କିପରି କଟିବ ଆଜିର ଦିନ, ଜାଣନ୍ତୁ ଆପଣଙ୍କ ରାଶିଫଳ...
by Argus News
Sun, Dec 10 | 9:55 a.m.

ରବିବାର

ଅର୍ଗସ ବ୍ୟୁରୋ : କେମିତି କଟିବ ଆଜି ଆପଣଙ୍କ ଦିନ । ପଢ଼ନ୍ତୁ ଆପଣଙ୍କ ରାଶିଫଳ କଣ କହୁଛି...
ମେଷ-
ବିଦେଶରେ ରହି ବ୍ୟବସାୟ କରୁଥିବା ବ୍ୟକ୍ତିମାନଙ୍କ ପାଇଁ ଅତ୍ୟଧିକ ଲାଭ ପାଇବେ । ପାରିବାରିକ କ୍ଷେତ୍ରରେ ଉଥାନ,ପତନରେ ଗତି କରିବେ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତ୍ରୁମାନଙ୍କୁ ମୁକାବିଲା କରିପାରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଗୋ ମାତାଙ୍କୁ କିଛି ଘାସ ଖାଇବାକୁ ଦିଅନ୍ତୁ

ବୃଷ-
ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଯେଉଁ ବ୍ୟକ୍ତି ମାନେ ନୂଆ ଚାକିରି ଚାହୁଁଛନ୍ତି ସୋମାନେ ଏଥିରେ ସଫଳ ହେବେ । ବିଦ୍ୟାର୍ଥୀ ମାନେ ଶିକ୍ଷାକ୍ଷେତ୍ରରେ ଅତ୍ୟନ୍ତ ଶୁଭ ଫଳ ପାଇବେ । 
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ମୂଳମନ୍ତ୍ର  ପାଠ  କରନ୍ତୁ     

ମିଥୁନ-
ପୁରାତନ ରୋଗର ଉପଶମ ହୋଇ ସ୍ୱାସ୍ଥ୍ୟରେ ସୁଧାର ଆସିବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇପାରନ୍ତି । କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ । ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଂଶସାକୁ ସହି ନପାରି କଟୁ ମନ୍ତବ୍ୟ ଦେଇପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

କର୍କଟ-
ସାମାଜିକ ପ୍ରତିଷ୍ଠା,ମାନସମ୍ମାନ, ବୃଦ୍ଧି ପାଇବ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ । ଆଲୋଚନା ଅନୁଯାୟୀ କାମ ସବୁ ଠିକରେ ହୋଇଯିବ ।  
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଭୁବନେଶ୍ୱରୀ  ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ 

ସିଂହ-
କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାର‌୍ୟ୍ୟ ସହଯୋଗ କରିବେ। ଉତ୍ତରାଧିକାରୀ ଓ ପୈତୃକ ସମ୍ପତ୍ତିକୁ ନେଇ କୋର୍ଟକଚେରୀ ମାମଲାରେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ଅଧିକ ଲୋକସମ୍ପର୍କ ଫଳରେ ଆତ୍ମସନ୍ତୋଷ ମିଳିବ ।
ଶୁଭ ରଙ୍ଗ - ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଇଷ୍ଟ ଦେବୀ  ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ
କନ୍ୟା-
ନିଜ କାମ ଉପରେ ଧ୍ୟାନ ଦେଲେ କଠିନ ପରିଶ୍ରମର ଫଳାଫଳ ପାଇବେ । ଆୟର ନୂତନ ଉତ୍ସଗୁଡିକ ବିକାଶ କରିପାରିବେ । କ୍ରୋଧକୁ ଦମନ କରି ହସଖୁସିରେ ବାତାବରଣ ସୃଷ୍ଟି ହେବ । ଓକିଲାତି ଓ ପରିଚାଳନ ସହିତ ଜଡିତ ଲୋକଙ୍କୁ ବହୁତ ସମ୍ମାନ ମିଳିପାରେ । କୌଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର -  ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ତୁଳା-
କର୍ମକ୍ଷେତ୍ରରେ ଆପଣ କିଛି ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ବ୍ୟବସାୟରେ ବିଶେଷ ଲାଭାନ୍ୱିତ ହୋଇପାରନ୍ତି । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ । ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜା କରନ୍ତୁ

ବିଛା-
ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ୱିତ ହେବେ । ବନ୍ଧୁ ମିତ୍ରଙ୍କର ଆର୍ଥୀକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ ।ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ଶତ୍ରୁ ଓ ବିରୋଧୀ ଅପଦସ୍ଥ ହେବେ । ପତିପତ୍ନୀଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ଓଁ ନୃଂ ନୃଂ ନୃଂ ନୃସିଂହାୟ ନମଃ  ପାଠ କରନ୍ତୁ

ଧନୁ-
ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ । ବ୍ୟବସାୟରେ ଅଂଶୀଦାର ମାନଙ୍କ ସହ କିଛି ଚୁକ୍ତିନାମା କରିପାରନ୍ତି । ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା  ଦିଗକୁ ମନ ବଳେଇ ପାରନ୍ତି । ନୂତନ ବନ୍ଧୁଙ୍କ ଭେଟ ହେବା ଫଳରେ ଅଟକି ଯାଇଥିବା କାମକୁ ସମ୍ପୂର୍ଣ୍ଣ କରିବେ।  
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ମକର-
ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସଫଳ ହେବେ । ପରିବାରରେ କୌଣସି ବ୍ୟକ୍ତିଙ୍କର ନୂତନ କର୍ମ ନିଯୁକ୍ତିର ସୁଯୋଗ ଆସିପାରେ ।ରାଜନୈତିକ କ୍ଷେତ୍ରରେ ଦୃଢ ସଂକଳ୍ପ ଓ ଆତ୍ମବିଶ୍ୱାସ ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ । କଳା, ଚଳଚ୍ଚିତ୍ର କ୍ଷେତ୍ରରେ ଆଗେଇବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଦେବଙ୍କର  ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ-
ପରିବେଶ ଆପଣଙ୍କ ସପକ୍ଷରେ ରହିବ ଓ ନୂତନ ଆୟର ଉତ୍ସ ବିକାଶ ହେବ । ଧାର୍ମିକ କାର୍ଯ୍ୟରେ ଅଂଶଗ୍ରହଣ କରିବା ଫଳରେ ଏକାଗ୍ରତା ବୃଦ୍ଧି ପାଇବ । ଅନେକ ସୁଯୋଗ ହାତ ପାହାନ୍ତାରେ ପାଇବା ଫଳରେ ମନରେ ଉତ୍ସାହ ରହିବ । ଉଚ୍ଚ ଶିକ୍ଷା ପ୍ରାପ୍ତ ହେବାର ସମ୍ଭାବନା ରହିଛି   
ଶୁଭ ରଙ୍ଗ - ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ମୀନ-
ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ଅବିବାହିତ ଯୁବକ,ଯୁବତୀ ମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ନିଜର ବ୍ୟବହାର ସଂଯମତା ରଖନ୍ତୁ ନଚେତ୍ ଗ୍ରାହକଙ୍କ ସହ ତର୍କବିତର୍କ ହେବା ଫଳରେ ବାଣିଜ୍ୟ କ୍ଷେତ୍ରରେ ବିଶେଷ କ୍ଷତି ହୋଇପାରେ । ପିଲାଙ୍କ ପଢାକୁ ନେଇ ଚିନ୍ତିତ ରହିପାରନ୍ତି ।  
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩

ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ।

ଅଧିକ ପଢ଼ନ୍ତୁ ରାଶିଫଳ ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