ଆର୍ଥିକ କ୍ଷତି ବା ଲାଭ ମଧ୍ୟ ରାଶି ଅନୁସାରେ ଫଳପ୍ରାପ୍ତି ହୋଇଥାଏ, ଆପଣଙ୍କ ରାଶି ଅନୁସାରେ ଜାଣନ୍ତୁ ଆର୍ଥିକ ସ୍ଥିତି
by Argus News
Thu, Apr 04 | 7:26 a.m.

ଅର୍ଗସ ବ୍ୟୁରୋ : ୦୪.ଗୁରୁବାର, ଆଜି କେମିତି କଟିବ ଆପଣଙ୍କ ଦିନ । କଣ ରହିଛି ଆପଣଙ୍କ ଭାଗ୍ୟ ଭବିଷ୍ୟତ । ଆସନ୍ତୁ ନଜର ପକାଇବା । 
ମେଷ-
ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ । ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ । ରାଜନିତିରେ  ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ

ବୃଷ-
ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ବ୍ୟବସାୟରେ ନୂଆ କୈାଶଳ ପ୍ରୟୋଗ କରିବେ । ନୂତନ ସ୍ଥାନ ବୁଲିଯିବାର ସୁଯୋଗ ମିଳିବ । ଭୂ-ସମ୍ପତି କିଣିବାର ଯୋଗ ରହିଛି ।  ମହିଳାଙ୍କ ଭାଗ୍ୟ ଉଦ୍ୟୟ ହୋଇପାରେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ ।  ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଲକ୍ଷ୍ମୀଙ୍କର ଆରଧନା କରନ୍ତୁ 

ମିଥୁନ-
ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । ଜମିଜମା କାରବାରରେ ଠକାମୀରେ ପଡିବେ । ମହିଳା ମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ

କର୍କଟ-
ବ୍ୟଥାରୁ ମୁକ୍ତି ମିଳିବ । ଯେକୈାଣସି କାମ କରିବା ବେଳେ ମନକୁ ଶାନ୍ତ ଋଖନ୍ତୁ । ବ୍ୟବସାୟରେ ପରିଶ୍ରମ ଅନୁଯାୟୀ ଫଳ ପାଇବେ । ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ । ମହିଳା ମାନେ ରକ୍ଷଣଶୀଳ ରହିବେ । ଆନନ୍ଦମୟ ମୂହୁର୍ତ ସାଙ୍ଗକୁ ଯଶମାନ ବୃଦ୍ଧି ହୋଇପାରେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨    
ପ୍ରତିକାର – ଶିବଙ୍କ ସହସ୍ର ନାମ ପାଠ କରନ୍ତୁ

ସିଂହ-
ଦାମ୍ପତ୍ୟ ଜୀବନ ସାମଞସ୍ୟ ବଜାୟ ରହିବ। ଛାତ୍ରଛାତ୍ରି ମାନେ ପଢା ପଢିରେ ନିରନ୍ତର ମନ ଦେବେ । ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ।  ସାଂସ୍କୃତିକ କାର‌୍ୟ୍ୟ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଉନ୍ନତି କରିବେ । 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ 

କନ୍ୟା-
ଆପଣଙ୍କ ଚିନ୍ତା ଧାରାକୁ ବଦଳାଇ ବ୍ୟବସାୟରେ ଲାଭବାନ୍ ହେବାକୁ ଚେଷ୍ଟା କରିବେ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଜମିଜମା ପାଇଁ ଅର୍ଥ ବ୍ୟୟ କରିପାରିବେ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ମହିଳା ମାନେ ବୁଦ୍ଧି ଖଟାଇ ପରିସି୍ଥତିକୁ ସୁଧାରି ନେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ

ତୁଳା-
କର୍ମକ୍ଷେତ୍ରରେ ଦାୟିତ୍ୱ ବଢିବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ  ନିଷ୍ପତି  ନେଇ ସଫଳ  ହେବେ । କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ । କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ

ବିଛା-
ସାଥୀଙ୍କ ମଧ୍ୟରେ ଏକ ଭଲ ପାରସ୍ପରିକ ବୁଝାମଣା ହେବ । ସରକାରୀ କ୍ଷେତ୍ରରୁ ଲାଭ ପାଇପାରିବେ ।  ଲେଖାପଢାରେ ସାଥିଙ୍କ ସାହାର‌୍ୟ୍ୟ ସହଯୋଗ ମିଳିବ । ସ୍ଥାବର ଅସ୍ଥାବର ସମ୍ପତିର ମାଲିକାନା ପାଇପାରନ୍ତି । ଶିକ୍ଷା ସହ ଜଡିତ କିଛି ଅସୁବିଧା ସାମ୍ନା କରିବାକୁ ପଡିପାରେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ 
ପ୍ରତିକାର – ହନୁମାନ ଚାଳିଶା  ପାଠ କରନ୍ତୁ 

