ସାଧାରଣ ନିର୍ବାଚନର ଆଜି ହେଉଛି ଦ୍ୱିତୀୟ ପର୍ଯ୍ୟାୟ, ଚାଲିଛି ଭୋଟିଂ
by Argus News
Fri, Apr 26 | 7:25 a.m.

ଅର୍ଗସ ବ୍ୟୁରୋ:  ବିଶ୍ୱର ସର୍ବବୃହତ ଗଣତନ୍ତ୍ର ଭାରତର ମହାପର୍ବ ସାଧାରଣ ନିର୍ବାଚନର ଆଜି ହେଉଛି ଦ୍ୱିତୀୟ ପର୍ଯ୍ୟାୟ । ଦେଶରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ଭୋଟିଂ । ମୋଟ୍ 13 ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୋଟ୍ 88 ସିଟ୍ ପାଇଁ ହେଉଛି ଭୋଟିଂ । ଯାହା ମଧ୍ୟରେ ରହିଛି କେରଳର ସମସ୍ତ ୨୦ ସିଟ୍, କର୍ଣ୍ଣାଟକର ୧୪, ରାଜସ୍ଥାନର ୧୩, ମହାରାଷ୍ଟ୍ର ଓ  ଉତ୍ତର ପ୍ରଦେଶର ୮, ମଧ୍ୟପ୍ରଦେଶର ୬, ଆସାମ-ବିହାରର ୫ଟି ଲେଖାଏଁ ସିଟରେ ଭୋଟିଂ ହେବ। ସେହିପରି ଛତିଶଗଡ଼ ଓ ପଶ୍ଚିମବଙ୍ଗର ତିନିଟି ଆସନରେ ମଧ୍ୟ ହେବ ମତଦାନ । ତ୍ରିପୁରା, ଜମ୍ମୁ-କାଶ୍ମୀର ଓ ମଣିପୁରର ଗୋଟିଏ ଲେଖାଏଁ ଆସନରେ ପଡ଼ିବ ଭୋଟ୍ । ପ୍ରକୃତରେ ଦ୍ୱିତୀୟ ପର୍ଯ୍ୟାୟରେ ୮୯ଟି ଆସନରେ ମତଦାନ ହେବା କଥା । ମାତ୍ର ମଧ୍ୟ ପ୍ରଦେଶର ବେତୁଲରେ ବିଏସପି ପ୍ରାର୍ଥୀଙ୍କ ଦେହାନ୍ତ ହେବାରୁ ସେଠାରେ ମତଦାନ ମେ ୭କୁ ଘୁଞ୍ଚାଇ ଦିଆଯାଇଛି । ଯେଉଁଥିପାଇଁ ୮୮ଟି ଆସନ ପାଇଁ ଆଜି ଚାଲିଛି ଭୋଟିଂ ।

ସକାଳ ୭ଟାରୁ ସଂଧ୍ୟା 5ଟା ଯାଏଁ ଚାଲିବ ମତଦାନ । କେତେକ ସ୍ଥାନରେ ସଂଧ୍ୟା ୬ଟା ଯାଏଁ ଚାଲିବ ଭୋଟିଂ । ସେପଟେ ୮୮ ଆସନରେ ୧୨୦୨ ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି । ଦ୍ୱିତୀୟ ପର୍ଯ୍ୟାୟରେ ମୋଟ୍ ୧୫.୮୮ କୋଟି ଭୋଟର୍ ରହିଛନ୍ତି ଯେଉଁମାନଙ୍କ ମଧ୍ୟରେ ରହିଛନ୍ତି ୮.୦୮ କୋଟି ପୁରୁଷ ଓ ୭.୮ କୋଟି ମହିଳା ।  ପାଖାପାଖି ୩୪ ଲକ୍ଷ ୮୦ ହଜାର ନୂଆ ଭୋଟର୍ ପ୍ରଥମ ପର୍ଯ୍ୟାୟରେ ମତଦାନ କରିବେ । ସେପଟେ ନିର୍ବାଚନକୁ ସୁରକ୍ଷିତ ଭାବେ ଓ ସୁଚାରୁରୂପେ ସମ୍ପାଦିତ କରିବା ପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ସମସ୍ତ ପ୍ରକାର ବନ୍ଦୋବସ୍ତ ମଧ୍ୟ କରାଯାଇଛି । ଲକ୍ଷେ ୬୭ ହଜାର ପୋଲିଂ ବୁଥରେ ନିର୍ବାଚନ ପରିଚାଳନା ପାଇଁ ୧୬ ଲକ୍ଷରୁ ଅଧିକ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି ।  50 ପ୍ରତିଶତ ବୁଥରେ ୱେବକାଷ୍ଟିଂର ବ୍ୟବସ୍ଥା ହୋଇଥିବା ବେଳେ ୪ ହଜାର ୧୦୦ ବୁଥରେ କେବଳ ମହିଳାମାନଙ୍କୁ ମୁତୟନ କରାଯାଇଛି । ସେହିପରି ୬୪୦ ମତଦାନ କେନ୍ଦ୍ରରେ ଦିବ୍ୟାଙ୍ଗମାନେ ନିର୍ବାଚନ ପରିଚାଳନା କରିବେ ।

ଅଧିକ ପଢ଼ନ୍ତୁ ନିର୍ବାଚନୀ ଖବର:

BJP
30m ago
ଓଡ଼ିଶାରେ ବିଜେପି ୨୧ ରୁ ୨୧ ଲୋକସଭା ଆସନ ଜିତିବ : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଅର୍ଗସ ବ୍ୟୁରୋ : ଭୁବନେଶ୍ୱର ଲୋକସଭା କାର୍ଯ୍ୟକର୍ତ୍ତା ବୈଠକରେ ଯୋଗ ଦେଲେ ବିଜେପିର ୫ ହେଭିୱେଟ ନେତା । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ
BJD
ନିଜ ଦଳର ସମ୍ବିଧାନକୁ ଭୁଲିଗଲେ କି ବିଜେଡି ନେତା
ଅର୍ଗସ ବ୍ୟୁରୋ : ନିଜ ଦଳର ସମ୍ବିଧାନକୁ ଭୁଲିଗଲେ କି ବିଜେଡି ନେତା ? ସମ୍ବିଧାନର ସର୍ତ୍ତ ମଦ ପିଉଥିଲେ ମିଳିବନି ବିଜେଡି ସଦସ୍ୟତା ? ଏହି ସମ୍ବିଧାନ ଆଧାରରେ ନିର୍ବାଚନ କମିଶନ ଦେଇଛିନ୍ତ
MODI
ଆସନ୍ତାକାଲି ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି
ଅର୍ଗସ ବ୍ୟୁରୋ: ବିଜେପି ଫୋକସରେ ଓଡ଼ିଶା। ରାଜ୍ୟରେ ସତ୍ତା ପରିବର୍ତ୍ତନ ପାଇଁ ବିଜେପି ପ୍ରଚାରର ମଙ୍ଗ ଧରିଛନ୍ତି ଖୋଦ୍ ପ୍ରଧାନମନ୍ତ୍ରୀ। ଏଥିପାଇଁ ଆସନ୍ତାକାଲି ପୁଣି ଓଡ଼ିଶା ଆସୁଛନ୍ତ