କେମିତି କଟିବ ଆଜିର ଦିନ: ସତର୍କ ରୁହନ୍ତୁ ଏହି ରାଶିର ବ୍ୟକ୍ତି
by Argus News
Fri, Sep 13 | 8:19 a.m.

ଅର୍ଗସ ବ୍ୟୁରୋ: ଆଜିର ଦିନଟି କେମିତି କଟିବ ଆପଣ ଚିନ୍ତିତ ଅଛନ୍ତି କି? ତାହେଲେ ଜାଣନ୍ତୁ ଆପଣଙ୍କ ରାଶିଫଳ।
ମେଷ-
ସ୍ୱାସ୍ଥ୍ୟ  ପାଇଁ ସତର୍କତା ଅବଲମ୍ବନ କରିବାକୁ ପଡିବ । ବ୍ୟବସାୟ ,ବାଣିଜ୍ୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି । ପରିବାର ଭିତରେ ଖୁସିର ବାତାବରଣ ସୃଷ୍ଟି ହେବ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ ମିଳିବ । ମନକୁ ଆଘାତ ଲାଗିଲା ପାରି କଥା ଶୁଣିବାକୁ ପାଇ ପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - କିଛି ମିଠା ଖାଇ ଘରୁ ବାହାରନ୍ତୁ
ବୃଷ-
କାର୍ଯ୍ୟକୁ ଅତି ଗମ୍ଭୀରତାର ସହିତ ଗ୍ରହଣ କରିବେ ଏବଂ ବହୁତ ପରିଶ୍ରମ କରିବେ । ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା' କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ସରକାରଙ୍କ ତାରଫରୁ ଆପଣଙ୍କୁ ବ୍ୟବସାୟ କରିବାର ସୁଯୋଗ ମିଳିପାରେ । ଦାମ୍ପତ୍ୟ ଜୀବନରେ ପତୀପତ୍ନୀ ମଧ୍ୟରେ ଥିବା ତିକ୍ତତା ଭାବ ଦୂରିଭୂତ ହୋଇଯିବ । ବିନିଯୋଗ କରିବାର ଅର୍ଥର ଲାଭାଂଶ ପାଇବେ। ବିଦ୍ୟାର୍ଥୀ ମାନେ ଉତ୍ତମ ଫଳ ପାଇବେ । ଔଷଧ ବ୍ୟବସାୟୀଙ୍କୁ ଭଲ ଲାଭ ହେବ । 
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବୁଧଙ୍କର ଗାୟତ୍ରୀ ପାଠ କରନ୍ତୁ
କର୍କଟ-
ନିଜ କାର‌୍ୟ୍ୟ କ୍ଷେତ୍ରରେ ଭଲ ପ୍ରଦର୍ଶନ କରିବାକୁ ସକ୍ଷମ ହେବେ । ପାରିବାରିକ ଜୀବନରେ ଚାଲିଥିବା ଚାପରେ ସାମାନ୍ୟ ହ୍ରାସ ଘଟିବ । ସେୟାର ବଜାରରେ ଅର୍ଥ ନିବେଶ କରି ଲାଭାଂଶ କମାଇବେ । ଆଗ୍ରହୀ ବିଷୟଗୁଡିକ ଅଧ୍ୟୟନ କରିବାରେ ସୁଯୋଗ ପାଇବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ମା' ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି
ସିଂହ-
ବିବାହିତ ଜୀବନରେ ମଧୁରତା ଦେଖାଦେବ । ସରକାରୀ କ୍ଷେତ୍ରରୁ ଲାଭ ପାଇ ପାରିବେ । ଛାତ୍ରଛାତ୍ରୀ ମାନଙ୍କର ମାନସିକ ବିକାଶ ଘଟିବ । କୌଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । ସାହିତ୍ୟ ଓ ପ୍ରଯୁକ୍ତି ବିଜ୍ଞାନ କ୍ଷେତ୍ରରେ ଅନୁକୂଳ ପରିବେଶ ରହିବ । 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର– ବିଷ୍ଣୁଙ୍କୁ ପୂଜା କରି ଦିନଟି ଆରମ୍ଭ କରନ୍ତୁ
କନ୍ୟା-
ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ  ଅନାବଶ୍ୟକ  ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ ।  ବିଦେଶରେ ରହି ପଢିବାର ସ୍ୱପ୍ନ ପୂରଣ ହୋଇପାରେ । ନୂଆ ଜମି କିଣିବା ଆଗରୁ ଶୁଭ ମୂହୁର୍ତ ଦେଖି କିଣନ୍ତୁ। ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଶ୍ରୀ ବିଷ୍ଣୁଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ  
ତୁଳା-
ଆପଣ ନିଜ ସ୍ୱାସ୍ଥ୍ୟ ପ୍ରତି ସତର୍କ ରହିବା ଆବଶ୍ୟକ । କର୍ମ କ୍ଷେତ୍ରରେ ସହକର୍ମୀ ମାନେ କୌଶଳ କରି ଆପଣଙ୍କ ଠାରୁ କାର୍ଯ୍ୟ ହାସଲ କରିବାରେ ସକ୍ଷମ ହେବେ । କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ଉନ୍ନତିର ସୁଯୋଗ ପାଇବେ । ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ପାଇବେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର –ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ
ବିଛା-
