ତୁହାକୁ ତୁହା ବର୍ଷା ସାଙ୍ଗକୁ ବୋହୁଛି ପବନ
by Argus News
Sun, Mar 31 | 12:29 p.m.

ନୂଆପଡା: ନୂଆପଡ଼ା ଜିଲ୍ଲା ସିନାପାଲି ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ । ତୁହାକୁ ତୁହା ବର୍ଷା ସାଙ୍ଗକୁ ପ୍ରବଳ ବେଗରେ ପବନ ପ୍ରବାହିତ ହେଉଛି । ଫଳରେ କପିଆ ଗାଁରେ ଥିବା ସଂଯୁକ୍ତା ମେହେରଙ୍କ କୁକୁଡ଼ା ଫାର୍ମ ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି । କୁକୁଡ଼ା ଫାର୍ମରେ ଥିବା ହଜାର ହଜାର କୁକୁଡ଼ା ଛୁଆ ମରିଯିବା ସାଙ୍ଗକୁ ଲକ୍ଷାଧିକ ଟଙ୍କାର କ୍ଷୟକ୍ଷତି ହୋଇଛି । ସେହିଭଳି ଖଡ଼ିଆଳ ସିନାପାଲି ମୁଖ୍ୟରାସ୍ତାରେ ଗଛ, ବିଦ୍ୟୁତ ଖୁଣ୍ଟ ଭାଙ୍ଗି ପଡିଛି । ଅମଳ ହେଉଥିବା ଅନେକ ଫସଲ ମଧ୍ୟ ନଷ୍ଟ ହେବା ଆଶଙ୍କା କରାଯାଉଛି ।

ସକ୍ରିୟ ଘୂର୍ଣ୍ଣିବଳୟ ଏବଂ କଳାବୈଶାଖୀ ପ୍ରଭାବରେ ରାଜ୍ୟର କିଛି ଅଞ୍ଚଳରେ ମେଘୁଆ ପାଗ ଲାଗି ରହିଛି । ଆଗାମୀ ୨୪ ଘଣ୍ଟାରେ ଅନେକ ସ୍ଥାନରେ ୨ରୁ ୪ ଡ଼ିଗ୍ରୀ ଯାଏଁ ଦିନ ତାପମାତ୍ରାରେ ହ୍ରାସ ସମ୍ଭାବନା । ଆଗାମୀ ୩ ଘଣ୍ଟାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ପାଇଁ ୧୧ ଜିଲ୍ଲାକୁ ସତର୍କତା କରିଛି ପାଣିପାଗ କେନ୍ଦ୍ର । 

ତାତିରେ ଫୁଟୁଛି ସାରା ରାଜ୍ୟ

ସେହି ଜିଲ୍ଲା ଗୁଡ଼ିକ ହେଲା- ବଲାଙ୍ଗିର, କନ୍ଧମାଳ, ବୌଦ୍ଧ, କେନ୍ଦୁଝର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ବାଲେଶ୍ବର, ଯାଜପୁର, ଖୋର୍ଦ୍ଧା, କଟକ ଓ ପୁରୀ । ପରବର୍ତ୍ତୀ ୨ ଦିନ ମଧ୍ୟରେ ପୁଣି ୩ରୁ ୪ ଡ଼ିଗ୍ରୀ ଯାଏଁ ତାପମାତ୍ରାରେ ବୃଦ୍ଧି ସମ୍ଭାବନା ରହିଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ ।

ଆହୁରି ପଢନ୍ତୁ ପାଣିପାଗ ଖବର...

REPOLLING
15m ago
କଣ୍ଟାମାଳ: ବୁଥ ନମ୍ବର 26 ଓ 28ରେ ହେବ ପୁନଃ ମତଦାନ
ଅର୍ଗସ ବ୍ୟୁରୋ: କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀର ବୁଥ ନମ୍ବର 26 ଓ 28ରେ ହେବ ପୁନଃ ମତଦାନ । ଆସନ୍ତାକାଲି ପୁନର୍ବାର ମତଦାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ କମିଶନର
DEAD BODY
19m ago
ମୃତଦେହକୁ ନେଇ ରାଜନୀତି କରୁଛି ବିଜୁ ଜନତା ଦଳ
ଅର୍ଗସ ବ୍ୟୁରୋ: ସମ୍ବଲପୁରରେ ସାମ୍ନାକୁ ଆସିଲା ବିଜେଡିର ହୀନ ରାଜନୀତି । ମୃତଦେହକୁ ନେଇ ରାଜନୀତି କରୁଛି ବିଜୁ ଜନତା ଦଳ। ମୃତକଙ୍କ ନାଁରେ ମିଛ ପ୍ରଚାର କରି ବିରୋଧୀ ଦଳକୁ ବଦନା
RUBEN BANERJEE
22m ago
ପାଣ୍ଡିଆନ ବିଜେଡିର ନୁହେଁ ବରଂ ବିଜେପିର ଷ୍ଟାର କ୍ୟାମ୍ପେନର: ରୁବେନ୍ ବାନାର୍ଜୀ
ଅର୍ଗସ ବ୍ୟୁରୋ: ବିଜୁ ଜନତା ଦଳର ନେତା ଭି. କେ ପାଣ୍ଡିଆନ ନିଜ ଦଳ ବିଜେଡିର ନୁହେଁ ବରଂ ବିଜେପିର ଷ୍ଟାର କ୍ୟାମ୍ପେନର। ଅର୍ଗସକୁ ଏକ୍ସକ୍ଲୁସିଭ୍ ସାକ୍ଷାତକାରକୁ ଏକଥା କହିଛନ୍ତି ବରିଷ୍