ହାଇସ୍କୁଲ ନ ଖୋଲିଲେ ଭୋଟ ବର୍ଜନର ଚେତାବନୀ 
by Argus News
Tue, Apr 23 | 1:53 p.m.

ବଲାଙ୍ଗିର: ହାଇସ୍କୁଲ ନ ଖୋଲିଲେ ଭୋଟ ବର୍ଜନ କରିବାର ନିଷ୍ପତ୍ତି ନେଲେ  ପଞ୍ଚାୟତବାସୀ।  ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଚାନ୍ଦୋତାରାରେ ହାଇସ୍କୁଲ ନ ଖୋଲିଲେ ଭୋଟ ବର୍ଜନ କରିବା ପାଇଁ ବଙ୍ଗୋମୁଣ୍ଡା ବ୍ଲକ ବିଡ଼ିଓର ଦ୍ୱାରସ୍ଥ ହୋଇଛନ୍ତି ପଞ୍ଚାୟତବାସୀ । ଏ ନେଇ ବଙ୍ଗୋମୁଣ୍ଡା ବିଡ଼ିଓ  ବାସନ୍ତୀ ସେଠୀ ଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ବିଭିନ୍ନ ସମୟ ରେ ସ୍ଥାନୀୟ ବାସିନ୍ଦା ବିଭାଗୀୟ ଅଧିକାରୀ ଙ୍କୁ ଲିଖିତ ଅଭିଯୋଗ କରିଥିଲେ ମଧ୍ୟ କେହି ଧ୍ୟାନ ଦେଉନାହାନ୍ତି ।

ରାସ୍ତାରୋକ, ଆନ୍ଦୋଳନ କରିଛନ୍ତି ହେଲେ ପ୍ରତିଶ୍ରୁତି ପାଣି ର ଗାର ବୋଲି ଅଭିଯୋଗ କରିଛନ୍ତି  l ପୂର୍ବରୁ ୧୯୯୦ ହାଇସ୍କୁଲ ଥିଲା ତାହାକୁ ସରକାର  ୨୦୧୯ ବନ୍ଦ କରିଦେଇଥିଲେ । ପୁନଃ ଖୋଲିବା ପାଇଁ ଦାବି କରୁଛନ୍ତି ପଂଚାୟତ ବାସୀ । ନବମ ଓ ଦଶମ ଛାତ୍ରଛାତ୍ରୀମାନେ ପାଠ ପଢିବା ପାଇଁ ନାହିଁ ନ ଥିବା ଅସୁବିଧା ର ସମ୍ମୁଖୀନ ହେଉଛନ୍ତି । ଭିକ୍ଷା ନାଇଁ ଶିକ୍ଷା ଦିଅ ଚାନ୍ଦୋତରା ରେ ଉଚ୍ଚ ବିଦ୍ୟାଳୟ ଖୋଲି ଦିଅ ନ ହେଲେ ଭୋଟ ବର୍ଜନ ପାଇଁ ନିଷ୍ପତ୍ତି ନେଇଛନ୍ତି ।
  ଅଧିକ ପଢନ୍ତୁ ଓଡ଼ିଶା ଖବର 

ଆଜିଠାରୁ ଏକମାସ
10m ago
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
32m ago
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
34m ago
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି