ଭୁବନେଶ୍ୱରରେ ଦିନ ୨.୩୦ ସୁଦ୍ଧା ତାପମାତ୍ରା ୩୫ ଡିଗ୍ରୀ ଟପିଲା
by Argus News
Tue, Feb 20 | 6:05 p.m.

ଅର୍ଗସ ବ୍ୟୁରୋ: ବଢୁଛି ତାତି। ରାଜ୍ୟରେ ସ୍ୱାଭାବିକଠାରୁ ଅଧିକ ଦିନ ତାପମାତ୍ରା। ରାଜଧାନୀ ଭୁବନେଶ୍ୱରରେ ଆଜି ଦିନ ୨.୩୦ ସୁଦ୍ଧା ତାପମାତ୍ରା ୩୫.୬ ଡିଗ୍ରୀ ସେଲସିୟସ ରେକର୍ଡ। ସ୍ବାଭାବିକ ଠାରୁ ୫ ରୁ ୬ ଡିଗ୍ରୀ ଉପରେ ପାରଦ। ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ମିଳିବନି ନିସ୍ତାର। ଅଧିକାଂଶ ସହରର ତାପମାତ୍ରା ୩୫ ରୁ ୩୭ ଡିଗ୍ରୀ ନେଇ ଆକଳନ। ମେଘମୁକ୍ତ ଆକାଶ ସହ ଶୁଖିଲା ପାଗ ପାଇଁ ରାଜ୍ୟରେ ହଠାତ୍ ବୃଦ୍ଧି ପାଇଛି ତାପମାତ୍ରା। ଉପାନ୍ତରୁ ଉପକୂଳ ସବୁଠି ଉପରମୁହାଁ ପାରଦ। ଗତ କାଲି ରାଜ୍ୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ତାପମାତ୍ରା ୩୬ ଡିଗ୍ରୀ ଅତିକ୍ରମ କରିଥିବା ବେଳେ ଆସନ୍ତା ଦୁଇ ଦିନରେ ତାତି ଆହୁରି ବଢିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। 

ବିଶେଷ କରି ରାଜଧାନୀ ଭୁବନେଶ୍ବର ସମେତ ପଶ୍ଚିମ ଓଡ଼ିଶାର ଟିଟିଲାଗଡ, ବଲାଙ୍ଗିର, ବରଗଡ, ସମ୍ବଲପୁର, ବୌଦ୍ଧ, ଝାରସୁଗୁଡା ଏବଂ କଳାହାଣ୍ଡିରେ ଗ୍ରୀଷ୍ମ ପ୍ରବାହ ଭଳି ସ୍ଥିତି ଉପୂଜିବ। ସେପଟେ ଦୁଇ ଦିନ ପରେ ରାଜ୍ୟରେ ପୁଣି ବଦଳିବ ପାଗ। ପଶ୍ଚିମା ଝଡ ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ୨୨ ରୁ ୨୬ ତାରିଖ ପର୍ଯ୍ୟନ୍ତ ବର୍ଷା ନେଇ ଆକଳନ କରାଯାଇଥିବା ବେଳେ ୨୪ ତାରିଖରେ ସର୍ବାଧିକ ପଡିବାର ସମ୍ଭାବନା ରହିଛି। ବିଶେଷ କରି ଦକ୍ଷିଣ ଉପକୂଳ ଓଡ଼ିଶା ସମେତ କନ୍ଧମାଳ, ଜଗତସିଂହପୁର, କେନ୍ଦ୍ରାପଡା, କଟକ, କୋରାପୁଟ, ମାଲକାନଗିରି, ରାୟଗଡା ଏବଂ ବୌଦ୍ଧରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ବର୍ଷା ହେଲେ ମଧ୍ୟ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ। କାରଣ ରାତିରେ ଓଡ଼ିଶାକୁ ଶୁଷ୍କ ଗରମ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରୁଛି। ପ୍ରଭାବରେ ରାତି ତାପମାତ୍ରା ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିଛି। 

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି