁଲ୍ଲା ଖାନ ଷ୍ଟାଡିଅମରେ ପହଂଚିଥିଲେ ବହୁ ସଂଖ୍ୟାରେ ଫ୍ୟାନ
ଓଡ଼ିଆ ଅସ୍ମିତା
ଆମେରିକାରେ ବିଦେଶୀଙ୍କ ମନମୋହିଲା ଓଡ଼ିଶୀ ନୃତ୍ୟ
ଅର୍ଗସ ବ୍ୟୁରୋ: ଆମେରିକାରେ ଝଲସିଲା ଓଡ଼ିଆ ଅସ୍ମିତା । କୋଣାର୍କର ଦୃଶ୍ୟ, କୋଣାର୍କ ଚକ ସାଙ୍ଗକୁ ବିଦେଶୀଙ୍କ ମନମୋହିଲା ଓଡ଼ିଶୀ ନୃତ୍ୟ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଆମେରିକାର
STORY
Speed 10: ଜାଣନ୍ତୁ ଦିନର ବଡ ଖବର...
ଅର୍ଗସ ବ୍ୟୁରୋ: ଜାଣି ରଖନ୍ତୁ ଆଜି ଦିନର ବଡ ଖବର... () କେନ୍ଦୁଝରରୁ ବିଜେଡିକୁ ସିଧାସଳଖ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ...କହିଲେ ଭୋଟ ରାଜନୀତି ପାଇଁ ଜଗନ୍ନାଥଙ୍କୁ ବ୍ୟବହା