ବାତ୍ୟା ଦାନା ପାଇଁ  ପୁରୀ ଛାଡିଲେ ଶହ ଶହ ପର୍ଯ୍ୟଟକ
by Argus News
Tue, Oct 22 | 11:12 a.m.

ପୁରୀ: ସମ୍ଭାବ୍ୟ ବାତ୍ୟାକୁ ନେଇ ଶଙ୍କାରେ ପର୍ଯ୍ୟଟକ। ବାତ୍ୟା ଭୟ ପାଇଁ ଆଗୁଆ ପୁରୀ ଛାଡ଼ିଲେ ଶହ ଶହ ସଂଖ୍ୟକ ପର୍ଯ୍ୟଟକ। ପୂଜା ଛୁଟି କାଟିବାକୁ ପୁରୀ ଆସିଥିବା ହଜାର ହଜାର ଭକ୍ତ, ଶ୍ରଦ୍ଧାଳୁ ଓ ପର୍ଯ୍ୟଟକ ଏବେ ସମ୍ଭାବ୍ୟ ବାତ୍ୟାକୁ ନେଇ ଭୟଭୀତ। ପର୍ଯ୍ୟଟକ ମାନେ ପୁରୀ ଛାଡ଼ିବା ଦେଖିବାକୁ ମିଳିଛି। ଛୁଟି କାଟିବା ପରିବର୍ତ୍ତେ ବିଷର୍ଣ୍ଣ ମନରେ ପୁରୀ ଛାଡ଼ିବାକୁ ବାଧ୍ୟ ହୋଇଛନ୍ତି ଏହି ପର୍ଯ୍ୟଟକ ମାନେ ।

ତେବେ ବାତ୍ୟାକୁ ନଜରରେ ରଖି ରାଜ୍ୟ ସରକାରଙ୍କ ତରଫରୁ ଆସନ୍ତା ୨୩ ତାରିଖ ପୂର୍ବରୁ ପର୍ଯ୍ୟଟକଙ୍କୁ  ପୁରୀ ଛାଡ଼ିବାକୁ ପରାମର୍ଶ ଦିଆଯାଇଥିଲା। ଏହାସହିତ ଯେଭଳି କୌଣସି ପର୍ଯ୍ୟଟକ ପୁରୀ ନଆସିବେ ସେଥିପାଇଁ ପଦକ୍ଷେପ ନେବାକୁ ଜିଲ୍ଲା ପ୍ରଶାସନକୁ କୁହାଯାଇଛି। ଯେଉଁମାନେ ପୁରୀ ବାସିନ୍ଦା ନୁହଁନ୍ତି ଓ ରହିବାର ଆବଶ୍ୟକତା ଥିବ ସେମାନଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି । 
ଅଧିକ ପଢନ୍ତୁ ଓଡ଼ିଶା ଖବର 

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା