କେମିତି ପ୍ରସ୍ତୁତ ହୁଏ ଦଶମୂଳ ମୋଦକ ?
by Argus News
Tue, Jul 02 | 1:47 p.m.

ପୁରୀ: ଆଜି ହେଉଛି ମହାପ୍ରଭୁଙ୍କ ଖଳିଲାଗି ଏକାଦଶୀ । ସ୍ନାନପୂର୍ଣ୍ଣିମାରୁ ଅଣସର ଘରେ ଅସୁସ୍ଥ ଥିବା ଚତୁର୍ଦ୍ଧାମୂର୍ତ୍ତି ଗତକାଲି ଦଶମୀ ତିଥିରେ ଶଯ୍ୟା ଛାଡିଛନ୍ତି । ଅଣସର ଘରେ ଚକାରେ ବିଜେ ହୋଇଛନ୍ତି ଶ୍ରୀବିଗ୍ରହ । ଶୟନରତ ଅବସ୍ଥାରେ ଅଣସର ପିଣ୍ଡିରେ ବିଶ୍ରାମ କରୁଥିବା ମହାପ୍ରଭୁ ଚକା ଉପରେ ବିଜେ କରିଛନ୍ତି । ବିଶ୍ରାମ ଅବସ୍ଥାରୁ ଚକା ଉପରେ ବିଜେ ହେବା ସ୍ଥିତି ମହାପ୍ରଭୁଙ୍କ ସୁସ୍ଥତାର ପରିଚୟ ଦେଇଛି । 

ଏହାରି ଭିତରେ ରାଜବୈଦ୍ୟଙ୍କ ଦ୍ବାରା ପ୍ରସ୍ତୁତ ହୋଇଥିବା ଦଶମୂଳ ମୋଦକ ଶ୍ରୀମନ୍ଦିରରେ ଆସି ପହଞ୍ଚିସାରିଛି । ଏକାଦଶୀ ତିଥି ପରେ ମହାପ୍ରଭୁଙ୍କୁ ଏହା ଲାଗି କରାଯିବାର ପରମ୍ପରା ରହିଛି । ଆଜି ଖଳିଲାଗି ଏକାଦଶୀରେ ଠାକୁରଙ୍କୁ ଖଳି ଲାଗି କରାଯିବ । ଦଇତା ଓ ପତିମହାପାତ୍ର ସେବାୟତ ତିନି ବାଡରେ ଶ୍ରୀଅଙ୍ଗରେ ଚନ୍ଦନ ଲେପନ କରିବେ । ଚନ୍ଦନରେ କର୍ପୂର, କେଶର ଓ ଆବଶ୍ୟକ ପରିମାଣର କସ୍ତୁରୀ ମିଶାଯାଇ ଶ୍ରୀବିଗ୍ରହ ମାନଙ୍କୁ ଲାଗି କରାଯିବାର ବିଧି ରହିଛି । 

କେମିତି ପ୍ରସ୍ତୁତ ହୁଏ ଦଶମୂଳ ?

ଶ୍ରୀମନ୍ଦିର ବୈଦ୍ୟମାନେ ଦଶମୂଳ ପ୍ରସ୍ତୁତ କରି ଗାରଦରେ ଦାଖଲ କରିଛନ୍ତି ।  ମହାପ୍ରଭୁଙ୍କ କବିରାଜମାନେ ଏହାକୁ ଶୁଦ୍ଧପୁତ ଭାବରେ ପ୍ରସ୍ତୁତ କରିଛନ୍ତି । ଆୟୁର୍ବେଦ ପଦ୍ଧତି ଓ ଶାସ୍ତ୍ରନୁସାରେ ଏହାକୁ ପ୍ରସ୍ତୁତ କରାଯାଇଛି । 

କବିରାଜଙ୍କ କହିବାନୁସାରେ, ଶାଳପର୍ଣ୍ଣିଂ, ଗମ୍ଭାରୀ, ଲବାଙ୍ଗ କୁଳି,ଫଣଫଣା,କୃଷ୍ଣ ପର୍ଣ୍ଣି, ବେଲ,ଖଣିବଥୁ, ପଟଳି, ଖୁଆ,ଅଙ୍କରାନ୍ତି,ଗୋଖରା,ଲମ୍ବାଗୋତି,ଦେଶୀଘିଅ, ମହୁ, ନବାତ, ଖୁଆ ସର, ଭାଙ୍ଗ ଆଦି ପ୍ରକୃତିର ଉତ୍ପାଦ ସମ୍ମିଶ୍ରଣରେ ମହାପ୍ରଭୁଙ୍କ ପାଇଁ ଏହି ଔଷଧ ପ୍ରସ୍ତୁତ ହୋଇଛି । ମହାପ୍ରଭୁଙ୍କ ଏହି ମହୌଷଧିରେ 3 କେଜିରୁ ଅଧିକ ଚେରମୂଳି ବ୍ୟବହୃତ ହୋଇଛି । ଧନ୍ୱନ୍ତରୀ ଆୟୁର୍ବେଦ ଶାସ୍ତ୍ର ଆଧାରରେ ଏହି ମୋଦକ ପ୍ରସ୍ତୁତ ହୋଇଛି । 

