ଆଜି ଏହି ରାଶିର ଲୋକଙ୍କ ବଦଳିବ ଭାଗ୍ୟ, ପଢ଼ନ୍ତୁ ଆଜିର ଆର୍ଥିକ ରାଶିଫଳ
by Argus News
Thu, Feb 22 | 7:17 a.m.

ଅର୍ଗସ ବ୍ୟୁରୋ : ୨୨. ଗୁରୁବାର, କଣ ରହିଛି ଆପଣଙ୍କ ଭାଗ୍ୟଫଳ । କେମିତି କଟିବ ଆପଣଙ୍କ ଦିନ । ଘରୁ ବାହାରିବା ପୂର୍ବରୁ ଦେଖିନିଅନ୍ତୁ ରାଶିଫଳ ।  
ମେଷ-
ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଜମିଜମା କାରବାର, ନିର୍ମାଣ, ପ୍ରଶାସନ, ଗଣଯୋଗାଯୋଗ କ୍ଷେତ୍ରରେ ଉନ୍ନତ ଫଳ ପାଇବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ସୂର‌୍ୟ୍ୟ ଦେବତାଙ୍କୁ ମନ୍ଦାର ଫୁଲ ଅର୍ପଣ କରନ୍ତୁ  

ବୃଷ-
ଏକାଧିକ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି । କର୍ମକ୍ଷେତ୍ରରେ ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ଜମି କିଣିବା ବେଳେ ଗୁରୁଜନଙ୍କ ପରାମର୍ଶ ଭଲ ରହିବ । ଅଳ୍ପ ପରିଶ୍ରମ କରି ଅଧିକ ଧନ ପାଇବାର ଆଶା ଦେଖାଦେବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ମିଥୁନ-
ପାରିବାରିକ ସ୍ତରରେ ଜିଦ୍ଖୋର ପ୍ରକୃତିରୁ ଅନର୍ଥ ସୃଷ୍ଟି ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ଶିକ୍ଷାତ୍ରୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫    
ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅ

କର୍କଟ-
ପରିବହନ ଓ ଶିଳ୍ପରେ ମାନ୍ଦା ହେବାର ଦେଖାଦେଇ ପାରେ । ନିଷ୍ପତି ମୂଳକ କାର‌୍ୟ୍ୟରେ ଆଗପଛ ହୋଇ ପାରନ୍ତି । ପୁରୁଣା ସମସ୍ୟା ତୁଟିଯାଇଥିଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ । ପ୍ରତିଯୋଗୀତା କ୍ଷେତ୍ରରେ ବିଜୟୀ ହେବେ ଓ କଚେରି ମାମଲା ସପକ୍ଷରେ ଯିବେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ସିଂହ-
ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢତାର ସହ ସମ୍ମୁଖୀନ ହୋଇ କାମ କରିବେ । ଶତ୍ରୁତା ମନୋଭାବ ପୋଷଣ କରି କର୍ମ କ୍ଷେତ୍ରରେ କେହି ପ୍ରତିବାଦର ସ୍ୱର ଉତ୍ତୋଳନ କରିପାରନ୍ତି । ମାଲିମକଦ୍ଦମାରେ ଜୟଯୁକ୍ତ ହେବେ । ମହିଳାମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ରାମଙ୍କୁ ପୂଜା କରନ୍ତୁ

କନ୍ୟା-
ବନ୍ଧୁଙ୍କ ସାହାଯ୍ୟରେ କାମ ହାସଲ କରିବେ । ଯେଉଁ ଜିନିଷଟି ନ ପାଇ ବ୍ୟସ୍ତ ହେଉଥିଲେ ଆଜି ତାହା ସୁବିଧାରେ ପାଇଯିବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ ।   ମାଲିମକନ୍ଦମାରେ ସାମାନ୍ୟ ସଫଳତା ମିଳିବ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -   ଐ୍ୟଂ ସ୍ତୀଂ ଶ୍ରୀଂ ବୁଧାୟ ନମଃ ଜପ କରନ୍ତୁ

ତୁଳା-
ଇ୍ୟବସାୟରେ ଆଶା ଅନୁଯାୟୀ ଫଳ ମିଳିବ । ଆଇନ, ଅଦାଲତ  ସଫଳତା ଯୋଗୁ ମନ ଖୁସି ରହିବ । ଛାତ୍ର ଛାତ୍ରୀ ମାନେ ପଢାରେ ମନଯୋଗ ରଖି ପାରିବେ ନାହିଁ । କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ

ବିଛା-
ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ମାଲି ମକଦ୍ଦମା, ତର୍କବିତର୍କ, ସଭା ସମିତି, ସଙ୍ଗଠନ, କ୍ଷେତ୍ରରୁ ଶୁଭଫଳ ପାଇବେ । ରାଜନିତିରେ ଥିବା ବ୍ୟକ୍ତି ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା  ପାଠ  କରନ୍ତୁ

ଧନୁ-
ପରିବାରରେ ପାରସ୍ପରିକ ବୁଝାମଣା ହେତୁ ଭ୍ରାତୃ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ । କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତି ସମସ୍ୟା ବଢ଼ାଇ ଦେଇପାରନ୍ତି ।  ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ସାଙ୍ଗଠନିକ କାର‌୍ୟ୍ୟରେ ଯୋଗଦାନ କରି ପାରନ୍ତି । ଆୟନ ଛାତ୍ରଙ୍କ ପାଇଁ ଦିନଟି ଭଲ ରହିବ ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩    
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ମକର-
ପାରିବାରିକ ଜୀବନ ସୁଖ ଏବଂ ଶାନ୍ତିରେ କଟିବ । ଅଫିସ୍ରେ ସମସ୍ତେ ଆପଣଙ୍କୁ ସହଯୋଗ କରିବେ । ସଭାସମିତିରେ ଅପ୍ରିୟ ସତ କହି ସମାଲୋଚିତ ହୋଇପାରନ୍ତି । ଛାତ୍ରଛାତ୍ରୀ ମାନେ ସେମାନଙ୍କ ଶିକ୍ଷା ଉପରେ ଅଧିକ ଧ୍ୟାନ ଦେବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ 

କୁମ୍ଭ-
ପରିବାର ଲୋକ ଆପଣଙ୍କ ଠାରୁ ଅନେକ କିଛି ଆଶା କରିବେ । ସାମାଜିକ କାର‌୍ୟ୍ୟରେ ରୁଚି ବଢିବ । ଚାକିରିଆ ଉଚ୍ଚ ପଦବୀ ପ୍ରାପ୍ତ କରିବେ ।  ସଙ୍ଗୀତରେ ରୁଚି ରଖିଥିବା ଲୋକଙ୍କୁ ଭଲ ଗୁରୁ ମିଳିବେ । ଦରକାରୀ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କ ମନ୍ତ୍ରକୁ ଜପ କରନ୍ତୁ

ମୀନ-
କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ହୋଇ ପାରନ୍ତି । ବ୍ୟକ୍ତିମାନେ ସଭାସମିତିରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭକରି ଖୁସି ରହିବେ। ରାଜନୀତିରେ ବଡ ଆହ୍ୱାନକୁ ଦୃଢଭାବେ ମୁକାବିଲା କରନ୍ତୁ । ପୈତୃକ ସମ୍ପତ୍ତି ବ୍ୟବହାର କରି କିଛ଼ି ଅର୍ଥ କମାଇ ପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଅଧିକ ପଢ଼ନ୍ତୁ ରାଶିଫଳ ଖବର

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