ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା
by Argus News
Fri, Jun 14 | 8:23 a.m.

ଅର୍ଗସ ବ୍ୟୁରୋ: ବର୍ଷାରେ ଭିଜିଲା ରାଜଧାନୀ ସମେତ ଅନେକ ଅଞ୍ଚଳ। ବିଜୁଳି ଘଡ଼ଘଡ଼ି ସହ ହେଲା ବର୍ଷା। ସେପଟେ ଗରମ ଗୁଳୁଗୁଳିରେ କଟିବ ରଜ। ଆଜି ପ୍ରବଳ ଗ୍ରୀଷ୍ମପ୍ରବାହ ନେଇ ୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି। ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର. ବରଗଡ, ସୋନପୁର ଏବଂ ବୌଦ୍ଧକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ଉତ୍ତର ଏବଂ ଉପକୂଳ ଓଡ଼ିଶାର ୧୧ଟି ଜିଲ୍ଲାକୁ ହଟ୍ ଆଣ୍ଡ ହ୍ୟୁମିଡ୍ ସ୍ଥିତି ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେପଟେ ସ୍ବାଭାବିକ ସମୟର ୪ ଦିନ ପୂର୍ବରୁ ମୌସୁମୀ ଓଡ଼ିଶା ଛୁଇଁଥିଲେ ମଧ୍ୟ ଆଗକୁ ବଢିବାକୁ ବଳ ପାଉନି।

ଏବେ ଦୁଇଟି ଜିଲ୍ଲା କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ଅଟକି ଯାଇଛି ମୌସୁମୀ। ଆସନ୍ତା ୪ ଦିନ ମଧ୍ୟରେ କାଳବୈଶାଖୀ ବର୍ଷା ବଢିବା ସହ ମୌସୁମୀ ଆଗକୁ ବଢିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ଗ୍ୟାସ ସିଲିଣ୍ଡର
ଗ୍ୟାସ ସିଲିଣ୍ଡର ବିସ୍ଫୋରଣ: ୬ ମୃତ
ଅର୍ଗସ ବ୍ୟୁରୋ: ଉତ୍ତର ପ୍ରଦେଶ ସିକନ୍ଦରାବାଦର ଆଶାପୁରୀ କଲୋନୀରେ ଏକ ଘରେ ଘଟିଥିବା ସିଲିଣ୍ଡର ବିସ୍ଫୋରଣରେ ଅତି କମରେ ୬ଜଣଙ୍କର ମୃତ୍ୟୁ ଘଟିଛି। ବୁଲନ୍ଦସହର ଜିଲା ମାଜିଷ୍ଟ୍ରେଟ ଏଏନଆ
ବେଙ୍ଗାଲୁରୁରେ ନିର୍ମାଣ
ବେଙ୍ଗାଲୁରୁରେ ନିର୍ମାଣାଧୀନ କୋଠା ଭୁଶୁଡ଼ିଲା: ଜଣେ ମୃତ
ଅର୍ଗସ ବ୍ୟୁରୋ: ବେଙ୍ଗାଲୁରୁରେ ଗତ କିଛି ଦିନ ହେଲା ପ୍ରବଳ ବର୍ଷା ଜାରି ରହିଛି । ଏଥିପାଇଁ ଜନଜୀବନ ପ୍ରଭାବିତ ହୋଇଛି । ପ୍ରବଳ ବର୍ଷା ଯୋଗୁଁ ସହରରେ ଏକ ନିର୍ମାଣାଧୀନ ବହୁତଳ କୋଠା ଭୁଶୁଡ଼
AUSTRALIA
ଅଷ୍ଟ୍ରେଲିଆରେ କେନ୍ଦ୍ରମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ
ଅର୍ଗସ ବ୍ୟୁରୋ: ଅଷ୍ଟ୍ରେଲିଆରେ ପହଞ୍ଚିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ । ଗତ ଦୁଇ ଦିନ ଧରି ସିଙ୍ଗାପୁରରେ ସମସ୍ତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଆଜି ଅଷ୍ଟ୍ରେଲିଆର ମେଲବର୍ଣ୍ଣର