 

ତେବେ ଚାରିଦିନ ଧରି ଶ୍ରୀଅଙ୍ଗରେ ଓଷ ଲାଗି ପରେ ଧିରେଧିରେ ଜ୍ବରରୁ ଉପଶମ ହୋଇଛନ୍ତି ମହାପ୍ରଭୁ । ରାଜବୈଦ୍ୟଙ୍କ ଦ୍ବାରା ପ୍ରସ୍ତୁତ ହୋଇଥିବା ଦଶମୂଳ ସେବନ ପରେ ମହାପ୍ରଭୁ ସଂପୂର୍ଣ୍ଣ ସୁସ୍ଥ ହେବେ।  

ଆଜି ମହାପ୍ରଭୁ ବାରଲାଗି ପାଟ ପରିଧାନ କରିବା ସହ ତୁଳସୀ ଲାଗି କରିବା ପରେ ମହାପ୍ରଭୁଙ୍କୁ ଦଶମୂଳ ଲାଗି କରାଯିବ । ଏହାପରେ ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହେବେ । ତେବେ ମହାପ୍ରଭୁ ଜ୍ୱରରେ ଅସୁସ୍ଥ ଥିବାରୁ ଭୋଗଲାଗି ସମୟରେ  ଘଣ୍ଟ ବାଜିବା ବନ୍ଦ ରହିଥାଏ । ଆଜି ଖଳି ଲାଗି ସମୟରେ ଘଣ୍ଟ ଓ କାହାଳୀ ବଜାଇ ଶ୍ରୀଜୀଉ ମାନେ ସୁସ୍ଥ ହେଉଥିବା ବାର୍ତ୍ତା ଭକ୍ତଙ୍କୁ ଜଣାଇବାର ପରମ୍ପରା ରହିଛି । ଏକାଦଶୀ ତିଥିର ପୂର୍ବରୁ ବିନା ତୁଳସୀରେ ଧଳା ଫୁଲରେ ପୂଜା ପାଉଥିବା ମହାପ୍ରଭୁଙ୍କୁ ଆଜିଠାରୁ ତୁଳସୀ ଲାଗି ହେବାର ବିଧି ରହିଛି । ଆସନ୍ତାକାଲି  ଅଣସର ଦ୍ୱାଦଶୀ ନୀତି । ଏହି ନୀତି ବିଶେଷ ମହତ୍ତ୍ବପୂର୍ଣ୍ଣ । କାରଣ, ଏହିଦିନ ରାଜ ନଅରକୁ ରାଜପ୍ରସାଦ ବିଜେ କରାଯାଏ ଏବଂ ମହାପ୍ରଭୁଙ୍କ ସୁସ୍ଥତାର ଖବର ଗଜପତି ମହାରାଜାଙ୍କୁ ଦିଆଯାଏ ।

ପ୍ରଧାନମନ୍ତ୍ରୀଙ୍କ ସହ
9m ago
ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କଲା ବିଶ୍ବ ଚାମ୍ପିୟନ ଭାରତୀୟ ଟିମ
ଅର୍ଗସ ବ୍ୟୁରୋ: ଗତ ମାସ ୨୯ ତାରିଖରେ ଟି-୨୦ ବିଶ୍ୱକପର ଫାଇନାଲ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୭ ରନରେ ପରାସ୍ତ କରି ଭାରତ ୧୭ ବର୍ଷ ପରେ ବିଶ୍ୱ ଚାମ୍ପିୟନ ହୋଇଥିଲା । ୨୦୦୭ରେ ଟିମ୍ ଇଣ୍ଡି
ଆଉ ଟିମ୍ ଇଣ୍ଡିଆର
30m ago
ଆଉ ଟିମ୍ ଇଣ୍ଡିଆର କୋଚ ଭାବେ ନଜର ଆସିବେନି `ଦି ୱାଲ'
ଅର୍ଗସ ବ୍ୟୁରୋ: ଭାରତୀୟ ଦଳ ବିଶ୍ବ ବିଜେତା ହୋଇ ସାରିଛି। ଭାରତ ଆଜି ଭାରତୀୟ ଦଳକୁ ନେଇ ଗର୍ବିତ। ଦୀର୍ଘ ଦିନର ସ୍ୱପ୍ନ ବି ସାକାର ହୋଇଛି । ଫ୍ୟାନ୍ସ ଖୁସି ଅଛନ୍ତି, ଟିମ୍ ଇଣ୍ଡିଆର ଖେଳାଳ
ନୋଟ
31m ago
ନୋଟ କେଉଁ କାଗଜରୁ ତିଆରି ?
ଅର୍ଗସ ବ୍ୟୁରୋ : ଆପଣ ଯେଉଁ ୧୦୦, ୨୦୦ ଏବଂ ୫୦୦ ଟଙ୍କିଆ ନୋଟ ବ୍ୟବହାର କରୁଛନ୍ତି ତାହା କେଉଁ ପ୍ରକାରର କାଗଜରୁ ବନିଛି କେବେ ଭାବିଛନ୍ତି ? ୨୦୧୬ ମସିହା ନଭେମ୍ବର ୮ ତାରି