ଧନୁ-
ବ୍ୟବସାୟ ବିଷୟରେ ଭଲ କଥା କହିବେ । ପାରିବାରିକ ଜୀବନ ଆମୋଦ ଦାୟକ ହେବ । ଭାଗ୍ୟ ଉଦ୍ୟୋଗି ହେବା ସହିତ,  ବାଣିଜ୍ୟରେ ଲାଭ ମିଳିବ । ଅସମ୍ପୂର୍ଣ୍ଣ କାମ ପୂର୍ଣ୍ଣାଙ୍ଗ କରିବାକୁ ଚେଷ୍ଟା କରିପାରନ୍ତି । ଅସାବଧାନତା ବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ। 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ମକର-
ଦାମ୍ପତ୍ୟ ଜୀବନରେ ସମ୍ପର୍କକୁ ଆଗକୁ ନେବାରେ ସଫଳ ହେବେ । ରାଜନୀତିରେ ବିରୋଧୀର ସମ୍ମୁଖୀନ ହେଲେ ମଧ୍ୟ ବିରୋଧି ପକ୍ଷ କିଛି କ୍ଷତି କରି ପାରିବେ ନାହିଁ । ଚାକିରୀ କ୍ଷେତ୍ରରେ ଭଲ ବେତନ ପାଇବେ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର‌୍ୟ୍ୟରେ ନିୟୋଜିତ ହୋଇପାରନ୍ତି
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ 

କୁମ୍ଭ-
ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଯଦି ଆପଣ ବହୁରାଷ୍ଟ୍ରୀୟ କମ୍ପାନୀରେ ଚାକିରି ପାଇଁ ଆବେଦନ କରି ସେଥିରେ ନିଶ୍ଚିନ୍ତ ଭାବରେ ସଫଳତା ପାଇବେ । ନିଜ ପରିସରରେ ଘଟିଯାଉଥିବା ଘଟଣାରେ ମୁଣ୍ଡ ପୂରାନ୍ତୁ ନାହିଁ । ନିର୍ମାଣାଧୀନ କାମ ଓ ଜମିଜମା ବିବାଦୀୟ ପରିସ୍ଥିତି ସ୍ଥଗିତ ରହିଯିବ। 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ମୀନ- 
ପରିବାରରେ କିପରି ତିକ୍ତତା ନଆସେ ସେଥି ଉପରେ ନଜର ରଖିବା ଆବଶ୍ୟକ । ଆପଣଙ୍କର ଦାମ୍ପତ୍ୟ ଜୀବନକୁ ସୁନ୍ଦର କରିବେ । ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି । ଧର‌୍ୟ୍ୟର ସହିତ ସବୁ କାର‌୍ୟ୍ୟକୁ ସମାଧାନ କରିପାରିବେ । ପ୍ରତିଷ୍ଠିତ ଲୋକଙ୍କ ସହିତ ସୁସଂପର୍କ ସ୍ଥାପନ ହେବ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଜ ମନ୍ତ୍ର ପାଠ କରନ୍ତୁ

ଅମିତ ଶାହ
11m ago
ଆସନ୍ତା କାଲି ପରଜଙ୍ଗ ଆସୁଛନ୍ତି ଅମିତ ଶାହ , ବିଶାଳ ଜନସଭାକୁ କରିବେ ସମ୍ବୋଧନ
ଢେଙ୍କାନାଳ : ଆସନ୍ତା କାଲି ପରଜଙ୍ଗ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ବିଶାଳ ଜନସଭାକୁ କରିବେ ସମ୍ବୋଧନ |ତେବେ ପରଜଙ୍ଗ ନିର୍ବାଚନ ମଣ୍ଡଳୀ କଙ୍କଡାହାଡ଼ ବ୍ଲକର ବାଟ ଗା
ମତଦାନ
15m ago
ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ: ଦିନ ଗୋଟାଏ ସୁଦ୍ଧା ୩୫.୩୧ ପ୍ରତିଶତ
ଭୁବନେଶ୍ୱର: ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଚାଲିଛି ଭୋଟିଂ । ଦିନ ଗୋଟାଏ ସୁଦ୍ଧା ୩୫.୩୧ ପ୍ରତିଶତ ମତଦାନ । 5 ଲୋକସଭା ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର
ପଞ୍ଚମ ପର୍ଯ୍ୟାୟ
29m ago
ପଞ୍ଚମ ପର୍ଯ୍ୟାୟ ନିର୍ବାଚନରେ ମତଦାନ କଲେ ବଲିଉଡ ସେଲିବ୍ରିଟି
ଅର୍ଗସ ବ୍ୟୁରୋ: ଆଜି ସକାଳୁ ପଞ୍ଚମ ପର୍ଯ୍ୟାନ ନିର୍ବାଚନ ଆରମ୍ଭ ହୋଇ ଯାଇଥିବା ବେଳେ ଭୋଟ୍‌ ଦେଉଛି ଦେଶ। ସାଧାରଣ ଜନତାଙ୍କଠାରୁ ନେଇ ବିଭିନ୍ନ ସେଲିବ୍ରିଟି ନିଜର ମତଦାନ କରିବାକ