ବାଲେଶ୍ଵରରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା 
by Argus News
Mon, Mar 18 | 10:16 a.m.

ବାଲେଶ୍ଵର:  ବାଲେଶ୍ଵରରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ହୋଇଛି । ଆଜି ସକାଳେ ଚାରିଆଡ ଅନ୍ଧକାର କରି ମାଡି଼ ଆସିଲା ମେଘ । ଚାଉଁ ଚାଉଁ ବିଜୁଳି ଘଡଘଡି ମାରିବା ସହ ବର୍ଷା ହୋଇଥିଲା । ପବନର ବେଗ ପାଖପାଖି 40ରୁ ୫୦ କିଲୋମିଟର ରହିଥିଲା । ଏବେ ବି ଜିଲ୍ଲାର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି ।  ତାତିରୁ ମିଳିଲା ଆଶ୍ବସ୍ତି ।  ତେବେ ଆସନ୍ତାକାଲିଠୁ ରାଜ୍ୟରେ କାଳବୈଶାଖୀ ଆଶଙ୍କା । ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।  ୧୯ ତାରିଖ ବେଳକୁ କେତେକ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ। ସ୍ଥାନେ ସ୍ଥାନେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ହେବାର ମଧ୍ୟ ସମ୍ଭାବନା ରହିଛି।

ମାର୍ଚ୍ଚ ୧୯ ତାରିଖ ସକାଳ ୮ଟା ୩୦ରୁ ୨୦ ତାରିଖ ସକାଳ ମଧ୍ୟରେ ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ରାୟଗଡ଼ା, ନବରଙ୍ଗପୁର, ଅନୁଗୁଳ, ନୟାଗଡ଼, ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା, କୁଆପଥର ବର୍ଷା, ଝଡ଼ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏହି ସମୟ ମଧ୍ୟରେ ଢେଙ୍କାନାଳ, କଟକ, ଗଞ୍ଜାମ, ଖୋର୍ଦ୍ଧା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ପରବର୍ତ୍ତୀ ୨୪ ଘଣ୍ଟା ଅର୍ଥାତ୍‌ ୨୧ ତାରିଖ ସକାଳ ମଧ୍ୟରେ କଟକ, ନୟାଗଡ଼, ଖୋର୍ଦ୍ଧା ଓ କନ୍ଧମାଳ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଏବଂ କୋରାପୁଟ, ଗଞ୍ଜାମ, ଗଜପତି, ପୁରୀ ଓ ଜଗତ୍‌ସିଂହପୁର ଜିଲ୍ଲାରରେ ୩୦ରୁ ୪୦ କିମି ବେଗରେ ପବନ ଏବଂ ବଜ୍ରପାତ ସହ ବର୍ଷା ହେବାର ଆଶଙ୍କା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। 

ଅଧିକ ପଢନ୍ତୁ ଓଡ଼ିଶା ଖବର 

BOBBY DAS
କୋରେଇରେ ଟଙ୍କା ବାଣ୍ଟୁଛନ୍ତି ବବି !
ଅର୍ଗସ ବ୍ୟୁରୋ: ବବିଙ୍କ ଲାଗି ଏବେ ଡୁଆଲ ଚ୍ୟାଲେଞ୍ଜ । ସମ୍ବଲପୁରରେ ତ ହାରିବେ ହାରିବେ...କୋରେଇରେ ବି ବିଜୟ ସେତେ ସହଜ ନୁହେଁ । ପଶ୍ଚିମ ଓଡ଼ିଶା ସାଂସଦ ସ୍ଵପ୍ନ କେବେ ସତ ହେବନି ବୋଲ
BJD
ରୋଡ୍ ସୋ' କଲେ ନବୀନ, ହେଲେ ପ୍ରାର୍ଥୀଙ୍କୁ ନେଲେନି ?
ଅର୍ଗସ ବ୍ୟୁରୋ: ମାଳମାଳ ପୋଲିସ କର୍ମୀ, ଗହଳି ବେଶୀ ନଥିଲେ ବି ଟଙ୍କା ନେଇ ରାସ୍ତା କଡ଼ରେ ଛିଡା ହୋଇଥିଲେ ଜନତା । କେତେବେଳେ ନବୀନ ଆସିବେ ? କାହା ପାଇଁ ଭୋଟ୍‌ ମାଗିବେ ? ସେନେ
BOBBY DAS
ହାରିବା ଭୟରେ ବାଉଳି ହେଲେଣି ବବି
ଅର୍ଗସ ବ୍ୟୁରୋ: ହାରିବା ଭୟରେ ବିଳିବିଳି ହେଲେଣି ବବି । ସାମ୍ନାରେ ଯେବେ ହାରିବାର ଭୟ ଥାଏ ସେତେବେଳେ ଏମିତି ବାଉଳି ବୋଧହୁଏ ନେତାଏ ହୁଅନ୍ତି । ଖାସ କରି ବିଜେଡିର ନେତାଏ ଏବେ ବିଳିବିଳ