ଭାରତ ଟି-ଟ୍ବେଣ୍ଟି ବିଶ୍ବକପ୍ ଚାମ୍ପିଅନ୍ 
by Argus News
Sun, Jun 30 | 8:03 a.m.

ନୂଆଦିଲ୍ଲୀ:  ଭାରତର ରୋମାଞ୍ଚକର ବିଜୟ । ଭାରତ ଟି-ଟ୍ବେଣ୍ଟି ବିଶ୍ବକପ୍ ଚାମ୍ପିଅନ୍ ହୋଇଛି । ଦକ୍ଷିଣ ଆଫ୍ରିକାକୁ ୭ ରନରେ ପରାସ୍ତ କରି ଚାମ୍ପିଅନ ହୋଇଛି  । ୧୭ ବର୍ଷ ପରେ ଭାରତ ପୁଣି ଥରେ ଟି-୨୦ ବିଶ୍ବ ଚାମ୍ପିଅନ ହୋଇଛି । ୧୭୭ ରନର ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇଥିବା ଦକ୍ଷିଣ ଆଫ୍ରିକା ଆରମ୍ଭରୁ ଦୁଇଟି ଓ୍ବିକେଟ ହରାଇ ଥିଲା । ରେଜା ହେଣ୍ଡରିକ୍ସ ମାତ୍ର ୪ ରନ ଓ ଅଧିନାୟକ ଆଇଡେନ ମାର୍କରାମ ୭ ରନ କରି ଆଉଟ ହୋଇଥିଲେ । କିନ୍ତୁ କ୍ବିଣ୍ଟନ ଡିକକ୍ ଓ ଟ୍ରଷ୍ଟାନ ଷ୍ଟବସ୍ ଏକ ଭଲ ପାର୍ଟନରସିପ କରି ପାଳିକୁ ସମ୍ଭାଳିଥିଲେ ।

ପରେ ଷ୍ଟବସ ୩୧ ରନ କରି ଆଉଟ ହେବା ପରେ ଡିକକ୍ ଓ ହେନରିକ କ୍ଲାସେନଙ୍କ ମଧ୍ୟରେ ବି ଏକ ଭଲ ପାର୍ଟନରସିପ ହୋଇଥିଲା। ଡିକକ୍ ୩୯ ରନ କରିଥିବାବେଳେ କ୍ଲାସେନ ୫୨ରନ କରିଥିଲେ । ଡେଭିଡ ମିଲର ୨୧ ରନ କରି ଆଉଟ ହୋଇଥିଲେ । ଟସ୍ ଜିତି ଭାରତ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା । ଟିମ୍ ଇଣ୍ଡିଆ ପକ୍ଷରୁ ବିରାଟ କୋହଲି ୭୬ ରନ୍‌ର ଧୂଆଁଧାର ବ୍ୟାଟିଂ କରିଥିଲେ। ସେ ୫୬ଟି ବଲ୍ ଖେଳି ବ୍ୟକ୍ତିଗତ ଭବେ ୭୬ ରନ୍ ସଂଗ୍ରହ କରିଥିଲେ।  ଭାରତ ବିଶ୍ବ ଚାମ୍ପିଅନ୍ ହେବା ପରେ ସାରା ଦେଶରେ ଦୀପାବଳି ଭଳି ପରିବେଶ । ରାତି ସାରା ବାଣ ଫୁଟାଇ ଉତ୍ସବ ମନାଇଲେ କ୍ରିକେଟ୍ ପ୍ରେମୀ । ସବୁଠି ଟିମ୍ ଇଣ୍ଡିଆ ଜିନ୍ଦାବାଦ୍ ନାରା । ବିଦେଶରୁ ବି ଆସିଲା ଶୁଭେଚ୍ଛା ଓ ସେଲିବ୍ରେସନର ଚିତ୍ର ।

ଭାରତ ବିଶ୍ବ ଚାମ୍ପିଅନ୍ ହେବା ପରେ ସାରା ଦେଶରେ ଦୀପାବଳି ଭଳି ପରିବେଶ । ରାତି ସାରା ବାଣ ଫୁଟାଇ ଉତ୍ସବ ମନାଇଲେ କ୍ରିକେଟ୍ ପ୍ରେମୀ । ସବୁଠି ଟିମ୍ ଇଣ୍ଡିଆ ଜିନ୍ଦାବାଦ୍ ନାରା । ବିଦେଶରୁ ବି ଆସିଲା ଶୁଭେଚ୍ଛା ଓ ସେଲିବ୍ରେସନର ଚିତ୍ର ।

ଅଧିକ ପଢନ୍ତୁ କ୍ରୀଡା ଖବର 

ସମନ୍ବୟ ବୈଠକ
16m ago
ଆଜି ବସିବ ଚଳିତବର୍ଷ ରଥଯାତ୍ରାର ଶେଷ ସମନ୍ବୟ ବୈଠକ
ପୁରୀ: ଆଜି ଅନୁଷ୍ଠିତ ହେବ ଚଳିତବର୍ଷ ରଥଯାତ୍ରାର ତୃତୀୟ ବା ଶେଷ ସମନ୍ବୟ ବୈଠକ । ଚଳିତ ବର୍ଷ ଜୁଲାଇ 7 ତାରିଖରେ ହେବାକୁ ଥିବା ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାକୁ ଶୃଙ୍ଖଳିତ କରିବ
HOROSCOPE
51m ago
ଏକାଦଶୀରେ ଏହି 4 ରାଶି ପାଇଁ ଶୁଭ...
ଅର୍ଗସ ବ୍ୟୁରୋ: ଆଜି କେମିତି କଟିବ ଆପଣଙ୍କ ଦିନ । କଣ ରହିଛି ଆଜିର ଭାଗ୍ୟ ଭବିଷ୍ୟତ । ପଢନ୍ତୁ... ମେଷ- ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ଚାକିରୀ କ୍ଷେତ୍ରରେ ଭ
ସୁସ୍ଥ ହେବେ ମହାପ୍ରଭୁ
59m ago
ଦଶମୂଳ ସେବନ ପରେ ସମ୍ପୂର୍ଣ୍ଣ ସୁସ୍ଥ ହେବେ ମହାପ୍ରଭୁ
ପୁରୀ: ସ୍ନାନପୂର୍ଣ୍ଣିମା ଠାରୁ ଅଣସର ଘରେ ଅସୁସ୍ଥ ଥିବା ଚତୁର୍ଦ୍ଧାମୂର୍ତ୍ତୀ ଗତକାଲି ଦଶମୀ ତିଥିରେ ଶଯ୍ୟା ଛାଡିଛନ୍ତି। ଅଣସର ଘରେ ଚକାରେ ବିଜେ ହୋଇଛନ୍ତି ଶ୍ରୀବିଗ୍ରହ। ଆଜି ଖଳିଲାଗ