ବ୍ୟବସାୟରେ କିଛି ନୂତନ ପରିବର୍ତ୍ତନ ଆଣିବେ ।  ପିତାମାତାଙ୍କ ସାହାର‌୍ୟ୍ୟ ଓ ସହଯୋଗ ପାଇବେ । ପ୍ରେମ ସମ୍ପର୍କ ତୀବ୍ର ହୋଇପାରେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ବିଦ୍ୟାର୍ଥୀ କ୍ୟାରିୟରରେ ଉନ୍ନତି ପାଇଁ ଅଧିକ ପରିଶ୍ରମ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ
ଧନୁ-
ନିଜର ସ୍ୱାସ୍ଥ୍ୟ ପ୍ରତି  ଧ୍ୟାନ ଦିଅନ୍ତୁ । ଆପଣଙ୍କ ବ୍ୟବସାୟକୁ ଅଗ୍ରଗତି କରାଇବେ ଏବଂ ଏକ ନୂତନ ଦିଗକୁ ନେଇଯିବେ । ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କ ଆଶା ଶେଷରେ ପୂରଣ ହେବ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଘିଅ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ମକର-
ପାରିବାରିକ ଜୀବନରେ କମ୍ ଚାପ ରହିବ । ପତି,ପତ୍ନୀଙ୍କ ମଧ୍ୟରେ ସମ୍ପର୍କ ମଜବୁତ ରହିବ । ଆପଣ କିଛି ଆର୍ଥିକ ଅସୁବିଧାର ସମ୍ମୁଖୀନ ହେବେ । ପଇସାପତ୍ରକୁ ନେଇ  ଅନର୍ଥ ସୃଷ୍ଟି ହୋଇପାରେ । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ପ୍ରେମୀଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ। ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ ।  ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗୀତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା' ଶାରଳାଙ୍କ ଆରଧନା କରନ୍ତୁ
ମୀନ-
ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ । ଦୀର୍ଘ ଦିନର ଘରୋଇ ସମସ୍ୟା ଦୂର ହୋଇଯିବ । ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ପୂର୍ବର ଚିନ୍ତା ସମସପ୍ତ ହୋଇଯିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ପ୍ରଶଂସା ମିଳିବ । 
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଅଧିକ ପଢ଼ନ୍ତୁ ରାଶିଫଳ ଖବର 
 

BANANA PRICE
କମେଡିଆନ କଦଳୀ, ଦାମ୍ 52 କୋଟି
ଅର୍ଗସ ବ୍ୟୁରୋ: କଦଳୀର ଦାମ୍ 52 କୋଟି 70 ଲକ୍ଷ । କ'ଣ ଭାବୁଛନ୍ତି ଗୋଟେ କାନ୍ଦି କି ବହୁତ ଗୁଡିଏ କଦଳୀ ହୋଇଥିବ । ନା...ନା ମାତ୍ର ଗୋଟିଏ କଦଳୀର ଦାମ୍ 52 କୋଟି 70 ଲକ୍ଷ । ଏହାର ନା
ପାକିସ୍ତାନରେ ହିଂସା
ପାକିସ୍ତାନରେ ହିଂସାକାଣ୍ଡରେ 18ରୁ ଅଧିକ ଲୋକଙ୍କ ମୃତ୍ୟୁ
ଅର୍ଗସ ବ୍ୟୁରୋ: ପାକିସ୍ତାନରେ ହିଂସାକାଣ୍ଡରେ 18ରୁ ଅଧିକ ଲୋକଙ୍କ ମୃତ୍ୟୁ । ପଶ୍ଚିମ-ଉତ୍ତର ପାକିସ୍ଥାନର ଖୈବର ପଖତୁନଖୱା ଅଞ୍ଚଳରେ ଗୋଷ୍ଠୀ ସଂଘର୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮ରୁ ଅଧି
ରତ୍ନଭଣ୍ଡାର
ରତ୍ନଭଣ୍ଡାର ଜିପିଆର୍-ଜିପିଏସ୍ ସର୍ଭେ ରିପୋର୍ଟ ହସ୍ତଗତ
ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ନେଇ ଏ.ଏସ୍.ଆଇ. ପକ୍ଷରୁ କରାଯାଇଥିବା ଜିପିଆର୍-ଜିପିଏସ୍ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହୋଇଛି । ଏ.ଏସ୍.ଆଇ. ପକ୍ଷରୁ ଏହି କାର୍ଯ୍
ଓଡ଼ିଶା ପର୍ବ
ରାଜଧାନୀ ଦିଲ୍ଲୀରେ ଓଡ଼ିଶା ପର୍ବର ଦ୍ବିତୀୟ ଦିନ
ଅର୍ଗସ ବ୍ୟୁରୋ: ଓଡ଼ିଆ ସଂସ୍କୃତିର ପ୍ରଚାର ଓ ସୁରକ୍ଷା ପାଇଁ ‘ଓଡ଼ିଆ ସମାଜ’ର ବଡ଼ ପ୍ରୟାସ । ଓଡ଼ିଶା ପର୍ବରେ ଜମୁଛି ଓଡ଼ିଆଙ୍କ ଭିଡ । ଦ୍ବିତୟ ଦିନ ପ୍ରଥମ ପର୍ଯ୍ୟାୟର
`ସୁଭଦ୍ରା'
‘ସୁଭଦ୍ରା’ରୁ ବାଦ୍‌ ୨.୬୭ ଲକ୍ଷ ହିତାଧିକାରୀଙ୍କ ଯାଞ୍ଚ ହେଲା ଶେଷ
ଅର୍ଗସ ବ୍ୟୁରୋ: ଯେଉଁ ଆବେଦନକାରୀଙ୍କୁ ସୁଭଦ୍ରା ଯୋଜନାରୁ ବାଦ୍ ଦିଆଯାଇଥିଲା, ସେମାନଙ୍କୁ ଆଉ ଚିନ୍ତା କରିବାର ନାହିଁ । ରବିବାର ସାମିଲ ହେବେ ବାଦ୍‌ ପଡ଼ିଥିବା ଆବେଦନକାରୀ