ଆଜି ଓ ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା
by Argus News
Thu, Jun 27 | 4:34 p.m.

ଅର୍ଗସ ବ୍ୟୁରୋ: ରାଜ୍ୟରେ ଜାରି ରହିଛି ବର୍ଷା। ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା। ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ । ପ୍ରବଳ ବର୍ଷା ସହ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ବିଶେଷ କରି ଆଜି ଓ ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ। 

୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, ଗଞ୍ଜାମ, ପୁରୀ, ଖୋର୍ଦ୍ଧାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ରାୟଗଡ଼ା, କଳାହାଣ୍ଡି, ଗଜପତି,କୋରାପୁଟ, ମାଲକାନାଗିରି, ନବରଙ୍ଗପୁର, ନୟାଗଡ଼, କଟକ, ଅନୁଗୁଳ, ଢେଙ୍କାନାଳରେ ପ୍ରବଳ ବର୍ଷା ସମ୍ଭାବନା ଓ ୨୪ ଜିଲ୍ଲାରେ ବିଜୁଳି ଘଡଘଡି ସହ କିଛି ଅଞ୍ଚଳରେ ଘଣ୍ଟାପ୍ରତି ୩୦ରୁ ୪୦କି.ମି ବେଗରେ ପବନ ବହିବା ସମ୍ଭାବନା ଥିବାରୁ ଉପରୋକ୍ତ ଜିଲାଗୁଡିକୁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଆସନ୍ତାକାଲି ପାଇଁ ୧୫ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଥିବା ବେଳେ ୧୧ ଜିଲ୍ଲାକୁ ପ୍ରବଳ ବର୍ଷା ଓ ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଜୁନ ୧ ରୁ ଆଜି ପର୍ଯ୍ୟନ୍ତ ୧୮୧.୬ ମିମି ବର୍ଷା ରେକର୍ଡ ହେବା କଥା କିନ୍ତୁ ରେକର୍ଡ ହୋଇଛି ୧୧୧.୧ ମିମି । ୩୯ ପ୍ରତିଶତ ନିଅଣ୍ଟିଆ ରହିଛି। ତେବେ ଚଳିତ ସିଜନରେ ୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ୪ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ୨୦ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି ।
ଗତ ୨୪ ଘଣ୍ଟାରେ ସର୍ବାଧିକ ବର୍ଷା କୋରାପୁଟ ଜିଲ୍ଲା କୋଟପାଡ଼ରେ ୧୫୨.୦ ମିମି ବର୍ଷା ରେକର୍ଡ଼ ହୋଇଥିବା ବେଳେ କନ୍ଧମାଳର  ଜି.ଉଦୟଗିରିରେ ୧୦୯.୬ ମିମି, ଭୁବନେଶ୍ବରରେ ୨୧.୩ ମିଲି ମିଟର ବର୍ଷା ରେକର୍ଡ କରାଯାଇଛି। 

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

ସମନ୍ବୟ ବୈଠକ
2m ago
ଆଜି ବସିବ ଚଳିତବର୍ଷ ରଥଯାତ୍ରାର ଶେଷ ସମନ୍ବୟ ବୈଠକ
ପୁରୀ: ଆଜି ଅନୁଷ୍ଠିତ ହେବ ଚଳିତବର୍ଷ ରଥଯାତ୍ରାର ତୃତୀୟ ବା ଶେଷ ସମନ୍ବୟ ବୈଠକ । ଚଳିତ ବର୍ଷ ଜୁଲାଇ 7 ତାରିଖରେ ହେବାକୁ ଥିବା ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାକୁ ଶୃଙ୍ଖଳିତ କରିବ
HOROSCOPE
37m ago
ଏକାଦଶୀରେ ଏହି 4 ରାଶି ପାଇଁ ଶୁଭ...
ଅର୍ଗସ ବ୍ୟୁରୋ: ଆଜି କେମିତି କଟିବ ଆପଣଙ୍କ ଦିନ । କଣ ରହିଛି ଆଜିର ଭାଗ୍ୟ ଭବିଷ୍ୟତ । ପଢନ୍ତୁ... ମେଷ- ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ଚାକିରୀ କ୍ଷେତ୍ରରେ ଭ
ସୁସ୍ଥ ହେବେ ମହାପ୍ରଭୁ
44m ago
ଦଶମୂଳ ସେବନ ପରେ ସମ୍ପୂର୍ଣ୍ଣ ସୁସ୍ଥ ହେବେ ମହାପ୍ରଭୁ
ପୁରୀ: ସ୍ନାନପୂର୍ଣ୍ଣିମା ଠାରୁ ଅଣସର ଘରେ ଅସୁସ୍ଥ ଥିବା ଚତୁର୍ଦ୍ଧାମୂର୍ତ୍ତୀ ଗତକାଲି ଦଶମୀ ତିଥିରେ ଶଯ୍ୟା ଛାଡିଛନ୍ତି। ଅଣସର ଘରେ ଚକାରେ ବିଜେ ହୋଇଛନ୍ତି ଶ୍ରୀବିଗ୍ରହ। ଆଜି ଖଳିଲାଗ