ଦୀପାବଳି ପୂର୍ବରୁ ବାରାଣସୀକୁ  ମିଳିଲା ବଡ଼ ଉପହାର 
by Argus News
Sun, Oct 20 | 6:12 p.m.

ନୂଆଦିଲ୍ଲୀ:  ଦୀପାବଳି ପୂର୍ବରୁ ବାରାଣସୀକୁ ବଡ଼ ଉପହାର । ବାରଣାସୀରେ ଆଜି ପ୍ରଧାନମନ୍ତ୍ରୀ ମୋଦି ୬ ହଜାର ୧ ଶହ କୋଟିରୁ ଅଧିକ ମୂଲ୍ୟର ଏକାଧିକ ପ୍ରକଳ୍ପ ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି। ଆର୍ ଜେ ଶଙ୍କର ଚକ୍ଷୁ ଚିକିତ୍ସାଳୟର ଉଦଘାଟନ କରିବା ସହ ଖେଲୋ ଇଣ୍ଡିଆ ଓ ସ୍ମାର୍ଟ ସିଟି ମିଶନ ଅଧୀନରେ ୨୧୦ କୋଟିରୁ ଅଧିକ ମୂଲ୍ୟରେ ନିର୍ମିତ ବାରାଣସୀ ସ୍ପୋର୍ଟ୍ସ କମ୍ପେ୍ଲକ୍ସର ପୁନର୍ବିକାଶର ଦ୍ବିତୀୟ ଏବଂ ତୃତୀୟ ପର୍ଯ୍ୟାୟର ଉଦ୍ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ଅଧିକ ପଢନ୍ତୁ : ଆଉ କିଛି ସମୟର ଅପେକ୍ଷା: ବାରଣାସୀକୁ ମିଳିବ ବଡ଼ ଉପହାର

ନିଜ ସଂସଦୀୟ କ୍ଷେତ୍ରରେ ଆୟୋଜିତ ସମାବେଶକୁ ପ୍ରଧାନମନ୍ତ୍ରୀ ମୋଦି ସମ୍ବୋଧିତ କରିଛନ୍ତି। ୨ ହଜାର ୮ ଶହ ୭୦ କୋଟି ଟଙ୍କାର ବ୍ୟୟ ଅଟକଳରେ ବାରାଣସୀର ଲାଲ ବାହାଦୂର ଶାସ୍ତ୍ରୀ ଅନ୍ତର୍ଜାତୀୟ ବିମାନବନ୍ଦର ରନୱେ ସମ୍ପ୍ରସାରଣ ପ୍ରୋଜେକ୍ଟ ସହ ଏକ ନୂତନ ଟର୍ମିନାଲ ଭବନର ଶିଳାନ୍ୟାସ ହୋଇଛି । ଏଥିସହିତ ୫୭୦ କୋଟିରୁ ଅଧିକ ଟଙ୍କାର ବ୍ୟୟ ଅଟକଳରେ ଆଗ୍ରା ବିମାନବନ୍ଦର, ୯୧୦ କୋଟି ଟଙ୍କାର ବ୍ୟୟରେ ଦରଭଙ୍ଗା ବିମାନବନ୍ଦର ଏବଂ ୧୫୫୦ କୋଟି ଟଙ୍କା ବ୍ୟୟରେ ବାଗଡୋଗରା ବିମାନବନ୍ଦରରେ ନିର୍ମିତ ହେବାକୁ ଥିବା ନୂତନ ସିଭିଲ୍ ଏନକ୍ଲେଭର ଶିଳାନ୍ୟାସ କରିଛନ୍ତି ପିଏମ୍ ମୋଦି। 

ଅଧିକ ପଢନ୍ତୁ  ଭାରତ ଖବର 

ଶତକ ମାରି ଚମକାଇଲେ
ଶତକ ମାରି ଚମକାଇଲେ ଅଲରାଉଣ୍ଡର: ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ପାଇଁ ଟିମରେ ସାମିଲ କଲା ବିସିସିଆଇ
ଅର୍ଗସ ବ୍ୟୁରୋ: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍ ବେଙ୍ଗାଲୁରୁ ଏମ. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚରେ ଭାରତକୁ ୮ ଉଇକେଟରେ ପରାଜୟର ସାମ୍ନ
ଜମ୍ମୁ ଓ କଶ୍ମୀରରେ
ଜମ୍ମୁ ଓ କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ, ୨ ପ୍ରବାସୀ ଶ୍ରମିକ ମୃତ
ଅର୍ଗସ ବ୍ୟୁରୋ: ଜମ୍ମୁ-କଶ୍ମୀରର ଗନ୍ଦରବଲ ଜିଲ୍ଲା ଗଗନଗିରିର ସୋନମର୍ଗ ଅଞ୍ଚଳରେ ଜେଡ୍-ମୋଡ୍ ଟନେଲ ନିକଟରେ ଏକ ଗୁଳିବିନିମୟ ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଏହି ସନ୍ଦିଗ୍
ରାଜସ୍ୱ ବିଭାଗ
ରାଜସ୍ୱ ବିଭାଗ ଅଧିକାରୀ ଅବହେଳା କଲେ ହେବ କଡ଼ା ଆକ୍ସନ
ଅର୍ଗସ ବ୍ୟୁରୋ: ଆଉ ଚଳିବନି ଅଫିସରଙ୍କ ମନମାନି। ନିର୍ଦ୍ଦିଷ୍ଟ ସମୟ ଭିତରେ ଲୋକଙ୍କୁ ସେବା ଯୋଗାଇବାକୁ ବାଧ୍ୟ ସରକାରୀ ଅଧିକାରୀ। ଏ ଦିଗରେ ବଡ଼ ପଦକ୍ଷେପ ନେଇଛି ରାଜସ୍ବ ବିଭାଗ। ବିଭା